Posted inଜାତୀୟ

ଗୋଆ କଂଗ୍ରେସକୁ ଝଟ୍‌କା, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସମେତ ୮ ବିଧାୟକ ଭାଜପାରେ ଯୋଗଦେବା ନେଇ ଚର୍ଚ୍ଚା, ସାଓ୍ବନ୍ତଙ୍କୁ ଭେଟିଲେ…

ପଣଜୀ, ୧୪।୯ : ଗୋଆରେ କଂଗ୍ରେସ ଏକ ବଡ଼ ଝଟ୍‌କା ଲାଗିବାକୁ ଯାଉଛି। ସୂଚନାନୁସାରେ, ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗମ୍ବର କାମାତ ଏବଂ ବିରୋଧୀ ଦଳର ନେତା ମାଇକେଲ ଲୋବୋଙ୍କ ସମେତ ଆଠ ଜଣ କଂଗ୍ରେସ ବିଧାୟକ ଭାଜପାରେ ଯୋଗ ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ଇତିମଧ୍ୟରେ ବିରୋଧୀ ଦଳର ନେତା ମାଇକେଲ ଲୋବୋ କଂଗ୍ରେସ ବିଧାନସଭା ଦଳର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକରେ କଂଗ୍ରେସ ବିଧାନସଭା ପାର୍ଟିକୁ ଭାଜପା ସହିତ ମିଶ୍ରଣ କରିବାକୁ ନିଷ୍ପତ୍ତି ନିଆଯାଇଛି।

ଏଥି ସହ ଗୋଆ ଭାଜପା ସଭାପତି ସଦାନନ୍ଦ ଶେଟ ତନାଓ୍ବଡେ ଦାବି କରିଛନ୍ତି ଯେ ଖୁବ ଶୀଘ୍ର ଆଠ ଜଣ କଂଗ୍ରେସ ବିଧାୟକ ଭାଜପାରେ ଯୋଗଦେବେ। ଏଥିରେ କଂଗ୍ରେସର ବହୁ ବଡ ନେତାଙ୍କ ନାମ ଅନ୍ତର୍ଭୁକ୍ତ ରହିଛି। ଏହାକୁ ନେଇ ଗୋଆ ରାଜନୀତିରେ ଉଷ୍ଣତା ବୃଦ୍ଧି ପାଇଛି।

୪୦ ଆସନ ବିଶିଷ୍ଟ ଗୋଆ ବିଧାନସଭାରେ ଭାଜପାର ବର୍ତ୍ତମାନ ୨୦ ଜଣ ବିଧାୟକ ଅଛନ୍ତି। ଅପରପକ୍ଷରେ କଂଗ୍ରେସ ୧୧ ଜଣ ବିଧାୟକ ରହିଛନ୍ତି। ଏହା ବ୍ୟତୀତ ମହାରାଷ୍ଟ୍ରୱାଡି ଗୋମନ୍ତକ ପାର୍ଟିର ଦୁଇ ଜଣ ବିଧାୟକ। ଗୋଆ ଫରୱାର୍ଡ ପାର୍ଟିର ଜଣେ ବିଧାୟକ ଅଛନ୍ତି। ସେହିପରି ୬ ଜଣ ଅନ୍ୟ ବିଧାୟକ ଅଛନ୍ତି। ଏଭଳି ପରିସ୍ଥିତିରେ ଯଦି ଆଠ ଜଣ କଂଗ୍ରେସ ବିଧାୟକ ବିଜେପିରେ ଯୋଗ ଦିଅନ୍ତି, ତେବେ ବିଧାନସଭାରେ କଂଗ୍ରେସ ବିଧାୟକ ସଂଖ୍ୟା ୩ରେ ପହଞ୍ଚିବ। ଏଥି ସହିତ ଭାଜପା ବିଧାୟକଙ୍କ ସଂଖ୍ୟା ୨୮କୁ ବୃଦ୍ଧି ପାଇବ।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଦିଗମ୍ବର କାମାତ, ମାଇକେଲ ଲୋବୋ, ଡି ଲୋବୋ, ରାଜେଶ ଫାଲଡେସାଇ, କେଦାର ନାୟକ, ସାଙ୍କଳ୍ପ ଆମୋନକର, ଆଲେକ୍ସୋ ସେକେରା ଏବଂ ରୁଡାଲ୍ଫ ଫର୍ଣ୍ଣାଣ୍ଡିସ କଂଗ୍ରେସ ଛାଡିପାରନ୍ତି। ବୁଧବାର ଏହି ବିଧାୟକମାନେ ଗୋଆର ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତଙ୍କୁ ମଧ୍ୟ ଭେଟିଛନ୍ତି। ଖୁବ ଶୀଘ୍ର ଭାଜପାରେ ଯୋଗଦେବା ପାଇଁ ବିଧାୟକମାନେ ଘୋଷଣା କରିପାରିବେ ବୋଲି ଚର୍ଚ୍ଚା ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?