ସାଧାରଣ ନିର୍ବାଚନ ପୂର୍ବରୁ ଇମ୍ରାନଙ୍କୁ ଝଟକା

ଇସଲାମାବାଦ,୧।୨: ଆଉ ମାତ୍ର ସପ୍ତାହେ ପରେ ପାକିସ୍ତାନରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। କିନ୍ତୁ, ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ନାମାଙ୍କନପତ୍ର ଏପର୍ଯ୍ୟନ୍ତ ଦାଖଲ ହୋଇନାହିଁ। ସେପଟେ ଗୁରୁବାର ସୁପ୍ରିମକୋର୍ଟଙ୍କଠାରୁ ତାଙ୍କୁ ଝଟ୍‌କା ଲାଗିଛି। ତାଙ୍କ ନାମାଙ୍କନପତ୍ରକୁ ପ୍ରତ୍ୟାଖ୍ୟାନ କରିବା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କ ଆବେଦନକୁ ଫେରାଇ ଦେଇଛନ୍ତି। ଇମ୍ରାନ ବର୍ତ୍ତମାନ ରାୱଲପିଣ୍ଡିର ଆଡିଆଲା ଜେଲରେ ବନ୍ଦ ଅଛନ୍ତି।
ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏହି ଆବେଦନରେ ଇମ୍ରାନ ପଞ୍ଜାବ ପ୍ରଦେଶର ଦୁଇଟି ନ୍ୟାଶନାଲ ଆସେମ୍ଲି ଆସନ (ଲାହୋର ଏବଂ ମିଆନୱାଲି) ପାଇଁ ନାମାଙ୍କନପତ୍ର ପ୍ରତ୍ୟାଖ୍ୟାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପାକିସ୍ତାନ ତେହେରିକ-ଇ-ଇନସାଫ ପାର୍ଟି (ପିଟିଆଇ) ମୁଖ୍ୟ ଖାଁଙ୍କ ନାମାଙ୍କନ ପତ୍ର ଗତ ମାସରେ ନୈତିକ କାରଣରୁ ପ୍ରତ୍ୟାଖ୍ୟାନ କରାଯାଇଥିଲା। ତୋସାଖାନା ଦୁର୍ନୀତି ମାମଲାରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଥିଲା। ତୋସଖାନା ଦୁର୍ନୀତି ମାମଲାରେ ଇମ୍ରାନ ତାଙ୍କ କାର୍ଯ୍ୟକାଳରେ ମହଙ୍ଗା ସରକାରୀ ଉପହାର ରଖିଥିବା ଅଭିଯୋଗ ହୋଇଥିଲା।
ସେ ବୁଧବାର ଏହି ପିଟିସନ ଦାଖଲ କରିଥିଲେ। ଯେଉଁଥିରେ ସେ ଦୁଇଟି ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢିବାକୁ ଯୋଗ୍ୟ ଘୋଷଣା କରିବାକୁ ସୁପ୍ରିମକୋର୍ଟଙ୍କୁ ଅନୁରୋଧ କରିଥିଲେ। ‘ଡନ’ ଖବରକାଗଜର ଖବର ଅନୁଯାୟୀ ସର୍ବୋଚ୍ଚ ନ୍ୟାୟାଳୟ ଖାଁଙ୍କ ଆବେଦନକୁ ଫେରାଇ ଦେଇଛନ୍ତି ଏବଂ ଏହି ଆବେଦନରେ ଥିବା ତ୍ରୁଟିଗୁଡିକ ସଂଶୋଧନ କରାଯାଇ ପୁନଃ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଖବର ଅନୁଯାୟୀ କୋର୍ଟଙ୍କ କାର୍ଯ୍ୟାଳୟ କହିଛି ଯେ ଏହି ଆବେଦନରେ ମାମଲାର ଅନୁପଯୁକ୍ତ ବର୍ଣ୍ଣନା ରହିଛି ଏବଂ ଏଥିରେ ପ୍ରକୃତ ବିବାଦ, ମାମଲାର କ୍ରମିକ ସଂଖ୍ୟା ଏବଂ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ଉଲ୍ଲେଖ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଁମାର ସେନାର ଏୟାର ଷ୍ଟ୍ରାଇକ୍‌ରେ ହସ୍ପିଟାଲ ଧ୍ୱଂସ: ୩୪ ରୋଗୀ, ମେଡିକାଲ କର୍ମଚାରୀଙ୍କ ମୃତ୍ୟୁ

ୟାଙ୍ଗୋନ୍,୧୧ା୧୨: ମ୍ୟାଁମାରରେ ଚାଲିଥିବା ଗୃହଯୁଦ୍ଧ ମଧ୍ୟରେ ସେନା ପକ୍ଷରୁ କରାଯାଇଥିବା ଏକ ଏୟାର ଷ୍ଟ୍ରାଇକ୍‌ରେ ଏକ ହସ୍ପିଟାଲ୍ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ହୋଇଯାଇଛି। ଆରାକାନ୍ ଆର୍ମି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ଆମେରିକାରେ ରହଣି ସମୟରେ ସନ୍ତାନ ଜନ୍ମ କଲେ ଭିସା ବାତିଲ, ପ୍ରଭାବିତ ହେବେ ଅନେକ ଭାରତୀୟ

ନୂଆଦିଲ୍ଲୀ,୧୧ା୧୨: ଆମେରିକାରେ ନାଗରିକତ୍ୱ ହାସଲ କରିବା ପାଇଁ ‘ଜନ୍ମ ପର୍ଯ୍ୟଟନ’କୁ ବନ୍ଦ କରିବା ଲକ୍ଷ୍ୟରେ ଆମେରିକା ଭିସା ନିୟମକୁ କଡ଼ାକଡ଼ି କରିଛି। ଭାରତରେ ଥିବା ଆମେରିକା...

ଗୋଲ୍ଡ କାର୍ଡ ଲଞ୍ଚ୍‌କଲେ ଟ୍ରମ୍ପ୍‌: ଜାଣନ୍ତୁ…

ଓ୍ବାଶିଂଟନ୍‌,୧୧ା୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବୁଧବାର ୧ ନିୟୁତ ଡଲାର ମୂଲ୍ୟର ‘ଟ୍ରମ୍ପ୍‌ ଗୋଲ୍ଡ କାର୍ଡ’ ଲଞ୍ଚ୍‌ କରିଛନ୍ତି। ଏହି ଭିଜା କାର୍ଯ୍ୟକ୍ରମ ଆପ୍ରବାସୀଙ୍କୁ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri