Posted inଜାତୀୟ

ମମତାଙ୍କୁ ଝଟ୍‌କା, ନିର୍ବାଚନ ପରବର୍ତ୍ତୀ ହିଂସାର ଯାଞ୍ଚ୍‌ କରିବ ସିବିଆଇ…

କୋଲକାତା,୧୯।୮: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ବଡ଼ ଝଟ୍‌କା ଲାଗିଛି। ସରକାର ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ନିର୍ବାଚନ ପରବର୍ତ୍ତୀ ହିଂସା ମାମଲାରେ ସିବିଆଇ ତଦନ୍ତ ପାଇଁ କୋଲକାତା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ମମତା ଦିଦିଙ୍କ ସମସ୍ୟା ବଢ଼ିଛି। ଏହା ସହିତ କୋର୍ଟ ଏସ୍‌ଆଇଟି ଟିମ ଗଠନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଏବଂ ପୀଡ଼ିତଙ୍କୁ କ୍ଷତିପୂରଣ ଦେବାକୁ ରାଜ୍ୟ ସରକାରଙ୍କୁ କହିଛନ୍ତି। ପଶ୍ଚିମବଙ୍ଗରେ ନିର୍ବାଚନ ପରବର୍ତ୍ତୀ ହିଂସା ମାମଲାରେ ମାନବିକ ଅଧିକାରର ଉଲ୍ଲଂଘନ, ବଳାତ୍କାର, ହତ୍ୟା ଏବଂ ମହିଳାଙ୍କ ପ୍ରତି ହେଉଥିବା ଅପରାଧ ଭଳି ଅଭିଯୋଗ ଉପରେ ା ହାଇକୋର୍ଟ ଯାଞ୍ଚ୍‌ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟ ସମସ୍ତ ମାମଲାର ତଦନ୍ତକୁ ହାଇକୋର୍ଟ ଏସ୍‌ଆଇଟିକୁ ହସ୍ତାନ୍ତର କରିଛନ୍ତି। ଏହି ମାମଲାର ଶୁଣାଣି କରୁଥିବା କାର୍ଯ୍ୟକାରୀ ପ୍ରଧାନ ବିଚାରପତି ରାଜେଶ ବିନ୍ଦଲ କହିଛନ୍ତି ଯେ ବିଭିନ୍ନ ନିଷ୍ପତ୍ତି ନିଆଯାଇଛି କିନ୍ତୁ ସମସ୍ତେ ଏଥିରେ ସହମତ। ନିର୍ବାଚନ ପରବର୍ତ୍ତୀ ହିଂସା ଘଟଣାରେ ଲୋକଙ୍କୁ ମାରପିଟ କରାଯାଇଥିଲା, ଘରୁ ପଳାଇବାକୁ ବାଧ୍ୟ କରାଯାଇଥିଲା ଏବଂ ସେମାନଙ୍କ ସମ୍ପତ୍ତି ନଷ୍ଟ ହୋଇଥିଲା। ଏହି ଅଭିଯୋଗଗୁଡିକର ନ୍ୟାୟଯୁକ୍ତ ତଦନ୍ତ ଦାବି କରାଯାଇଥିଲା।
ଅଗଷ୍ଟ ୩ରେ ଏହି ମାମଲାର ଶୁଣାଣି ଶେଷ ହୋଇଥିଲା ଏବଂ ହାଇକୋର୍ଟ ରାୟ ସଂରକ୍ଷିତ ରଖିଥିଲେ। କାର୍ଯ୍ୟକାରୀ ପ୍ରଧାନ ବିଚାରପତି ରାଜେଶ ବିନ୍ଦଲଙ୍କ ନେତୃତ୍ୱରେ ଏକ ପାଞ୍ଚ ଜଣିଆ ଖଣ୍ଡପୀଠ ଏହି ରାୟ ଦେଇଛନ୍ତି। ଖଣ୍ଡପୀଠରେ ଜଷ୍ଟିସ ଆଇପି ମୁଖାର୍ଜୀ, ହରିଶ ଟଣ୍ଡନ, ସୋମେନ ସେନ ଏବଂ ସୁବ୍ରତ ତାଲୁକଦାରଙ୍କୁ ଅନ୍ତର୍ଭୁକ୍ତ କରାଯାଇଥିଲା। ଖଣ୍ଡପୀଠ ପୂର୍ବରୁ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷଙ୍କୁ ନିର୍ବାଚନ ପରବର୍ତ୍ତୀ ହିଂସା ସମୟରେ ମାନବିକ ଅଧିକାରର ଉଲ୍ଲଂଘନ ହୋଇଥିବା ଅଭିଯୋଗର ତଦନ୍ତ ପାଇଁ ଏକ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ରିପୋର୍ଟ ଦାଖଲ କରିବା ପରେ ଅକ୍ଟୋବର ୨୪ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?