ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା

କଟକ,୨୧।୩: ଝାରସୁଗୁଡ଼ା ବିଧାନସଭା ନିର୍ବାଚନୀ ମାମଲାରେ ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା ଲାଗିଛି। ବିଧାୟକଙ୍କ ବିରୋଧରେ ମାମଲା ଚାଲିବ ବୋଲି ହାଇକୋର୍ଟ ଶୁକ୍ରବାର ସ୍ପଷ୍ଟ କରିଛନ୍ତି।

ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ବିଧାୟକ ଟଙ୍କଧର ଯେଉଁ ଆବେଦନ କରିଥିଲେ ତାହାକୁ କୋର୍ଟ ଖାରଜ କରି ଦେଇଛନ୍ତି। ସେହିପରି ଟଙ୍କଧରଙ୍କ ଆପରାଧିକ ମାମଲା ସମ୍ପର୍କିତ ତଥ୍ୟ ନେଇ ସତ୍ୟପାଠ ଦାଖଲ କରିବାକୁ ଦୀପାଳି ଦାସଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଆପରାଧିକ ମାମଲା ସମ୍ପର୍କିତ ତଥ୍ୟ ଲୁଚାଇବା ଅନୁଚିତ ବୋଲି ହାଇକୋର୍ଟ ମତ ଦେଇଛନ୍ତି। ତେବେ ଆସନ୍ତା ଏପ୍ରିଲ ୨୪ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ କୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି। ଏନେଇ ଦୀପାଳିଙ୍କ ଓକିଲ ତରୁଣ ମିଶ୍ର କହିଛନ୍ତି, ଝାରସୁଗୁଡା ବିଧାନସଭା ନିର୍ବାଚନମଣ୍ଡଳୀର ଯେଉଁ ନିର୍ବାଚନୀ ମକଦ୍ଦମା ଦାଖଲ ହୋଇଛି ତାହା ପୂର୍ବତନ ବିଜେଡି ବିଧାୟିକା ତଥା ପରାଜିତପ୍ରାର୍ଥିନୀ ଦୀପାଳି ଦାସ ରୁଜୁ କରିଛନ୍ତି।

ବିଧାୟକ ତ୍ରିପାଠୀ ମନୋନୟନ ପତ୍ର ସହ ଦାଖଲ କରିଥିବା ଫର୍ମ ୨୬ର ସତ୍ୟପାଠରେ ବହୁ ଆପରାଧିକ ତଥ୍ୟ ଦର୍ଶାଇ ନ ଥିବା ନେଇ ଆବେଦନକାରୀ ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି। ଯାହା ବି ଦର୍ଶାଇଛନ୍ତି ତାହା ଠିକ୍‌ ଭାବେ ଦର୍ଶାଯାଇ ନାହିଁ ବୋଲି ସେ ଅଭିଯୋଗ କରିଛନ୍ତି।

ସେହିପରି ନିଜ ସମ୍ପତ୍ତିର ପ୍ରକୃତ ବିବରଣୀ ଠିକ୍‌ ଭାବରେ ଦେଇନାହାନ୍ତି। ଏଥିସହ ତାଙ୍କର ସତ୍ୟପାଠ ଷ୍ଟାମ୍ପ ପେପରରେ ତିଆରି ହୋଇ ନ ଥିବା ଆବେଦନକାରୀ ଅଭିଯୋଗ କରିଛନ୍ତି। ଏହା ଆଇନଗତ ଭାବରେ ଗ୍ରହଣଯୋଗ୍ୟ ନୁହେଁ ବୋଲି ଆବେଦନରେ ଦର୍ଶାଇଛନ୍ତି।

ବିଧାୟକ ତ୍ରିପାଠୀଙ୍କ ପକ୍ଷରୁ ଏକ ଅନ୍ତରୀଣ ଆବେଦନ ହାଇକୋର୍ଟଙ୍କ ନିକଟରେ ଦାଖଲ କରାଯାଇଥିଲା। ଦୀପାଳିଙ୍କ ମୂଳ ମକଦ୍ଦମାକୁ ଖାରଜ କରିବାକୁ ଏହି ଆବେଦନ କରାଯାଇଥିଲା। ଏହି ଅଭିଯୋଗ ଗ୍ରହଣଯୋଗ୍ୟ ନୁହେଁ ବୋଲି ବିଧାୟକ ଆବେଦନରେ ଦର୍ଶାଇଥିଲେ। ତେବେ ଏହି ମାମଲାକୁ ବିଚାର କରି ହାଇକୋର୍ଟର ବିଚାରପତି ଜଷ୍ଟିସ ଶଶିକାନ୍ତ ମିଶ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri