Posted inଜାତୀୟ

ନୀତୀଶଙ୍କୁ ଝଟକା: ଜୁନ ୧୨ ମିଳିତ ବିରୋଧୀ ବୈଠକରେ ଯୋଗ ଦେବେନି ରାହୁଲ-ଖାର୍ଗେ…

ନୂଆଦିଲ୍ଲୀ,୪।୬ : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜିକାଲି ସମସ୍ତ ବିରୋଧୀ ଦଳକୁ ଏକତ୍ର କରି ଭାଜପାକୁ ପରାସ୍ତ କରିବା ପାଇଁ ଯୋଜନାରେ ଲାଗିଛନ୍ତି। ଏଥିପାଇଁ ସେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ଷମତାରୁ ହଟାଇବା ପାଇଁ ରଣନୀତି ଆପଣେଇଛନ୍ତି।

ସମସ୍ତ ନେତାଙ୍କ ସହ ଆଲୋଚନା ପରେ ନୀତୀଶ କୁମାର ଜୁନ ୧୨ ରେ ପାଟନାରେ ମିଳିତ ବିରୋଧୀଦଳଙ୍କର ଏକ ବଡ ବୈଠକ ଡାକିଛନ୍ତି । ଯେଉଁଥିରେ ଉଭୟ ରାହୁଲ ଏବଂ ଖର୍ଗେଙ୍କ ଅଂଶଗ୍ରହଣ ନେଇ ଚର୍ଚ୍ଚା ହେଉଥିଲା। ତେବେ କଂଗ୍ରେସ ଆନୁଷ୍ଠାନିକ ଭାବେ ଏଭଳି ସମ୍ଭାବନାକୁ ଏଡ଼ାଇ ଦେଇଛି। ବାସ୍ତବରେ କର୍ନାଟକରେ ସମ୍ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରି ଉତ୍ସାହିତ ହୋଇ କଂଗ୍ରେସ ସ୍ପଷ୍ଟ ଭାବେ କହିଛି ପାଟନାରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ରାହୁଲ କିମ୍ବା ଖାର୍ଗେ ଯୋଗଦେବେ ନାହିଁ। ତେବେ କଂଗ୍ରେସ ଶାସିତ ରାଜ୍ୟରୁ ଜଣେ ମୁଖ୍ୟମନ୍ତ୍ରୀଙ୍କୁ ବୈଠକରେ ଯୋଗଦେବା ପାଇଁ ପାଟନାକୁ ପଠାଯାଇପାରିବ। କଂଗ୍ରେସର ଏହି ପଦକ୍ଷେପ ନୀତୀଶ କୁମାରଙ୍କ ପାଇଁ ଏକ ବଡ଼ ପ୍ରତିବନ୍ଧକ ବୋଲି ରାଜନୈତିକ ମହଲରେ କୁହାଯାଉଛି।

ଯେତେବେଳେ ନୀତୀଶ କୁମାର ରାହୁଲ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଥିଲେ, ସେତେବେଳେ କର୍ନାଟକ ନିର୍ବାଚନର ଫଳାଫଳ ପ୍ରକାଶ ପାଇ ନ ଥିଲା। ଏହି ନିର୍ବାଚନରେ ବ୍ୟାପକ ବିଜୟ ପରେ ହଠାତ କଂଗ୍ରେସର ସ୍ବର ବଦଳି ଯାଇଛି। ଦଳର ଅଧିକାଂଶ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ରୂପେ ପ୍ରୋଜେକ୍ଟ କରିବା ଆରମ୍ଭ କରିଛନ୍ତି। ସେମାନେ ଯୁକ୍ତି କରୁଛନ୍ତି ଭାରତ ଯୋଡୋ ଯାତ୍ରା ଯୋଗୁ ରାହୁଲ ଗାନ୍ଧୀଙ୍କ ଲୋକପ୍ରିୟତା ବହୁତ ବୃଦ୍ଧି ପାଇଛି ଏବଂ କର୍ନାଟକରେ ବିଜୟ ଏହାର ଫଳାଫଳ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?