Posted inଜାତୀୟ

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ ସିଇସିଙ୍କୁ ହଟାଇବା ପାଇଁ ଦାବି କରିଥିଲେ। ଟିଏମସିଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ପଦରୁ ହଟାଇବା ପାଇଁ ସଂସଦର ଉଭୟ ଗୃହରେ ମହାଭିଯୋଗ ପାଇଁ ନୋଟିସ ଦାଖଲ କରିଥିଲେ। Section 3 of judges inquiry act 1968ର ଅନୁଯାୟୀ, ତାଙ୍କ କ୍ଷମତା ପ୍ରୟୋଗ କରି, ରାଜ୍ୟ ସଭାର ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଦେଇଥିଲେ।

ଏହି ପ୍ରସ୍ତାବ ମାର୍ଚ୍ଚ ୧୨ରେ ରାଜ୍ୟ ସଭାରେ ଆଗତ କରାଯାଇଥିଲା। ଏଥିରେ ରାଜ୍ୟ ସଭାରେ ୬୩ ଜଣ ଏମ୍‌ପି ସ୍ବାକ୍ଷର କରିଥିଲେ। ଲୋକ ସଭାରେ ୧୩୦ ଜଣ ଏମ୍‌ପି ଏହି ପ୍ରସ୍ତାବରେ ସ୍ବାକ୍ଷର କରିଥିଲେ। ଏହି ପ୍ରସ୍ତାବର ଉଦ୍ଦେଶ୍ୟ ଥିଲା ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ତାଙ୍କ ପଦରୁ ହଟାଇବା। ନିୟମ ଅନୁଯାୟୀ, ଜଣେ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଅତି କମରେ ୧୦୦ ଜଣ ଲୋକ ସଭା ଏମ୍‌ପି କିମ୍ବା ୫୦ ଜଣ ରାଜ୍ୟ ସଭା ଏମ୍‌ପିଙ୍କ ସ୍ବାକ୍ଷର ଆବଶ୍ୟକ।

ବିଶେଷକରି ନୋଟିସ ମୁଖ୍ୟ ନିର୍ବାଚନ କମିଶନରଙ୍କ ବିରୋଧରେ ଅନେକ ଅଭିଯୋଗ ଆଣିଥିଲା। ଏଥିରେ ପଦବୀରେ ଥିବା ସମୟରେ ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳକୁ ସମର୍ଥନ କରିବା, ନିର୍ବାଚନ ଅନିୟମିତତାର ତଦନ୍ତରେ ଜାଣିଶୁଣି ବାଧା ସୃଷ୍ଟି କରିବା ଏବଂ ଭୋଟର ତାଲିକାରେ ହେରଫେର କରିବା ଭଳି ଅଭିଯୋଗ ସାମିଲ ଅଛି। ଟିଏମସିର ନୋଟିସରେ ବିହାର ଏବଂ ପଶ୍ଚିମବଙ୍ଗରେ ଭୋଟର ତାଲିକାରୁ ବଡ଼ ପରିମାଣରେ ନାମ ବାଦ ଦେବା ଅଭିଯୋଗ ସମେତ ୭ଟି ପ୍ରାଥମିକ ଅଭିଯୋଗ ତାଲିକାଭୁକ୍ତ କରାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri