Posted inଜାତୀୟ

ରାଣେଙ୍କୁ ଝଟ୍‌କା, ବଙ୍ଗଳାର ବେଆଇନ ନିର୍ମାଣ ୨ ସପ୍ତାହରେ ଭାଙ୍ଗିବାକୁ ହାଇକୋର୍ଟଙ୍କ ନୋଟିସ…

ମୁମ୍ବାଇ, ୨୦।୯ : କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କୁ ବମ୍ବେ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଦୁଇ ସପ୍ତାହ ମଧ୍ୟରେ ମୁମ୍ବାଇର ଜୁହୁ ଅଞ୍ଚଳରେ ନାରାୟଣ ରାଣେଙ୍କ ବଙ୍ଗଳା ଭାଙ୍ଗିବାକୁ ବମ୍ବେ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଏହି ବେଆଇନ ନିର୍ମାଣକୁ ଭାଙ୍ଗିବା ପାଇଁ ବ୍ରିହାନମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମସି) କୁ ନିର୍ଦ୍ଦେଶ ଦିଆଯାଇଛି। କୋର୍ଟ ମଧ୍ୟ ରାଣେଙ୍କୁ ୧୦ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ନିର୍ମାଣରେ ଫ୍ଲୋର ସ୍ପେସ ଇଣ୍ଡେକ୍ସ (ଏସଏସଆଇ) ଏବଂ କୋଷ୍ଟାଲ ରେଗୁଲେଶନ ଜୋନ (ସିଆରଜେଡ) ନିୟମ ଉଲ୍ଲଂଘନ କରାଯାଇଛି ବୋଲି କୋର୍ଟ କହିଛନ୍ତି। ଫ୍ଲୋର୍‌ ସ୍ପେସ ଇଣ୍ଡେକ୍ସ ହେଉଛି ଅନୁମତିପ୍ରାପ୍ତ ସୀମା ଯେଉଁଥିରେ ଏକ ନିର୍ଦ୍ଦିଷ୍ଟ ପ୍ଲଟ କିମ୍ବା ଜମିରେ ନିର୍ମାଣ କାର୍ଯ୍ୟ କରାଯାଇପାରିବ ।

ଆଇନ ଉଲ୍ଲଂଘନ କରି ବେଆଇନ ନିର୍ମାଣ ହୋଇଥିବା କୋର୍ଟ ସ୍ବୀକାର କରିଛନ୍ତି। ଜଷ୍ଟିସ ଆର. ଡି. ଧନୁକା ଏବଂ ଜଷ୍ଟିସ କମଲ ଖତାଙ୍କ ନେତୃତ୍ୱରେ ଗଠିତ ଏକ ଡିଭିଜନ ବେଞ୍ଚ କହିଛନ୍ତି ଯେ ଅନୁମୋଦିତ ଯୋଜନା ତଥା ଆଇନର ନିୟମକୁ ଉଲ୍ଲଂଘନ କରି ବହୁ ପରିମାଣରେ ଅନଧିକୃତ ନିର୍ମାଣ କରାଯାଇଛି। ବେଞ୍ଚ କହିଛନ୍ତି ଯେ ଅନଧିକୃତ ନିର୍ମାଣକୁ ରଖିବା ଦ୍ୱାରା ମୁମ୍ବାଇ ସହରରେ ଆଇନଗତ ବ୍ୟବସ୍ଥାର ବ୍ୟାପକ ଉଲ୍ଲଂଘନ ହେବ ଏବଂ ଅନଧିକୃତ ନିର୍ମାଣକୁ ଉତ୍ସାହିତ କରିବ।

ରାଣେଙ୍କ ଉପରେ ଲାଗୁ ହୋଇଥିବା ଜରିମାନା ଦୁଇ ସପ୍ତାହ ମଧ୍ୟରେ ମହାରାଷ୍ଟ୍ର ରାଜ୍ୟ ଆଇନ ସେବା ପ୍ରାଧିକରଣରେ ଜମା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଣେଙ୍କ ଓକିଲ ଶାର୍ଦ୍ଦୁଳ ସିଂ କୋର୍ଟଙ୍କୁ ଆଦେଶ ଉପରେ ୬ ସପ୍ତାହ ରୋକ ଲଗାଇବାକୁ ଅନୁରୋଧ କରିଛନ୍ତି ଯାହା ଦ୍ୱାରା ସେ ସୁପ୍ରିମକୋର୍ଟରେ ଏକ ଆବେଦନ କରିପାରିବେ। ତେବେ କୋର୍ଟ ତାଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଛନ୍ତି।

ରାଣେଙ୍କ ପରିବାର ମାଲିକାନାରେ ଥିବା କାଲ୍କା ରିଅଲ ଏଷ୍ଟେଟ୍ସ ଦ୍ୱାରା ଦାଖଲ ହୋଇଥିବା ଏକ ଆବେଦନକୁ କୋର୍ଟ ଖାରଜ କରି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri