Posted inଜାତୀୟ

ରାଣେଙ୍କୁ ଝଟ୍‌କା, ବଙ୍ଗଳାର ବେଆଇନ ନିର୍ମାଣ ୨ ସପ୍ତାହରେ ଭାଙ୍ଗିବାକୁ ହାଇକୋର୍ଟଙ୍କ ନୋଟିସ…

ମୁମ୍ବାଇ, ୨୦।୯ : କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କୁ ବମ୍ବେ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଦୁଇ ସପ୍ତାହ ମଧ୍ୟରେ ମୁମ୍ବାଇର ଜୁହୁ ଅଞ୍ଚଳରେ ନାରାୟଣ ରାଣେଙ୍କ ବଙ୍ଗଳା ଭାଙ୍ଗିବାକୁ ବମ୍ବେ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଏହି ବେଆଇନ ନିର୍ମାଣକୁ ଭାଙ୍ଗିବା ପାଇଁ ବ୍ରିହାନମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମସି) କୁ ନିର୍ଦ୍ଦେଶ ଦିଆଯାଇଛି। କୋର୍ଟ ମଧ୍ୟ ରାଣେଙ୍କୁ ୧୦ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ନିର୍ମାଣରେ ଫ୍ଲୋର ସ୍ପେସ ଇଣ୍ଡେକ୍ସ (ଏସଏସଆଇ) ଏବଂ କୋଷ୍ଟାଲ ରେଗୁଲେଶନ ଜୋନ (ସିଆରଜେଡ) ନିୟମ ଉଲ୍ଲଂଘନ କରାଯାଇଛି ବୋଲି କୋର୍ଟ କହିଛନ୍ତି। ଫ୍ଲୋର୍‌ ସ୍ପେସ ଇଣ୍ଡେକ୍ସ ହେଉଛି ଅନୁମତିପ୍ରାପ୍ତ ସୀମା ଯେଉଁଥିରେ ଏକ ନିର୍ଦ୍ଦିଷ୍ଟ ପ୍ଲଟ କିମ୍ବା ଜମିରେ ନିର୍ମାଣ କାର୍ଯ୍ୟ କରାଯାଇପାରିବ ।

ଆଇନ ଉଲ୍ଲଂଘନ କରି ବେଆଇନ ନିର୍ମାଣ ହୋଇଥିବା କୋର୍ଟ ସ୍ବୀକାର କରିଛନ୍ତି। ଜଷ୍ଟିସ ଆର. ଡି. ଧନୁକା ଏବଂ ଜଷ୍ଟିସ କମଲ ଖତାଙ୍କ ନେତୃତ୍ୱରେ ଗଠିତ ଏକ ଡିଭିଜନ ବେଞ୍ଚ କହିଛନ୍ତି ଯେ ଅନୁମୋଦିତ ଯୋଜନା ତଥା ଆଇନର ନିୟମକୁ ଉଲ୍ଲଂଘନ କରି ବହୁ ପରିମାଣରେ ଅନଧିକୃତ ନିର୍ମାଣ କରାଯାଇଛି। ବେଞ୍ଚ କହିଛନ୍ତି ଯେ ଅନଧିକୃତ ନିର୍ମାଣକୁ ରଖିବା ଦ୍ୱାରା ମୁମ୍ବାଇ ସହରରେ ଆଇନଗତ ବ୍ୟବସ୍ଥାର ବ୍ୟାପକ ଉଲ୍ଲଂଘନ ହେବ ଏବଂ ଅନଧିକୃତ ନିର୍ମାଣକୁ ଉତ୍ସାହିତ କରିବ।

ରାଣେଙ୍କ ଉପରେ ଲାଗୁ ହୋଇଥିବା ଜରିମାନା ଦୁଇ ସପ୍ତାହ ମଧ୍ୟରେ ମହାରାଷ୍ଟ୍ର ରାଜ୍ୟ ଆଇନ ସେବା ପ୍ରାଧିକରଣରେ ଜମା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଣେଙ୍କ ଓକିଲ ଶାର୍ଦ୍ଦୁଳ ସିଂ କୋର୍ଟଙ୍କୁ ଆଦେଶ ଉପରେ ୬ ସପ୍ତାହ ରୋକ ଲଗାଇବାକୁ ଅନୁରୋଧ କରିଛନ୍ତି ଯାହା ଦ୍ୱାରା ସେ ସୁପ୍ରିମକୋର୍ଟରେ ଏକ ଆବେଦନ କରିପାରିବେ। ତେବେ କୋର୍ଟ ତାଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଛନ୍ତି।

ରାଣେଙ୍କ ପରିବାର ମାଲିକାନାରେ ଥିବା କାଲ୍କା ରିଅଲ ଏଷ୍ଟେଟ୍ସ ଦ୍ୱାରା ଦାଖଲ ହୋଇଥିବା ଏକ ଆବେଦନକୁ କୋର୍ଟ ଖାରଜ କରି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri