Posted inଜାତୀୟ

ସୁପ୍ରିମକୋର୍ଟରେ କେନ୍ଦ୍ରକୁ ଝଟକା

ନୂଆଦିଲ୍ଲୀ, ୧୦।୭: ନୂଆ ଆଇଟି ନିୟମର ବୈଧତାକୁ ଚ୍ୟାଲେଞ୍ଜ କରି ଦେଶର ବିଭିନ୍ନ ହାଇକୋର୍ଟରେ ଦାଏର ହୋଇଥିବା ସମସ୍ତ ପିଟିଶନର ଶୁଣାଣି ସୁପ୍ରିମକୋର୍ଟରେ ହେଉ ବୋଲି କେନ୍ଦ୍ର ସରକାର ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟଗୁଡ଼ିକରେ ଏଭଳି ଆବେଦନର ଶୁଣାଣି ଉପରେ ସ୍ଥଗିତାଦେଶ ଜାରି କରିବାକୁ ଶୁକ୍ରବାର ଶୀର୍ଷ ଅଦାଲତ ମନା କରିଦେଇଛନ୍ତି। ଫଳରେ ଆଇଟି ନିୟମକୁ ନେଇ ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ ନାଲିଆଖି ଦେଖାଉଥିବା କେନ୍ଦ୍ରକୁ ଝଟ୍‌କା ଲାଗିଛି।
ଫେବୃୟାରୀ ୨୫ରେ ଫେସ୍‌ବୁକ୍‌, ଟୁଇଟର ଭଳି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଏବଂ ଓଭର ଦି ଟପ୍‌ (ଓଟିଟି) ପ୍ଳେୟାର୍ସଙ୍କୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଇଣ୍ଟରମିଡିଆରି ଗାଇଡ୍‌ଲାଇନ୍ସ ଆଣ୍ଡ ଡିଜିଟାଲ ମିଡିଆ ଏଥିକ୍ସ କୋଡ୍‌) ରୁଲ୍ସ,୨୦୨୧ ଆଣିଛନ୍ତି। ନୂଆ ନିୟମ ଅନୁସାରେ ସୋସିଆଲ ମିଡିଆ ମଞ୍ଚଗୁଡ଼ିକୁ ଅଭିଯୋଗ ଶୁଣାଣି ବ୍ୟବସ୍ଥା ଲାଗି ଦେଶରେ ଜଣେ ଅଧିକାରୀଙ୍କୁ ନିଯୁକ୍ତ କରିବାକୁ ପଡ଼ିବ। କର୍ତ୍ତୃପକ୍ଷ ଓ କୋର୍ଟ ଭର୍ତ୍ସନା କରୁଥିବା କଣ୍ଟେଣ୍ଟଗୁଡ଼ିକୁ ୩୬ ଘଣ୍ଟା ମଧ୍ୟରେ ହଟାଇବା ପାଇଁ ସମ୍ପୃକ୍ତ ଅଧିକାରୀ ପଦକ୍ଷେପ ନେବେ। ଉକ୍ତ ନୂଆ ନିୟମକୁ ଦିଲ୍ଲୀ, ବମ୍ବେ, ମାଡ୍ରାସ ଓ କେରଳ ହାଇକୋର୍ଟରେ ଚ୍ୟାଲେଞ୍ଜ କରି ଏକାଧିକ ପିଟିଶନ ଦାଏର କରାଯାଇଛି। କେନ୍ଦ୍ର ସରକାର ଏହି ସମସ୍ତ ଆବେଦନର ଶୁଣାଣି ସୁପ୍ରିମକୋର୍ଟରେ କରାଇବା ପାଇଁ ପିଟିଶନଗୁଡ଼ିକୁ ସ୍ଥାନାନ୍ତର କରି ଅଣାଯାଉ ବୋଲି ଅନୁରୋଧ କରିଥିଲେ। ଜଷ୍ଟିସ୍‌ ଫର୍‌ ରାଇଟ୍ସ ଫାଉଣ୍ଡେଶନ ପକ୍ଷରୁ କରାଯାଇଥିବା ଅପିଲକୁ ଜଷ୍ଟିସ୍‌ ଏ.ଏମ୍‌. ଖାନ୍‌ଓ୍ବିଲକର ଏବଂ ସଞ୍ଜୟ ଖାନ୍ନାଙ୍କ ଖଣ୍ଡପୀଠ କେନ୍ଦ୍ରର ଆବେଦନ ସହ ସଂଲଗ୍ନ କରି ଶୁଣାଣି କରିଛନ୍ତି। ହାଇକୋର୍ଟଗୁଡ଼ିକରେ ଆବେଦନ ବିଚାରାଧୀନ ଥିବାବେଳେ ସେଗୁଡ଼ିକର ଶୁଣାଣି ଉପରେ ସ୍ଥଗିତାଦେଶ ଜାରି କରିବାକୁ ଖଣ୍ଡପୀଠ ମନା କରିଦେଇଛନ୍ତି। ଇତିମଧ୍ୟରେ ବିଭିନ୍ନ ନ୍ୟୁଜ୍‌ ଚ୍ୟାନେଲ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ନ୍ୟୁଜ୍‌ ବୋର୍ଡକାଷ୍ଟର୍ସ ଆସୋସିଏଶନ (ଏନ୍‌ବିଏ) ସଦସ୍ୟମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନ ନେବାକୁ କେରଳ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ୍‌ ପି.ବି. ସୁରେଶ କୁମାର କେନ୍ଦ୍ରକୁ ନୋଟିସ୍‌ ଜାରି କରି ଏନ୍‌ବିଏର ଆବେଦନ ଉପରେ ଆଭିମୁଖ୍ୟ ସ୍ପଷ୍ଟ କରିବା ପାଇଁ କହିଛନ୍ତି। ଏନ୍‌ବିଏ ପକ୍ଷରୁ ମାମଲା ପରିଚାଳନା କରୁଥିବା ବରିଷ୍ଠ ଆଇନଜୀବୀ ମନୀନ୍ଦର ସିଂ ଆବେଦନରେ ଦର୍ଶାଇଥିଲେ ଯେ, ଗଣମାଧ୍ୟମର ବାକ୍‌ ଓ ଅଭିବ୍ୟକ୍ତି ସ୍ବାଧୀନତା ଉପରେ କଟକଣା ଜାରି କରିବା ଲାଗି ସରକାରୀ ଅଧିକାରୀମାନଙ୍କୁ ଏହି ନିୟମ ‘ଅତ୍ୟଧିକ କ୍ଷମତା’ ଦେଇଛି। ନୂଆ ଆଇଟି ନିୟମ ଅନୁସାରେ ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ଆତ୍ମନିୟାମକ ସଂସ୍ଥାର କାର୍ଯ୍ୟକୁ ଜଣେ ଯୁଗ୍ମ ସଚିବ ପାହ୍ୟାର ଅଧିକାରୀଙ୍କ ନେତୃତ୍ୱରେ ଗଠିତ କମିଟି ଅନୁଧ୍ୟାନ କରିବ। ସେହିପରି ମିଡିଆ କମ୍ପାନୀ କିମ୍ବା ସେମାନଙ୍କ ସଂଗଠନଗୁଡ଼ିକୁ ଆତ୍ମନିୟାମକ ସଂସ୍ଥା ଗଠନ କରିବାକୁ ପଡ଼ିବ, ଯାହାର ଅଧ୍ୟକ୍ଷତା ସୁପ୍ରିମକୋର୍ଟ କିମ୍ବା ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତି ଅଥବା ଜଣେ ବିଶିଷ୍ଟ ବ୍ୟକ୍ତି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?