Posted inଜାତୀୟ

ଉଦ୍ଧବ ସମର୍ଥକଙ୍କୁ ଝଟ୍‌କା, ନିର୍ବାଚନ ଆୟୋଗ ନିଷ୍ପତ୍ତି ନେବେ ଅସଲି ଶିବସେନା କିଏ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୨୭।୯ : ଶିବସେନାଙ୍କ ଉଦ୍ଧବ ଠାକରେଙ୍କ ସମର୍ଥକଙ୍କୁ ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଝଟ୍‌କା ମିଳିଛି। ଦଳର ଚିହ୍ନ ସମ୍ପର୍କରେ ନିର୍ବାଚନ ଆୟୋଗଙ୍କର କାର୍ଯ୍ୟ ବନ୍ଦ କରିବାକୁ ସୁପ୍ରିମକୋର୍ଟର ଏକ ପାଞ୍ଚ ଜଣିଆ ଖଣ୍ଡପୀଠ ମନା କରି ଦେଇଛନ୍ତି। ଉଦ୍ଧବଙ୍କ ଦଳର ଦାବି ଥିଲା ଯେ ବିଧାୟକଙ୍କ ଅଯୋଗ୍ୟତା ନିଷ୍ପତ୍ତି ପୂର୍ବରୁ ନିର୍ବାଚନ ଆୟୋଗ ଦଳର ଚିହ୍ନ ନେଇ ବିଚାର କରିବା ଉଚିତ ନୁହେଁ। କିନ୍ତୁ ସୁପ୍ରିମକୋର୍ଟ ଏହାକୁ ପ୍ରତ୍ୟାଖ୍ୟାନ କରିଛନ୍ତି।

ଦଳର ଦଳର ରାଜନୈତିକ ଚିହ୍ନ ଆବଣ୍ଟନ ନେଇ ନିର୍ବାଚନ ଆୟୋଗରେ ଚାଲିଥିବା ପ୍ରକ୍ରିୟା ସ୍ଥଗିତ ରଖାଯିବା ଉଚିତ ବୋଲି ଉଦ୍ଧବଙ୍କ ଦଳର ଆଇନଜୀବୀ କପିଲ ସିବଲ ଏବଂ ଅଭିଷେକ ମନୁ ସିଂଘଭି କହିଥିଲେ। ସିବଲ ଯୁକ୍ତି କରିଥିଲେ ଯେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ତାଙ୍କ ଗୋଷ୍ଠୀର ବିଧାୟକଙ୍କ ଅଯୋଗ୍ୟତା ପ୍ରସଙ୍ଗ ବିଚାରାଧୀନ ଅଛି। ଏଭଳି ପରିସ୍ଥିତିରେ କୌଣସି ନିଷ୍ପତ୍ତି ନ ନେଇ ନିର୍ବାଚନ ଆୟୋଗଙ୍କୁ ପ୍ରକୃତ ଦଳ ଉପରେ ନିଷ୍ପତ୍ତି ନେବାକୁ ରୋକାଯିବା ଉଚିତ।

ଶିନ୍ଦେ ଗୋଷ୍ଠୀଙ୍କ ପକ୍ଷରୁ ହାଜର ହୋଇଥିବା ବରିଷ୍ଠ ଆଡଭୋକେଟ ନୀରଜ କିଶନ କୌଲ କହିଥିଲେ ଏହା ସହ ଉପଲବ୍ଧ ତଥ୍ୟ ଆଧାରରେ ନିର୍ବାଚନ ଆୟୋଗ ଦଳର ନିର୍ବାଚନୀ ଚିହ୍ନ ଉପରେ ନିଷ୍ପତ୍ତି ନିଅନ୍ତୁ। ଏହା ହେଉଛି ଆୟୋଗର ସାମ୍ବିଧାନିକ କାର୍ଯ୍ୟ। ଏନେଇ ଅଟକାଇବା ଉଚିତିନୁହେଁ ।
ନିର୍ବାଚନ ଆୟୋଗଙ୍କର ଆଇନଜୀବୀ ଅରବିନ୍ଦ ଦତ୍ତ କହିଛନ୍ତି ଯେ ଆୟୋଗ ଏହାର ସାମ୍ବିଧାନିକ ଦାୟିତ୍ୱ ପାଳନ କରୁଛି। ଏକ୍ଷେତ୍ରରେ ବାଧା ଉଚିତ ନୁହେଁ। କିଏ ବିଧାୟକ ଏବଂ କିଏ ନୁହଁନ୍ତି ତାହା ଆୟୋଗ ଦେଖୁନାହିଁ। ଏଥିପାଇଁ କେବଳ ଦଳର ସଦସ୍ୟ ହେବା ଯଥେଷ୍ଟ ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri