ଢେଙ୍କାନାଳ ଏଲ୍‌ଆଇସି ଅଫିସରେ ଚାଞ୍ଚଲ୍ୟ: ହଠାତ୍‌ ଫୁଟିଲା ଗୁଳି

ଢେଙ୍କାନାଳ ଅଫିସ,୧୪।୧୦: ଢେଙ୍କାନାଳ ସହରାଞ୍ଚଳସ୍ଥିତ ରଥଗଡ଼ା ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି) କାର୍ଯ୍ୟାଳୟରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଏଲ୍‌ଆଇସି କାର୍ଯ୍ୟାଳୟରୁ ଆକ୍ସିସ ବ୍ୟାଙ୍କକୁ ଟଙ୍କା ଯାଉଥିଲା। ଏଥିପାଇଁ ସିଏମ୍‌ଏସ୍‌ ଭ୍ୟାନର କର୍ମଚାରୀମାନେ କାର୍ଯ୍ୟାଳୟରେ ଟଙ୍କା ଗଣୁଥିଲେ। ଏହି ସମୟରେ ସାଥିରେ ଆସିଥିବା ସିଏମ୍‌ଏସ୍‌ ଭ୍ୟାନ ଗନ୍‌ମ୍ୟାନ କୁମୁଦ କୁମାର ସାହୁ(୫୪)ଙ୍କ ସର୍ଭିସ ବନ୍ଧୁକରୁ ଅଜାଣତରେ ଗୋଟେ ରାଉଣ୍ଡ ଗୁଳି ଫୁଟିଯିବାରୁ କାର୍ଯ୍ୟାଳୟରେ ଭୟର ବାତାବରଣ ଖେଳିଯାଇଛି। ଗୁଳିଟି ଛାତର ସିଲିଂରେ ବାଜି କଣା ହୋଇଯାଇଛି। ଏଥିରେ କେହି ମୃତାହତ ହୋଇନାହାନ୍ତି। ଏଲ୍‌ଆଇସି ଅଫିସରେ ସିଏମ୍‌ଏସ୍‌ର କର୍ମଚାରୀମାନେ ଟଙ୍କା ଗଣୁଥିବା ସମୟରେ ଗନ୍‌ମ୍ୟାନ ସେଠାରେ ଉପସ୍ଥିତ ଥିଲେ। ହଠାତ୍‌ ବନ୍ଧୁକର ଟ୍ରିଗରରେ ଗୋଡ଼ ବାଜିଯିବାରୁ ଗୁଳି ଫୁଟିଥିଲା ବୋଲି କାର୍ଯ୍ୟାଳୟର କର୍ମଚାରୀମାନେ କହିଛନ୍ତି। ଖବର ପାଇ ଢେଙ୍କାନାଳ ଟାଉନଥାନା ପୁଲିସ କାର୍ଯ୍ୟାଳୟରେ ପହଞ୍ଚତ୍ ଘଟଣାର ତଦନ୍ତ କରିଛି। କୁମୁଦ ଏହା ପୂର୍ବରୁ ଢେଙ୍କାନାଳର ବିଭିନ୍ନ ବ୍ୟାଙ୍କରେ ସୁରକ୍ଷାକର୍ମୀ ଭାବେ କାର୍ଯ୍ୟ କରୁଥିଲେ। ହେଲେ ଜଣେ ଅଭିଜ୍ଞ ଗନ୍‌ମ୍ୟାନଙ୍କ ବନ୍ଧୁକରୁ କିଭଳି ଗୁଳି ଫୁଟିଲା ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri