ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ ଦେଓମାଳି ବୁଲିବାକୁ ଯାଇଥିବା ସୁନାବେଡ଼ା ୟୁନିଭର୍ସିଟିର ୫ ଜଣ ଛାତ୍ରଛାତ୍ରୀଙ୍କୁ କିଛି ମୁଖାପିନ୍ଧା ଦୁର୍ବୃତ୍ତ ଅତର୍କିତ ଆକ୍ରମଣ କରି ଲହୁଲୁହାଣ କରିଥିବା ନେଇ କୋଟିଆ ଥାନାରେ ଲିଖିତ ଅଭିଯୋଗ ହୋଇଛି।

ସୂଚନା ଅନୁସାରେ, ସୁନାବେଡ଼ା ୟୁନିଭର୍ସିଟିର ୨ ଜଣ ଛାତ୍ର ଓ ୩ ଜଣ ଛାତ୍ରୀ ଏକ କାର୍ (OD 10 AC 1593) ଯୋଗେ ଦେଓମାଳି ବୁଲିବାକୁ ଯାଇଥିଲେ। ପାର୍କିଂ ସ୍ଥାନରେ କାର୍ ରଖି ମୁଖ୍ୟ ଟାୱାର ଉପରୁ ପାଦଚଲା ରାସ୍ତାରେ ଫେରୁଥିବା ବେଳେ ସନ୍ଧ୍ୟା ପ୍ରାୟ ୬:୩୦ ମିନିଟ୍‌ରେ କିଛି ମୁଖାଧାରୀ ଯୁବକ ସେମାନଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ଦୁର୍ବୃତ୍ତମାନେ ଆକ୍ରମଣ କରିବା ସହ ଛାତ୍ର ଆଇନ୍‌ କୁମାର ଟାକିରୀଙ୍କଠାରୁ ୨ଟି ମୋବାଇଲ୍‌ ଫୋନ୍‌ ଓ ମନିପର୍ସରୁ ପ୍ରାୟ ୭ ହଜାର ଟଙ୍କା ଲୁଟି ନେଇଥିଲେ।

ଖବର ପାଇ ସୁନାବେଡ଼ା ଏସଡିପିଓ ସୁମିତ୍ରା ଜେନାଙ୍କ ନିର୍ଦ୍ଦେଶକ୍ରମେ ପଟ୍ଟାଙ୍ଗି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରି କୁନ୍ଦୁଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଇଥିଲେ। ଶନିବାର ଆହତ ଛାତ୍ରଛାତ୍ରୀ କୋଟିଆ ଥାନାରେ ପହଞ୍ଚି ଲିଖିତ ଅଭିଯୋଗ କରିବା ପରେ ପୋଲିସ କେସ୍‌ ନଂ ୦୭/୨୬ ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। କୋଟିଆ ଥାନା ଅଧିକାରୀ ମଧୁ ଭୋଇ ଏହାର ତଦନ୍ତ କରୁଥିବା ବେଳେ ଆକ୍ରମଣକାରୀଙ୍କୁ ଅତିଶୀଘ୍ର ଚିହ୍ନଟ କରି ଗିରଫ କରାଯିବ ବୋଲି ଏସଡିପିଓ ପ୍ରକାଶ କରିଛନ୍ତି। ଆଗକୁ ପର୍ଯ୍ୟଟନ ଋତୁ ଆସୁଥିବା ବେଳେ ଏପରି ସାଂଘାତିକ ଘଟଣା ପର୍ଯ୍ୟଟକଙ୍କ ମନରେ ଭୟ ସୃଷ୍ଟି କରିବା ସହ ସେଠାରେ ନିୟୋଜିତ ସୁରକ୍ଷାକର୍ମୀଙ୍କ ଦାୟିତ୍ୱହୀନତା ଉପରେ ସନ୍ଦେହ ସୃଷ୍ଟି କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରୋମାଞ୍ଚକର ଫାଇନାଲ ମ୍ୟାଚ୍‌: ପାକିସ୍ତାନକୁ ପରାସ୍ତ କରି ଟାଇଟଲ ଜିତିଲା ଶ୍ରୀଲଙ୍କା

ଦୋହା,୨୯।୧୧: Asia Cup Rising Stars 2026 ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ଅତ୍ୟନ୍ତ ରୋମାଞ୍ଚକପୂର୍ଣ୍ଣ ହୋଇଥିଲା। ଯେଉଁଥିରେ ଶ୍ରୀଲଙ୍କା ‘ଏ’ (Sri Lanka ’A’) ଦଳ ପାକିସ୍ତାନ…

ଝାଡ଼ଖଣ୍ଡରେ ମର୍ମନ୍ତୁଦ ଦୁର୍ଘଟଣା: ୧୩ ମୃତ, ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ରାଞ୍ଚି,୨୯ା୧୧: ଝାଡ଼ଖଣ୍ଡର ରାମଗଡ଼ ଜିଲାରେ ଦ୍ରୁତ ବେଗରେ ଆସୁଥିବା ଏକ ଏସ୍‌ୟୁଭି ଭାରୀ ଯାନକୁ ଧକ୍କା ଦେବାରୁ ୫ ପିଲା ଓ ୩ ମହିଳାଙ୍କ ସମେତ ୧୩…

ମହମ୍ମଦ ସିରାଜଙ୍କୁ ଅଣଦେଖା କରିବା ନେଇ ରାଗିଗଲେ ସୁନୀଲ ଗାଭାସ୍କର, ଟିମ୍ ଇଣ୍ଡିଆର ନିଷ୍ପତ୍ତିକୁ ନେଇ କହିଲେ….

ନୂଆଦିଲ୍ଲୀ,୨୯।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଟିମ୍ ଇଣ୍ଡିଆର ପ୍ରଦର୍ଶନ ଅପେକ୍ଷା ଦଳର କିଛି ନିଷ୍ପତ୍ତିକୁ ନେଇ ଅଧିକ ଚର୍ଚ୍ଚା ଓ ବିବାଦ ଦେଖାଦେଇଛି । ଟି-୨୦ ସିରିଜ୍‌ରେ ଯୁବ…

ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଏକାଠି ବସି ମୋଦିଙ୍କ ବାର୍ତ୍ତା ଶୁଣିଲେ ଭାଜପା କାର୍ଯ୍ୟକର୍ତ୍ତା

ହାଟଡ଼ିହୀ/ଆନନ୍ଦପୁର/ଛେନାପଦୀ,୨୯।୧୧(ଶୁଭକାନ୍ତ ନାୟକ/ସୁଶାନ୍ତ ସାହୁ/ଶ୍ରୀଧର ମହାରଣା/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରବିବାର ବିଧାନସଭାସ୍ତରୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏକ ହୋଟେଲରେ ଯୁବମୋର୍ଚ୍ଚା…

ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାଇଁ ସରକାରଙ୍କୁ ୩୭୧ ସାଂସଦଙ୍କ ସମର୍ଥନ! ଲୋକ ସଭା ଆସନ ୮୫୦କୁ ବଢ଼ାଇବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୨୯ା୧୧: ନିର୍ବାଚନମଣ୍ଡଳୀ ସୀମା ପୁନଃ ନିର୍ଦ୍ଧାରଣ ସହ ଜଡ଼ିତ ସମ୍ବିଧାନ ସଂଶୋଧନ ବିଲ୍‌ ଗୃହୀତ କରାଇବା ପାଇଁ ସୋମବାରଠାରୁ ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେଉଛି ।…

ଭୂସ୍ଖଳନରେ ୧୩ ଜୀବନ ହାନି, ଦୁର୍ଦ୍ଦିନରେ ଥିବା ଗିଡ଼ିପାବାଲି ପରିବାରଙ୍କୁ ପୁଣି ସହାୟତାର ହାତ ବଢ଼ାଇଲେ ଅସୀମା

ଭଞ୍ଜନଗର,୨୯।୧୧(ବାବୁଲା ପ୍ରଧାନ): ବାତ୍ୟା, ବର୍ଷାର ବିଭୀଷିକା ଥମିଯାଇଛି, ହେଲେ ଏହାର ଦୁଃଖଦ ଚିହ୍ନ ଏବେ ବି ଅନେକ ପରିବାରଙ୍କ ଜୀବନରେ ଲିଭିନାହିଁ। ଅନେକ ପରିବାର ସର୍ବସ୍ବ ହରାଇଥିବା…

କେରଳରୁ ଘରକୁ ଫେରୁଥିବା ବେଳେ ବିଜୟୱାଡ଼ାରୁ ନିଖୋଜ ଲାଞ୍ଜିଗଡ଼ର ଯୁବକ, ୧୦ ଦିନ ହେଲା ମିଳୁନି ପତ୍ତା

ଲାଞ୍ଜିଗଡ଼,୨୯।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ଯୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ ଖଟିବାକୁ…

ଗୁଡ଼ାରି ଡାକ୍ତରଖାନାରେ ନାହିଁ ଏକ୍ସ-ରେ ସୁବିଧା, ୪୫ କିମି ଦୂର ଯାଉଛନ୍ତି ରୋଗୀ

ଗୁଡାରି,୨୯।୧୧(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡାରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ୍ସ-ରେ (X-Ray) ସୁବିଧା ନଥିବାରୁ ରୋଗୀମାନେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବିଶେଷକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?