କେଉଁ ପ୍ରକାର ସଙ୍କେତ? ନୀଳଚକ୍ରରୁ ଛିଣ୍ଡିଗଲା ବାନା, ବଡ଼ ବିପଦ….

ପୁରୀ,୧୨।୩( ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ନୀଳଚକ୍ର ଉପରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ନୀଳଚକ୍ର ସହ ସଂଯୋଗ ହୋଇ ରହୁଥିବା ମାଳମାଳ ମାନସିକ ବାନା ଛିଣ୍ଡିଯାଇଛି । ଯାହାକୁ ନେଇ ଅନେକ ଅସମାହିତ ପ୍ରଶ୍ନ ସୃଷ୍ଟି ହୋଇଥିବା ବେଳେ ଏହା ଶୁଭ ସଙ୍କେତ ନା ଅଶୁଭ ସଙ୍କେତକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

ସୂଚନା ମୁତାବକ,ବୁଧବାର ଚୁନରା ସେବକମାନଙ୍କ ଦ୍ବାରା ପ୍ରତିଦିନ ଭଳି ବାନା ପରିବର୍ତ୍ତନ ସମୟରେ ଭକ୍ତମାନଙ୍କ ଦ୍ବାରା ପ୍ରଦତ୍ତ ମାନସିକ ବାନା ନୀଳଚକ୍ରରୁ ଛିଣ୍ଡି ଯାଇଥିଵା ଦେଖିବାକୁ ମିଳିଛି। ପ୍ର‌େ‌ତ୍ୟକ ଦିନ ଭକ୍ତଙ୍କ ଦ୍ବାରା ପ୍ରଦାନ ହୋଇଥିବା ମାନସିକ ବାନାକୁ ଚୁନରା ସେବକମାନେ ନୀଳଚକ୍ରରେ ବାନ୍ଧୁଥିବା ବେଳେ ଏହା ସମ୍ପୂର୍ଣ୍ଣ ଛିଡି ପଡିଥିବା ଦେଖିବାକୁ ମିଳିଥିଲା। ପରେ ଏହି ମାଳମାଳ ମାନସିକ ବାନାକୁ ପୁନଃ ନୀଳଚକ୍ର ସହ ସଂଯୋଗ କରାଯାଇଥିଲା। ଅନ୍ୟପକ୍ଷରେ ଚଳିତ ମାସ ୫ ତାରିଖରେ ନୀଳଚକ୍ରରେ ଲାଗିଥିବା ପତିତପାବନ ବାନା ଉପରେ ଦୀର୍ଘ ସମୟ ଧରି ଚିଲ ବସି ଉଡିଥିବା ବେଳେ ବୁଧବାର ଏଭଳି ଘଟଣା ଘଟିବା ସମସ୍ତଙ୍କ ମନରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଛି।

କିଛି ସେବାୟତ ଏହାକୁ ମହାପ୍ରଭୁଙ୍କ ବଡ଼ ସଂକେତ ବୋଲି କହିଛନ୍ତି। ମାନସିକ ବାନା ଛିଡ଼ିବା ପ୍ରସଙ୍ଗ ଉପରେ ଦେଶରେ ବିପର୍ଯ୍ୟୟ ଘଟିବ ବୋଲି ଲୋକେ ଆଶଙ୍କା ପ୍ରକାଶ କରିଛନ୍ତି । ଭୂମ୍ପିକମ୍ପ, ଭୂସ୍କଳନ, ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସହ ଖାଦ୍ୟ ଅଭାବ, ଗୃହଯୁଦ୍ଧ ବୃଦ୍ଧି ପାଇଥାଏ ବୋଲି ସେବାୟତମାନେ କହିଛନ୍ତି । ତେବେ କେହି କେହି ଏହାକୁ ଅଶୁଭ ସଙ୍କେତ କହୁଥିବା ବେଳେ ମାତ୍ରାଧିକ ପବନର ବେଗ ଯୋଗୁଁ ଏହା ଛିଡି ଯାଇଥିବା ଅନେକ କହୁଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

‘ମାନବ ଚାଲାଣ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ’

ଭଞ୍ଜନଗର,୩୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ବିଶ୍ୱ ମାନବ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri