ଚମକାଇଲା ବାତ୍ୟା ଖବର! ପୁରୀରେ ହାଇ ଆଲର୍ଟ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ। ଆଗାମୀ ୧୨ ଘଣ୍ଟାରେ ବାତ୍ୟା । ଆଜି ସକାଳ ୫ଟା ୩୦ ମିନିଟ ବେଳର ଉପଗ୍ରହ ପର୍ଯ୍ୟବେକ୍ଷଣ ଅନୁଯାୟୀ ଗତକାଲିର ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା ସମ୍ଭାବନା। ଏହା ଗୋପାଳପୁରଠାରୁ ୯୭୦ କିମି ଏବଂ କାକିନାଡ଼ାଠାରୁ ୮୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇ ରହିଛି । ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆଜି ଗଭୀର ଅବପାତରେ ପରିଣତ ହେବ ।

ବାତ୍ୟା ପିଟି ହେବ ଆନ୍ଧ୍ରରେ, ଓଡ଼ିଶାରେ ପ୍ରବଳ ବର୍ଷା । ୨୮ରୁ ୨୯, ଦୁଇ ଦିନ ଦକ୍ଷିଣ ଓଡ଼ିଶା ପାଇଁ ବଡ଼ ବିପଦ । ଭୀଷଣ ବର୍ଷା ନେଇ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ନବରଙ୍ଗପୁରକୁ ରେଡ୍‌ ଆଲର୍ଟ ଜାରି ହୋଇଛି । ୮୦ କିମି ବେଗରେ ବହିବ ପବନ ।

ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପୁରୀ ପ୍ରଶାସନ ନେଇଛି ବଡ଼ ପଦକ୍ଷେପ। ୨୯ ତାରିଖ ଯାଏ ସମୁଦ୍ରକୁ ଯିବାକୁ ମନା କରାଯାଇଛି। ଅମାନିଆ ହୋଇ ସମୁଦ୍ରରେ ସ୍ନାନ କଲେ କଡ଼ା ଆକ୍ସନ ନିଆଯିବ ବୋଲି ନିର୍ଦ୍ଦେଶ ଜାରି ହୋଇଛି। ବାତ୍ୟାର ପ୍ରକୋପ ବଢ଼ିଲେ ସମୁଦ୍ର ବାଲିକୁ ମଧ୍ୟ ଛଡ଼ାଯିବନି ବୋଲି ସୂଚନା ମିଳିଛି।

ସମ୍ଭାବ୍ୟ ବାତ୍ୟାକୁ ନେଇ ଆଲର୍ଟରେ ରାଜ୍ୟ ସରକାର । ଗଞ୍ଜାମ, ଗଜପତି, କୋରାପୁଟ, କଳାହାଣ୍ଡି, ବାଲେଶ୍ବର,ସମେତ ୯ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ । ଶୁଖିଲା ଖାଦ୍ୟ ଓ ଔଷଧ ମହଜୁଦ ରଖିବାକୁ ଅଧିକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ନିର୍ଦ୍ଦେଶ । ଉପକୂଳିଆ ଲୋକଙ୍କୁ ମାଇକ ଦ୍ଵାରା ସତର୍କ କଲା ପୋଲିସ ।

Dharitri – Odisha’s No.1 Trusted Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri