ଚମକାଇଲା ବାତ୍ୟା ଖବର! ପୁରୀରେ ହାଇ ଆଲର୍ଟ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ। ଆଗାମୀ ୧୨ ଘଣ୍ଟାରେ ବାତ୍ୟା । ଆଜି ସକାଳ ୫ଟା ୩୦ ମିନିଟ ବେଳର ଉପଗ୍ରହ ପର୍ଯ୍ୟବେକ୍ଷଣ ଅନୁଯାୟୀ ଗତକାଲିର ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା ସମ୍ଭାବନା। ଏହା ଗୋପାଳପୁରଠାରୁ ୯୭୦ କିମି ଏବଂ କାକିନାଡ଼ାଠାରୁ ୮୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇ ରହିଛି । ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆଜି ଗଭୀର ଅବପାତରେ ପରିଣତ ହେବ ।

ବାତ୍ୟା ପିଟି ହେବ ଆନ୍ଧ୍ରରେ, ଓଡ଼ିଶାରେ ପ୍ରବଳ ବର୍ଷା । ୨୮ରୁ ୨୯, ଦୁଇ ଦିନ ଦକ୍ଷିଣ ଓଡ଼ିଶା ପାଇଁ ବଡ଼ ବିପଦ । ଭୀଷଣ ବର୍ଷା ନେଇ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ନବରଙ୍ଗପୁରକୁ ରେଡ୍‌ ଆଲର୍ଟ ଜାରି ହୋଇଛି । ୮୦ କିମି ବେଗରେ ବହିବ ପବନ ।

ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପୁରୀ ପ୍ରଶାସନ ନେଇଛି ବଡ଼ ପଦକ୍ଷେପ। ୨୯ ତାରିଖ ଯାଏ ସମୁଦ୍ରକୁ ଯିବାକୁ ମନା କରାଯାଇଛି। ଅମାନିଆ ହୋଇ ସମୁଦ୍ରରେ ସ୍ନାନ କଲେ କଡ଼ା ଆକ୍ସନ ନିଆଯିବ ବୋଲି ନିର୍ଦ୍ଦେଶ ଜାରି ହୋଇଛି। ବାତ୍ୟାର ପ୍ରକୋପ ବଢ଼ିଲେ ସମୁଦ୍ର ବାଲିକୁ ମଧ୍ୟ ଛଡ଼ାଯିବନି ବୋଲି ସୂଚନା ମିଳିଛି।

ସମ୍ଭାବ୍ୟ ବାତ୍ୟାକୁ ନେଇ ଆଲର୍ଟରେ ରାଜ୍ୟ ସରକାର । ଗଞ୍ଜାମ, ଗଜପତି, କୋରାପୁଟ, କଳାହାଣ୍ଡି, ବାଲେଶ୍ବର,ସମେତ ୯ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ । ଶୁଖିଲା ଖାଦ୍ୟ ଓ ଔଷଧ ମହଜୁଦ ରଖିବାକୁ ଅଧିକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ନିର୍ଦ୍ଦେଶ । ଉପକୂଳିଆ ଲୋକଙ୍କୁ ମାଇକ ଦ୍ଵାରା ସତର୍କ କଲା ପୋଲିସ ।

Dharitri – Odisha’s No.1 Trusted Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri