ସମ୍ବଲପୁରରୁ ଆସିଲା ସାଂଘାତିକ ଖବର, ପୁଣି ଅଧ୍ୟାପକଙ୍କ ନିର୍ଯାତନା, ଛାତ୍ରୀ କଲେ…

ସମ୍ବଲପୁର, ୧୭।୭(ପ୍ରମୋଦ ବହିଦାର): ବାଲେଶ୍ୱର ଏଫଏମ କଲେଜ ଘଟଣାର କିଛି ଦିନ ଯାଉଣୁ ପୁଣି ଜଣେ ଛାତ୍ରୀଙ୍କ ଉପରେ ହୋଇଛି ର୍ନିଯାତନା। ଏଥିରେ ମଧ୍ୟ ଜଣେ ଅଧ୍ୟାପକ ଛାତ୍ରୀଙ୍କୁ ଅସଦାଚରଣ କରିଛନ୍ତି। ଏଫଏମ କଲେଜ ନିଆଁ ସାରା ଓଡ଼ିଶାରେ ହୁତୁହୁତୁ ହୋଇ ଜଳୁଥିବାବେଳେ ପୁଣି ଏହି ଘଟଣା ରାଜ୍ୟ ରାଜନୀତିକୁ ସରଗରମ କରିଛି।

ଘଟଣାଟି ହେଉଛି ସମ୍ବଲପୁରର ଗୋଟିଏ ପ୍ରତିଷ୍ଠିତ କଲେଜ ଗଙ୍ଗାଧର ମେହେର ବିଶବିଦ୍ୟାଳୟ(ଜିଏମୟୁ)। ଯେଉଁଠି ଜଣେ ଛାତ୍ରୀ ର୍ନିଯାତନା ଅଭିଯୋଗ ଆଣିଛନ୍ତି। ନିଜ କଲେଜର ହିଁ ଅଧ୍ୟାପକଙ୍କ ବିରୋଧରେ ଆଣିଛନ୍ତି ସଙ୍ଗୀନ ଅଭିଯୋଗ। ଗିରଫ ଅଭିଯୁକ୍ତ ହେଲେ ଶିକ୍ଷା ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଗୋପୀକାନ୍ତ ସୁନା। ବିବାହ ପ୍ରତିଶ୍ରୁତି ଦେଇ ସେ ଛାତ୍ରୀଙ୍କୁ ର୍ନିଯାତନା ଦେଇଥିବା ସୂଚନା। ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଶାରିରୀକ ସମ୍ପର୍କ ରଖିଥିଲେ। ଛାତ୍ରୀ ଜଣଙ୍କ ଇଣ୍ଟିଗ୍ରେଟେଡ ବିଏଡ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ।

ତେବେ ଅଭିଯୋଗ ଆଧାରରେ ଅଧ୍ୟାପକଙ୍କୁ ଗିରଫ କରିଛି ମହିଳା ଥାନା। ଅଧ୍ୟାପକ ଗିରଫ ନେଇ ସ୍ପଷ୍ଟ କରିଛନ୍ତି ସମ୍ବଲପୁର ଏସପି। ସୂଚନାଥାଉ କି, ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଦହିତା ଗ୍ରାମର ମୂଳ ନିବାସୀ ପ୍ରଫେସର ସୁନା ବିବାହର ପ୍ରତିଶ୍ରୁତି ଦେଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ମାତ୍ର ପରବର୍ତ୍ତୀ ସମୟରେ ସେ ବିବାହ ପାଇଁ ମନା କରି ଦେଇଥିଲେ ବୋଲି ପୀଡ଼ିତା ଛାତ୍ରୀ ଗତ ୧୬ ତାରିଖ ବୁଧବାର ସମ୍ବଲପୁର ମହିଳା ଥାନାରେ ଏତଲା ଦେଇଥିଲେ। ତାଙ୍କ ଏତଲା ଆଧାରରେ ମହିଳା ଥାନା କେସ ନମ୍ବର ୫୬/୨୦୨୫ରେ ଭାରତୀୟ ନ୍ୟାୟ ସଂହିତା ଦଫା ୬୯ରେ ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି। ତଦନ୍ତ ବେଳେ ପୋଲିସ ପ୍ରଫେସର ସୁନାଙ୍କୁ ସମ୍ବଲପୁର ପ୍ରଫେସର କଲୋନୀସ୍ଥିତ ତାଙ୍କ ସରକାରୀ ବାସଭବନରୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri