ସମ୍ବଲପୁରରୁ ଆସିଲା ସାଂଘାତିକ ଖବର, ପୁଣି ଅଧ୍ୟାପକଙ୍କ ନିର୍ଯାତନା, ଛାତ୍ରୀ କଲେ…

ସମ୍ବଲପୁର, ୧୭।୭(ପ୍ରମୋଦ ବହିଦାର): ବାଲେଶ୍ୱର ଏଫଏମ କଲେଜ ଘଟଣାର କିଛି ଦିନ ଯାଉଣୁ ପୁଣି ଜଣେ ଛାତ୍ରୀଙ୍କ ଉପରେ ହୋଇଛି ର୍ନିଯାତନା। ଏଥିରେ ମଧ୍ୟ ଜଣେ ଅଧ୍ୟାପକ ଛାତ୍ରୀଙ୍କୁ ଅସଦାଚରଣ କରିଛନ୍ତି। ଏଫଏମ କଲେଜ ନିଆଁ ସାରା ଓଡ଼ିଶାରେ ହୁତୁହୁତୁ ହୋଇ ଜଳୁଥିବାବେଳେ ପୁଣି ଏହି ଘଟଣା ରାଜ୍ୟ ରାଜନୀତିକୁ ସରଗରମ କରିଛି।

ଘଟଣାଟି ହେଉଛି ସମ୍ବଲପୁରର ଗୋଟିଏ ପ୍ରତିଷ୍ଠିତ କଲେଜ ଗଙ୍ଗାଧର ମେହେର ବିଶବିଦ୍ୟାଳୟ(ଜିଏମୟୁ)। ଯେଉଁଠି ଜଣେ ଛାତ୍ରୀ ର୍ନିଯାତନା ଅଭିଯୋଗ ଆଣିଛନ୍ତି। ନିଜ କଲେଜର ହିଁ ଅଧ୍ୟାପକଙ୍କ ବିରୋଧରେ ଆଣିଛନ୍ତି ସଙ୍ଗୀନ ଅଭିଯୋଗ। ଗିରଫ ଅଭିଯୁକ୍ତ ହେଲେ ଶିକ୍ଷା ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଗୋପୀକାନ୍ତ ସୁନା। ବିବାହ ପ୍ରତିଶ୍ରୁତି ଦେଇ ସେ ଛାତ୍ରୀଙ୍କୁ ର୍ନିଯାତନା ଦେଇଥିବା ସୂଚନା। ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଶାରିରୀକ ସମ୍ପର୍କ ରଖିଥିଲେ। ଛାତ୍ରୀ ଜଣଙ୍କ ଇଣ୍ଟିଗ୍ରେଟେଡ ବିଏଡ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ।

ତେବେ ଅଭିଯୋଗ ଆଧାରରେ ଅଧ୍ୟାପକଙ୍କୁ ଗିରଫ କରିଛି ମହିଳା ଥାନା। ଅଧ୍ୟାପକ ଗିରଫ ନେଇ ସ୍ପଷ୍ଟ କରିଛନ୍ତି ସମ୍ବଲପୁର ଏସପି। ସୂଚନାଥାଉ କି, ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଦହିତା ଗ୍ରାମର ମୂଳ ନିବାସୀ ପ୍ରଫେସର ସୁନା ବିବାହର ପ୍ରତିଶ୍ରୁତି ଦେଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ମାତ୍ର ପରବର୍ତ୍ତୀ ସମୟରେ ସେ ବିବାହ ପାଇଁ ମନା କରି ଦେଇଥିଲେ ବୋଲି ପୀଡ଼ିତା ଛାତ୍ରୀ ଗତ ୧୬ ତାରିଖ ବୁଧବାର ସମ୍ବଲପୁର ମହିଳା ଥାନାରେ ଏତଲା ଦେଇଥିଲେ। ତାଙ୍କ ଏତଲା ଆଧାରରେ ମହିଳା ଥାନା କେସ ନମ୍ବର ୫୬/୨୦୨୫ରେ ଭାରତୀୟ ନ୍ୟାୟ ସଂହିତା ଦଫା ୬୯ରେ ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି। ତଦନ୍ତ ବେଳେ ପୋଲିସ ପ୍ରଫେସର ସୁନାଙ୍କୁ ସମ୍ବଲପୁର ପ୍ରଫେସର କଲୋନୀସ୍ଥିତ ତାଙ୍କ ସରକାରୀ ବାସଭବନରୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri