Posted inଖେଳ

ଗାଙ୍ଗୁଲିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଶାସ୍ତ୍ରୀ

ନୂଆଦିଲ୍ଲୀ,୨୧।୨: ଜର୍ନାଲିଷ୍ଟଙ୍କ ମେସେଜର ସ୍କ୍ରିନଶଟ୍‌ ଶେୟାର କରିବା ପରେ ରିଦ୍ଧିମାନ ଶାହାଙ୍କୁ ବିଭିନ୍ନ ମହଲରୁ ସମର୍ଥନ ମିଳିଛି। ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଲାଗି ଘୋଷିତ ଭାରତୀୟ ଦଳରୁ ବାଦ୍‌ ପଡ଼ିବା ପରେ ଶାହାଙ୍କ ସହ ଜଣେ ଜର୍ନାଲିଷ୍ଟଙ୍କ ସହ ମେସେଜରେ ଆଦାନ ପ୍ରଦାନ ହୋଇଥିଲା। ସେହି ମେସେଜର ସ୍କ୍ରିନ ଶଟ୍‌ ଟୁଇଟରରେ ଶେୟାର କରିବା ପରେ ତାଙ୍କ ସମର୍ଥନରେ ବାହାରିଛନ୍ତି ପୂର୍ବତନ ଭାରତୀୟ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ।

“ ଖେଳାଳିଙ୍କୁ ଜଣେ ଜର୍ନାଲିଷ୍ଟ ଧମକାଇବା ଏକ ଆଶ୍ଚର୍ଯ୍ୟଜନକ ଘଟଣା। ଏଭଳି ଘଟଣା ଟିମ୍‌ ଇଣ୍ଡିଆ ସହ ବାରମ୍ବାର ଘଟୁଛି। ପ୍ରତ୍ୟେକ କ୍ରିକେଟରଙ୍କ ହିତକୁ ଦୃଷ୍ଟିରେ ରଖି ବିସିସିଆଇକୁ ହସ୍ତକ୍ଷେପ କରିବାକୁ ପଡ଼ିବ” ବୋଲି ଶାସ୍ତ୍ରୀ ଟୁଇଟ୍‌ କରିଛନ୍ତି। ତାଙ୍କ ବ୍ୟତୀତ ପୂର୍ବତନ ଓପନର ବୀରେନ୍ଦ୍ର ସେହ୍ବାଗ, ପ୍ରଜ୍ଞାନ ଓଝା, ହରଭଜନ ସିଂ ଉକ୍ତ ଜର୍ନାଲିଷ୍ଟଙ୍କ ନାମ ପ୍ରକାଶ କରିବାକୁ କହିଛନ୍ତି।

ଶାହା ଆହୁରି କହିଛନ୍ତି, ମୁଖ୍ୟକୋଚ୍‌ ରାହୁଲ ଡ୍ରାଭିଡ୍‌ ତାଙ୍କୁ ଅବସର କଥା ଚିନ୍ତା କରିବାକୁ ପରାମର୍ଶ ଦେଇଥିଲେ। ନ୍ୟୁଜିଲାଣ୍ଡ ବିପକ୍ଷ କାନପୁର ଟେଷ୍ଟରେ ୬୧ ରନ୍‌ର ଅର୍ଦ୍ଧଶତକୀୟ ପାଳି ଖେଳିବା ପରେ ବିସିସିଆଇ ସଭାପତି ଗାଙ୍ଗୁଲି ଏକ ମେସେଜ କରିଥିଲେ। ସେଥିରେ ଯେତେବେଳ ପର୍ଯ୍ୟନ୍ତ ମୁଁ ବିସିସିଆଇରେ ଅଛି, ତୁମେ ଦଳରେ ରହିବା ନିଶ୍ଚିତ ବୋଲି ଉଲ୍ଲେଖ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri