ରାଜନୀତିରେ ହଇଚଇ! ଜଣାପଡିଲା ଦିଲ୍ଲୀରେ ଧର୍ମେନ୍ଦ୍ରଙ୍କୁ କାହିଁକି ଭେଟିଥିଲେ ରାଜ୍ୟପାଳ!

ନୂଆଦିଲ୍ଲୀ,୨୯।୭: ଓଡ଼ିଶା ରାଜ୍ୟପାଳ ଡକ୍ଟର ହରି ବାବୁ କୁମ୍ଭମପତି ନୂଆଦିଲ୍ଲୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଛନ୍ତି। ଏହି ଭେଟରେ ଉଭୟଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିବା ଜଣାପଡ଼ିଛି। ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କୁ ଭେଟିବା ପରେ ଦିଲ୍ଲୀରେ ରାଜ୍ୟପାଳଙ୍କ ଭେଟଘାଟ ଜାରି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଛନ୍ତି ରାଜ୍ଯପାଳ । କନ୍ଧମାଳ ସାଂସଦ ବି କଲେ ସାକ୍ଷାତ । ସାକ୍ଷାତର ଉଦ୍ଦେଶ୍ୟ ନେଇ ଚାରିଆଡ଼େ ଚର୍ଚ୍ଚା ।

ଓଡ଼ିଶା ରାଜ୍ୟପାଳ କମ୍ଭବପତି ହରିବାବୁଙ୍କୁ କିଛି ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭେଟିଥିଲେ। ଏହାପରେ ରାଜ୍ୟପାଳ ଆଇନ ମନ୍ତ୍ରୀଙ୍କ ଘରକୁ ଯାଇ ତାଙ୍କୁ ସାକ୍ଷାତ୍‌ କରିଥିଲେ । ତାପର ଦିନ ରାଜ୍ୟପାଳଙ୍କୁ ଭେଟିଥିଲେ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ । ଏସବୁ ଭେଟଘାଟ ପରେ ଗତକାଲିଠାରୁ ଦିଲ୍ଲୀରେ ଏହି ସାକ୍ଷାତ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ରାଜ୍ୟପାଳ ନିଜେ ଯାଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଛନ୍ତି। ଏହି ଭେଟଘାଟ ପରେ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି, ଏହା ଏକ ସୌଜନ୍ୟମୂଳକ ସାକ୍ଷାତ୍‌ ଥିଲା ।

ପୂର୍ବରୁ କିଛି ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିଥିଲେ ରାଜ୍ୟପାଳ । ଏବେ ମନ୍ତ୍ରୀ ଓ ସାଂସଦଙ୍କ ସହ ଭେଟଘାଟକୁ ନେଇ ଜୋର ଧରିଛି ଚର୍ଚ୍ଚା । ଆଗକୁ ସେ ରାଜ୍ୟ ମନ୍ତ୍ରିମଣ୍ଡଳର ଅନ୍ୟ ମନ୍ତ୍ରୀମାନଙ୍କୁ ଭେଟିବେ ବୋଲି ମଧ୍ୟ କୁହାଯାଉଛି। କେତେକଙ୍କ ମତରେ ଏହା ମନ୍ତ୍ରିମଣ୍ଡଳ ସଂପ୍ରସାରଣ ପୂର୍ବରୁ ଆଲୋଚନା-ପର୍ଯ୍ୟାଲୋଚନା ତ ଆଉ କେହି କେହି କହୁଛନ୍ତି ଦିଲ୍ଲୀର କେନ୍ଦ୍ରୀୟ ନେତୃତ୍ବ ତାଙ୍କୁ କିଛି ବିଶେଷ ଦାୟିତ୍ବ ଦେଇଥାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ବେଲୁଚିସ୍ତାନରେ ପୁଣି ଜଳିଲା ବିଦ୍ରୋହର ନିଆଁ! BLA ଚଳାଇଛି Operation Herof 2.0 , ୧୨ ପାକିସ୍ତାନୀ ସେନା ନିହତ

କ୍ୱେଟା,୩୧।୧: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ପୁଣି ଥରେ ଯୁଦ୍ଧକ୍ଷେତ୍ର ପାଲଟିଛି, ଶନିବାର (ଜାନୁଆରୀ ୩୧) ବେଲୁଚି ଆର୍ମିମାନେ ଏକକାଳୀନ ୧୦ଟି ସହରରେ ପାକିସ୍ତାନୀ ସେନା ଏବଂ ISI…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

କ’ଣ ଏମିତି କହିଲା ତୁର୍କୀ? ଖପ୍ପା ହୋଇଗଲା Pakistan, ଜାଣନ୍ତୁ ପୂରା ଘଟଣା

ଇସଲାମାବାଦ,୩୧।୧: ଇସଲାମିକ ନାଟୋ ଗଠନ କରିବାକୁ ଚେଷ୍ଟା କରୁଥିବା Pakistanକୁ ତୁର୍କୀ ଏକ ଗୁରୁତ୍ୱପୂର୍ଣ୍ଣ ଧକ୍କା ଦେଇଛି। ତୁର୍କୀର ବୈଦେଶିକ ମନ୍ତ୍ରୀ ହାକାନ ଫିଦାନ ସ୍ପଷ୍ଟ କରିଛନ୍ତି…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…

ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍‌ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri