ରାଜନୀତିରେ ହଇଚଇ! ଜଣାପଡିଲା ଦିଲ୍ଲୀରେ ଧର୍ମେନ୍ଦ୍ରଙ୍କୁ କାହିଁକି ଭେଟିଥିଲେ ରାଜ୍ୟପାଳ!

ନୂଆଦିଲ୍ଲୀ,୨୯।୭: ଓଡ଼ିଶା ରାଜ୍ୟପାଳ ଡକ୍ଟର ହରି ବାବୁ କୁମ୍ଭମପତି ନୂଆଦିଲ୍ଲୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଛନ୍ତି। ଏହି ଭେଟରେ ଉଭୟଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିବା ଜଣାପଡ଼ିଛି। ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କୁ ଭେଟିବା ପରେ ଦିଲ୍ଲୀରେ ରାଜ୍ୟପାଳଙ୍କ ଭେଟଘାଟ ଜାରି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଛନ୍ତି ରାଜ୍ଯପାଳ । କନ୍ଧମାଳ ସାଂସଦ ବି କଲେ ସାକ୍ଷାତ । ସାକ୍ଷାତର ଉଦ୍ଦେଶ୍ୟ ନେଇ ଚାରିଆଡ଼େ ଚର୍ଚ୍ଚା ।

ଓଡ଼ିଶା ରାଜ୍ୟପାଳ କମ୍ଭବପତି ହରିବାବୁଙ୍କୁ କିଛି ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭେଟିଥିଲେ। ଏହାପରେ ରାଜ୍ୟପାଳ ଆଇନ ମନ୍ତ୍ରୀଙ୍କ ଘରକୁ ଯାଇ ତାଙ୍କୁ ସାକ୍ଷାତ୍‌ କରିଥିଲେ । ତାପର ଦିନ ରାଜ୍ୟପାଳଙ୍କୁ ଭେଟିଥିଲେ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ । ଏସବୁ ଭେଟଘାଟ ପରେ ଗତକାଲିଠାରୁ ଦିଲ୍ଲୀରେ ଏହି ସାକ୍ଷାତ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ରାଜ୍ୟପାଳ ନିଜେ ଯାଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଛନ୍ତି। ଏହି ଭେଟଘାଟ ପରେ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି, ଏହା ଏକ ସୌଜନ୍ୟମୂଳକ ସାକ୍ଷାତ୍‌ ଥିଲା ।

ପୂର୍ବରୁ କିଛି ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିଥିଲେ ରାଜ୍ୟପାଳ । ଏବେ ମନ୍ତ୍ରୀ ଓ ସାଂସଦଙ୍କ ସହ ଭେଟଘାଟକୁ ନେଇ ଜୋର ଧରିଛି ଚର୍ଚ୍ଚା । ଆଗକୁ ସେ ରାଜ୍ୟ ମନ୍ତ୍ରିମଣ୍ଡଳର ଅନ୍ୟ ମନ୍ତ୍ରୀମାନଙ୍କୁ ଭେଟିବେ ବୋଲି ମଧ୍ୟ କୁହାଯାଉଛି। କେତେକଙ୍କ ମତରେ ଏହା ମନ୍ତ୍ରିମଣ୍ଡଳ ସଂପ୍ରସାରଣ ପୂର୍ବରୁ ଆଲୋଚନା-ପର୍ଯ୍ୟାଲୋଚନା ତ ଆଉ କେହି କେହି କହୁଛନ୍ତି ଦିଲ୍ଲୀର କେନ୍ଦ୍ରୀୟ ନେତୃତ୍ବ ତାଙ୍କୁ କିଛି ବିଶେଷ ଦାୟିତ୍ବ ଦେଇଥାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri