Posted inଖେଳ

ଆଶ୍ଚର୍ଯ୍ୟଜନକ ଦୃଶ୍ୟ: ଟ୍ରକରେ ନିଜ ଜିନିଷ ନିଜେ ଲୋଡ କଲେ ପାକିସ୍ତାନ ଖେଳାଳି

କାନବେରା,୨।୧୨: ଅଷ୍ଟ୍ରେଲିଆ ଗସ୍ତରେ ପାକିସ୍ତାନ କ୍ରିକେଟ ଦଳକୁ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ପଡିବ। ପ୍ରଥମ ଟେଷ୍ଟ ୧୪ଡିସେମ୍ବରରୁ ଖେଳାଯିବ। ଏହାପୂର୍ବରୁ ୬ଡିସେମ୍ବରରେ ଚାରି ଦିନିଆ ୱାର୍ମ ଅପ ମ୍ୟାଚ ହେବ, ଯେଉଁଥି ପାଇଁ ପାକିସ୍ତାନ ଦଳ ଅଷ୍ଟ୍ରେଲିଆରେ ପହଞ୍ଚିଛି। କିନ୍ତୁ ଅଷ୍ଟ୍ରେଲିଆର ବିମାନବନ୍ଦରରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ଏବେ ସାମ୍ନାକୁ ଆସିଛି, ଯେଉଁଥିରେ ମହମ୍ମଦ ରିଜୱାନଙ୍କ ସମେତ ଅନେକ ପାକିସ୍ତାନୀ ଖେଳାଳି ନିଜ ଲଗେଜ ଟ୍ରକରେ ଲୋଡ କରୁଥିବା ଦେଖାଯାଇଛି।
ଭିଡିଓରେ ଏହା ଦେଖିବାକୁ ମିଳେ ଯେ ପାକିସ୍ତାନ କ୍ରିକେଟ ଦଳର କିଛି ଖେଳାଳି ଲଗେଜ ସହିତ ଠିଆ ହୋଇଥିବାବେଳେ କେହି କେହି ଲଗେଜ ଟ୍ରକରେ ରଖିଛନ୍ତି। ଏହି ସମୟ ମଧ୍ୟରେ ମହମ୍ମଦ ରିଜଓ୍ବାନଙ୍କୁ ଟ୍ରକ ଭିତରେ ଠିଆ ହୋଇଥିବା ଦେଖିବାକୁ ମିଳିଥିଲା ଯେଉଁଥିରେ ଲଗେଜ ରଖାଯାଇଥିଲା। ଏହି ଭିଡିଓ ବାସ୍ତବରେ ଆଶ୍ଚର୍ଯ୍ୟଚକିତ କରିଛି। ସମସ୍ତ ଖେଳାଳି ଗୋଟିଏ ପରେ ଗୋଟିଏ ଟ୍ରକରେ ସେମାନଙ୍କର ଲଗେଜ ଲୋଡ କରୁଛନ୍ତି। ଏହି ସମୟରେ କିଛି ପ୍ରଶଂସକ ପାକିସ୍ତାନୀ ଖେଳାଳିଙ୍କଠାରୁ ସେଲଫି ନେବାକୁ କହୁଥିବା ମଧ୍ୟ ଦେଖିବାକୁ ମିଳିଛି। କହିବାକୁ ଗଲେ, ଏହା ଏକ ଆକର୍ଷଣୀୟ ଦୃଶ୍ୟ, ଯାହାକୁ ଆପଣ ବାରମ୍ବାର ଦେଖିବାକୁ ପାଇନାହାଁନ୍ତ।
ଯେତେବେଳେ ପାକିସ୍ତାନୀ ଖେଳାଳିମାନେ ନିଜ ଲଗେଜକୁ ଟ୍ରକରେ ଲୋଡ କରୁଥିଲେ, ସେତେବେଳେ ପାକିସ୍ତାନ ଦୂତାବାସର କିମ୍ବା କ୍ରିକେଟ ଅଷ୍ଟ୍ରେଲିଆର କୌଣସି ଅଧିକାରୀ ଉପସ୍ଥିତ ନ ଥିଲେ। ଏହି ଘଟଣା ଅଷ୍ଟ୍ରେଲିଆର ସିଡନୀ ବିମାନବନ୍ଦରରେ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

ଭାଷଣ ଦେବା ପୂର୍ୱରୁ ହାତରେ କାହିଁକି ବ୍ୟାଣ୍ଡେଜ ବାନ୍ଧିଥିଲେ ରାହୁଲ? ସଂସଦ ଭିତରେ କହିଦେଲେ…

ନୂଆଦିଲ୍ଲୀ,୧୭।୪: ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ମହିଳା ସଂରକ୍ଷଣ ବିଲ ଉପରେ ଚାଲିଥିବା ବିତର୍କ ମଧ୍ୟରେ ସମସ୍ତଙ୍କ ନଜର ରାହୁଲ ଗାନ୍ଧୀଙ୍କ ଉପରେ ଥିଲା। ଉଲ୍ଲେଖନୀୟ ଯେ,…

ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଲେ ଆହ୍ଲାବାଦ ହାଇକୋର୍ଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲାରେ ବଢ଼ୁଥିବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆହ୍ଲାବାଦ ହାଇକୋର୍ଟର…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri