ନାବାଳିକାଙ୍କ ଚାଞ୍ଚଲ୍ୟକର ବୟାନ: ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ…

ଭଦ୍ରକ,୨୬।୧୨(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିଠାରେ ବୁଧବାର ସନ୍ଧ୍ୟାରେ ଜଣେ ନାବାଳିକା ବୈତରଣୀ ନଦୀକୁ ଡେଇଁବା ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ନାବାଳିକା ଗଣମାଧ୍ୟମ ଆଗରେ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ହତ୍ୟା ଉଦ୍ଦେଶ୍ୟରେ ତାଙ୍କ ପ୍ରେମିକ ତାଙ୍କୁ ନଦୀକୁ ଠେଲି ଦେଇଥିବା ସେ ପ୍ରକାଶ କରିଛନ୍ତି। ପ୍ରକାଶ ଯେ, ବାଣପୁର ଅଞ୍ଚଳର ନାବାଳିକା ଗତ ମଙ୍ଗଳବାର ସନ୍ଧ୍ୟାରୁ ନିଖୋଜ ଥିଲେ। ପରିବାର ଲୋକେ ଖୋଜାଖୋଜି କରି ତାଙ୍କର କୌଣସି ସନ୍ଧାନ ନ ପାଇବାରୁ ବୁଧବାର ସକାଳେ ନାବାଳିକାଙ୍କ ମା’ ଚାନ୍ଦବାଲି ଥାନାରେ ଝିଅ ନିଖୋଜ ନେଇ ଅଭିଯୋଗ କରିଥିଲେ। ପ୍ରେମିକ ନାବାଳିକାଙ୍କ ମା’ଙ୍କୁ ଫୋନ୍‌ରେ ତାଙ୍କ ଝିଅ ଚାନ୍ଦବାଲିରେ ଥିବା ଜଣାଇବା ପରେ ସେ ପୋଲିସ ସହ ଘଟଣାସ୍ଥଳକୁ ଯାଇଥିଲେ। ସେରପୁର ଅଞ୍ଚଳର ଉକ୍ତ ଯୁବକ ନାବାଳିକାଙ୍କୁ ନଦୀକୁ ଠେଲି ଦେଇ ଖସି ପଳାଇ ଯାଉଥିବା ସମୟରେ ପୋଲିସ ତାଙ୍କୁ କାବୁ କରିଥିଲା ବୋଲି ନାବାଳିକାଙ୍କ ମା’ କହିଛନ୍ତି। ଅପରପକ୍ଷେ ନାବାଳିକାଙ୍କ କହିବା ଅନୁଯାୟୀ, ଯୁବକ ଜଣକ ତାଙ୍କୁ ବିବାହ ପ୍ରଲୋଭନ ଦେଖାଇ ଦୀର୍ଘଦିନ ଧରି ଶାରୀରିକ ସମ୍ପର୍କ ରଖିଆସୁଥିଲେ। ମଙ୍ଗଳବାର ରାତିରେ ତାଙ୍କୁ ଚାନ୍ଦବାଲି ଆଣି ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ ଅଜାଙ୍କ ଘରେ ଛାଡ଼ି ଦେଇଥିଲେ। ବୁଧବାର ସକାଳେ ବାରମ୍ବାର ଫୋନ୍‌ କରିଥିଲେ ମଧ୍ୟ ସେ ଉଠାଇ ନ ଥିଲେ। ଅପରାହ୍ନ ୪ଟାରେ ଚାନ୍ଦବାଲିରେ ଯୁବକ ଥିବା ଖବରପାଇ ସେ ତାଙ୍କ ପାଖକୁ ଯାଇଥିଲେ। ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ପରେ ସେ ତାଙ୍କୁ ନଦୀକୁ ଠେଲି ଦେଇଥିଲେ। ପୋଲିସ ଉକ୍ତ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri