ନାବାଳିକାଙ୍କ ଚାଞ୍ଚଲ୍ୟକର ବୟାନ: ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ…

ଭଦ୍ରକ,୨୬।୧୨(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିଠାରେ ବୁଧବାର ସନ୍ଧ୍ୟାରେ ଜଣେ ନାବାଳିକା ବୈତରଣୀ ନଦୀକୁ ଡେଇଁବା ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ନାବାଳିକା ଗଣମାଧ୍ୟମ ଆଗରେ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ହତ୍ୟା ଉଦ୍ଦେଶ୍ୟରେ ତାଙ୍କ ପ୍ରେମିକ ତାଙ୍କୁ ନଦୀକୁ ଠେଲି ଦେଇଥିବା ସେ ପ୍ରକାଶ କରିଛନ୍ତି। ପ୍ରକାଶ ଯେ, ବାଣପୁର ଅଞ୍ଚଳର ନାବାଳିକା ଗତ ମଙ୍ଗଳବାର ସନ୍ଧ୍ୟାରୁ ନିଖୋଜ ଥିଲେ। ପରିବାର ଲୋକେ ଖୋଜାଖୋଜି କରି ତାଙ୍କର କୌଣସି ସନ୍ଧାନ ନ ପାଇବାରୁ ବୁଧବାର ସକାଳେ ନାବାଳିକାଙ୍କ ମା’ ଚାନ୍ଦବାଲି ଥାନାରେ ଝିଅ ନିଖୋଜ ନେଇ ଅଭିଯୋଗ କରିଥିଲେ। ପ୍ରେମିକ ନାବାଳିକାଙ୍କ ମା’ଙ୍କୁ ଫୋନ୍‌ରେ ତାଙ୍କ ଝିଅ ଚାନ୍ଦବାଲିରେ ଥିବା ଜଣାଇବା ପରେ ସେ ପୋଲିସ ସହ ଘଟଣାସ୍ଥଳକୁ ଯାଇଥିଲେ। ସେରପୁର ଅଞ୍ଚଳର ଉକ୍ତ ଯୁବକ ନାବାଳିକାଙ୍କୁ ନଦୀକୁ ଠେଲି ଦେଇ ଖସି ପଳାଇ ଯାଉଥିବା ସମୟରେ ପୋଲିସ ତାଙ୍କୁ କାବୁ କରିଥିଲା ବୋଲି ନାବାଳିକାଙ୍କ ମା’ କହିଛନ୍ତି। ଅପରପକ୍ଷେ ନାବାଳିକାଙ୍କ କହିବା ଅନୁଯାୟୀ, ଯୁବକ ଜଣକ ତାଙ୍କୁ ବିବାହ ପ୍ରଲୋଭନ ଦେଖାଇ ଦୀର୍ଘଦିନ ଧରି ଶାରୀରିକ ସମ୍ପର୍କ ରଖିଆସୁଥିଲେ। ମଙ୍ଗଳବାର ରାତିରେ ତାଙ୍କୁ ଚାନ୍ଦବାଲି ଆଣି ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ ଅଜାଙ୍କ ଘରେ ଛାଡ଼ି ଦେଇଥିଲେ। ବୁଧବାର ସକାଳେ ବାରମ୍ବାର ଫୋନ୍‌ କରିଥିଲେ ମଧ୍ୟ ସେ ଉଠାଇ ନ ଥିଲେ। ଅପରାହ୍ନ ୪ଟାରେ ଚାନ୍ଦବାଲିରେ ଯୁବକ ଥିବା ଖବରପାଇ ସେ ତାଙ୍କ ପାଖକୁ ଯାଇଥିଲେ। ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ପରେ ସେ ତାଙ୍କୁ ନଦୀକୁ ଠେଲି ଦେଇଥିଲେ। ପୋଲିସ ଉକ୍ତ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri