Posted inଫୁରସତ

୫ ବର୍ଷର ଶିଶୁ ପେଟରୁ ବାହାରିଲା ଏମିତି ଜିନିିଷ, ଡାକ୍ତରଙ୍କ ଉଡିଗଲା ହୋସ୍‌

ଚାଇନାରେ ଏକ ଅଦ୍ଭୁତ ଘଟଣା ଘଟିଛି। ଜଣେ କୁନି ଝିଅର ପେଟରୁ ୧୯୦ଟି ଚୁମ୍ବକୀୟ ବଲ ବାହାର କରିଛନ୍ତି ଡାକ୍ତର। ପିଲାଟିର ପେଟ ଯନ୍ତ୍ରଣା ହେବା ପରେ ମାତାପିତା ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତରମାନେ ମଧ୍ୟ ଏକ୍ସ-ରେ ଶିଶୁର ପେଟରେ ଶହ ଶହ ଚୁମ୍ବକୀୟ ବଲ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ପାଞ୍ଚ ବର୍ଷର ଝିଅଟି ଖେଳିବା ସମୟରେ ଏହି ବଲ୍‌ଗୁଡିକୁ ଗିଳି ଦେଇଥିଲେ। ପ୍ରାୟ ଦୁଇମାସ ଧରି ଶିଶୁ କନ୍ୟା ପେଟରେ ସେହି ବଲ୍‌ଗୁଡିକ ଥିଲା। ତାଙ୍କ ମା ଡାକ୍ତରମାନଙ୍କୁ କହିଥିଲେ ଯେ ତାଙ୍କ ଝିଅ ଦୁଇମାସ ପୂର୍ବେ ଖେଳନା ସହିତ ଖେଳୁଥିବାବେଳେ ସେ ପ୍ରାୟ ୫୦ ଚୁମ୍ବକୀୟ ବଲ୍‌ ଗିଳିଥିଲେ। ଏହା ସତ୍ତ୍ୱେ ଝିଅଟିର ମାତାପିତା ଏଥିପ୍ରତି ଧ୍ୟାନ ଦେଇ ନ ଥିଲେ। ସୂଚନା ଅନୁଯାୟୀ, ସେହି ଛୋଟ ଝିଇଟି ଚୁମ୍ବକୀୟ ବଲ୍‌ ଗିଳିବା ସମୟରେ କୌଣସି ଅସୁବିଧା କିମ୍ବା ଯନ୍ତ୍ରଣା ଅନୁଭବ କରି ନ ଥିଲା। ଦୁଇମାସ ପରେ ଯନ୍ତ୍ରଣା ହେବାରୁ ଝିଅଟିକୁ ଜିନାମ ହସ୍ପିଟାଲକୁ ପରୀକ୍ଷା ପାଇଁ ନିଆଯାଇଥିଲା। ଏହା ପରେ, ଝିଅର ମା ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରି ଏହି ଖେଳନାଗୁଡ଼ିକ ଗିଳିବାର ବିପଦ ବିଷୟରେ ଅନ୍ୟମାନଙ୍କୁ ସତର୍କ କରାଇଥିଲେ। ଜରୁରୀକାଳୀନ ଅପରେସନ ପରେ ଚାଇନାର ଡାକ୍ତରମାନେ ଚୁମ୍ବକୀୟ ବଲକୁ ଶିଶୁର ପେଟରୁ ବାହାର କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri