ତାରାତାରିଣୀ, ଦକ୍ଷୀଣ କାଳୀଙ୍କ ପୀଠରେ ଶୋଡ଼ଶ ଉପଚାର ପୂଜା ଆରମ୍ଭ

ପୁରୁଷୋତ୍ତମପୁର,୧୪ା୯ (ସୀମାଞ୍ଚଳ ମିଶ୍ର): ରାଜ୍ୟର ବିଭିନ୍ନ ଶକ୍ତିପୀଠରେ ଆରମ୍ଭ ହୋଇଛି ଷୋଡ଼ଶ ଉପଚାର ପୂଜା । ସେହିପରି ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀ ଏବଂ ଦକ୍ଷୀଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପୂଜା ରବିବାର ଆରମ୍ଭ ହୋଇଛି। ପବିତ୍ର ମୂଳାଷ୍ଟମୀରୁ ଏହିପୂଜା ଆରମ୍ଭ ହେବାର ପରମ୍ପରା ରହିଆସିଛି। ଏହି ସମୟରେ ମା’ଙ୍କୁ ୧୦୮ ମାଠିଆ ସୁବାସିତ ଜଳରେ ସ୍ନାନ କରିବା ପରେ ମା’ଙ୍କ ଉତ୍‌ଥାପନ ହୋଇଥାଏ । ପରେ ଆରମ୍ଭ ହୋଇଥାଏ ମା’ଙ୍କ ଷୋଡ଼ଶ ଉପଚାର ପୂଜାର ବିଭିନ୍ନ ରୀତିନୀତି। ମା’ଙ୍କ ସ୍ନାନ ସହ ଷୋଡ଼ଶ ଉପଚାର ପୂଜାକୁ ନେଇ ଅଞ୍ଚଳରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି।

ରବିବାର ପୂଜାର ପ୍ରଥମ ଦିନରେ ସେବାୟତ ଓ ତାଙ୍କ ପରିବାର ଲୋକେ ପବିତ୍ର ଋଷିକୂଲ୍ୟା ନଦୀକୁ ଯାଇ ସେଠାରେ ପୂଜାର୍ଚ୍ଚନା କରି ୧୦୮ ମାଠିଆରେ ଜଳ ଧରି ୯୯୯ ପାହାଚ ଚଢ଼ି ରତ୍ନଗିରି ପାହାଡ ଉପରେ ପ୍ରତିଷ୍ଠିତ ମା’ଙ୍କ ମନ୍ଦିରରେ ପହଞ୍ଚି ଥିଲେ। ମାତ୍ର ଏହି ସମୟରେ ବିଦ୍ୟୁତ୍‌ ନ ଥିବାରୁ ପାହାଚ ଚଢି ପାଣିଧରି ଯାଉଥିବା ସେବାୟତ ଓ ମହିଳାମାନଙ୍କୁ ହଇରାଣ ହେବାକୁ ପଡିଥିଲା। ପାହାଡ ଉପରେ ଥିବା ବଉଳମାଳିଆ ପଥରେ ନିର୍ମିତ ମନ୍ଦିରର ଗମ୍ଭିରା ମଧ୍ୟରେ ବିଜେ କରିଥିବା ମା’ ତାରାତାରିଣୀ ଦୁଇ ଭଉଣୀଙ୍କ ଚଳନ୍ତି ପ୍ରତିମାକୁ ଗୋଟି ପହଣ୍ଡି କରି ସ୍ମାନ ବେଦିକୁ ଆଣି ସ୍ନାନ କରାଯିବା ପରେ ମା’ ଶୟନକୁ ଯାଇଥିଲେ। ସୋମବାର ମାଙ୍କ ଉତ୍‌ଥାପନା ରହିଛି। ପୁରୋହିତ ପଣ୍ଡିତ ନୀଳମାଧବ ତ୍ରିପାଠୀ ବେଦମନ୍ତ୍ର ସହକାରେ ଚଣ୍ଡିପାଠ କରୁଛନ୍ତି।

ସେବାୟତ ସଂଘ ସଭାପତି ତପନ ରଣା କର୍ତ୍ତା ଦାୟିତ୍ୱରେ ଥିବା ବେଳେ ବାପଜୀ ରଣାଙ୍କ ସମେତ ଅନ୍ୟ ସେବାୟତମାନେ ସହଯୋଗ କରୁଛନ୍ତି । ମୂଳାଷ୍ଟମୀଠାରୁ ମହାଷ୍ଟମୀ ପର୍ଯ୍ୟନ୍ତ ୧୬ ଦିନବ୍ୟାପୀ ତାରାତାରୀଣିଙ୍କ ପୀଠରେ ପ୍ରତ୍ୟହ ଚଣ୍ଡିପାଠ, ହୋମ, ଯଜ୍ଞ ସହ ସ୍ବତନ୍ତ୍ର ପୂଜା ହେବ। ଷୋଡ଼ଶ ଉପଚାର ପୂଜା ସମୟରେ ମା’ଙ୍କୁ ଦର୍ଶନ କଲେ ସମସ୍ତ ଦୁଃଖ ଲାଘବ ହୁଏ ବୋଲି ଶ୍ରଦ୍ଧାଳୁଙ୍କ ବିଶ୍ବାସ ରହିଛି। ଭିଡ଼କୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଶାନ୍ତିଶୃଙ୍ଖଳାର ସହ ଦର୍ଶନ ନିମନ୍ତେ ମନ୍ଦିର ପରିସରରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏସ୍‌ଡିପିଓ ସୁଜିତ ନାୟକ ଏବଂ ଆଇଆଇସି ରାଜେଶ ନାୟକ ଏହାର ତଦାରଖ କରୁଛନ୍ତି। ମାଜିଷ୍ଟ୍ରେଟ ଦାୟିତ୍ୱରେ ପୁରୁଷୋତ୍ତମପୁର ତହସିଲଦାର ବିନୋଦ ବେହେରା ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri