ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ଗୁଳିମାଡ଼

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ)
କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅଧୀନ ସିଙ୍ଗିବିଲା ଗ୍ରାମରେ ସୋମବାର ରାତିରେ ପ୍ରେମ ବ୍ୟାପାରକୁ ନେଇ ଗୁଳିକାଣ୍ଡ ଘଟିଛି। ସାଙ୍ଗଙ୍କ ଗୁଳିରେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ କଟକ ବଡ଼ ଡାକ୍ତରଖାନା ପଠାଯାଇଛି। ଆହତ ଯୁବକ ଜଣକ ହେଲେ ପୂର୍ଣ୍ଣଚନ୍ଦ୍ର ଦାସ। ତାଙ୍କ ମୁଣ୍ଡରେ ଗୁଳି ବାଜିଛି। ଅଭିଯୁକ୍ତ ବିନୋଦ ପାତ୍ରଙ୍କୁ ପୋଲିସ ଗିରଫ କରିବା ସହ ତଦନ୍ତ ଜାରି ରଖିଛି।
ପୋଲିସ ସୂଚନା ଅନୁଯାୟୀ, ପୂର୍ଣ୍ଣଚନ୍ଦ୍ର ଓ ବିନୋଦ ଦୁଇ ସାଙ୍ଗ। ସେମାନେ ବେଙ୍ଗାଲୁରୁରେ କାମ କରୁଥିବା ବେଳେ ରଜ ଛୁଟିରେ ଘରକୁ ବୁଲିବାକୁ ଆସିଥିଲେ। ସୋମବାର ସାରେ କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ବିନୋଦ ଉତ୍‌କ୍ଷିପ୍ତ ହୋଇ ପୂର୍ଣ୍ଣଚନ୍ଦ୍ରଙ୍କ ଉପରକୁ ଗୁଳି ଚଳାଇଥିଲେ। ତେବେ ଏହି ବନ୍ଧୁକ କାହାର ଓ କେଉଁଠୁ ଆସିଲା ପୋଲିସ ତାହାର ତଦନ୍ତ କରୁଛି।
କେନ୍ଦୁଝର ଏସ୍‌ପି ନୀତୀନ କୁଶଲକର ତାଗଡୁ କହିଛନ୍ତି ଯେ, ପ୍ରେମ ବ୍ୟାପାରକୁ ନେଇ ଗୁଳିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ବିନୋଦ କିଛି ଦିନ ତଳେ ଜଣେ ଯୁବତୀଙ୍କୁ ଭଲପାଇ ବେଙ୍ଗାଲୁରୁ ନେଇ ଯାଇଥିଲେ। ସେଠାରେ କିଛି ଦିନ ରହିବା ପରେ କୌଣସି କାରଣରୁ ଯୁବତୀ ଜଣକ କୌଶଳକ୍ରମେ ଟ୍ରେନରେ ପଳାଇ ଆସିଥିଲେ। ତେବେ ଉକ୍ତ ଯୁବତୀଙ୍କୁ ପୂର୍ଣ୍ଣଚନ୍ଦ୍ର ଶିଖାଇ ସେଠାରୁ ଘରକୁ ପଠାଇ ଦେଇଥିଲେ ବୋଲି ବିନୋଦ ସନ୍ଦେହ କରୁଥିଲେ। ସୋମବାର ରାତିରେ ବିନୋଦ ମଦ ପିଇବାକୁ କହି ପୂର୍ଣ୍ଣଚନ୍ଦ୍ରଙ୍କୁ ଡାକିଥିଲେ। ପୂର୍ଣ୍ଣଚନ୍ଦ୍ର ଆସିବା ପରେ ବିନୋଦ ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଗୁଳି ଶବ୍ଦ ଶୁଣି ସ୍ଥାନୀୟ ଲୋକେ ପହଞ୍ଚତ୍ ପୂର୍ଣ୍ଣଚନ୍ଦ୍ରଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri