ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣଙ୍କୁ ଗୁଳିମାଡ଼ କଲେ ସରପଞ୍ଚ

କଣ୍ଟାମାଳ,୨୮ା୯(ଆଦିରେଶ୍ୱର ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚଙ୍କ ଗୁଳିମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଘଟଣା ଘଟିଛି ବୌଦ୍ଧ ଜିଲା ମନମୁଣ୍ଡା ଥାନା କସୁରବନ୍ଧ ଗାଁରେ। ଗୁରତର ଜଣକ ହେଲେ କସୁରବନ୍ଧ ଗାଁର ରାଜେନ୍ଦ୍ର କର୍ଣ୍ଣ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶୁକ୍ରବାର ରାତିରେ କସୁରବନ୍ଧ ସରପଞ୍ଚ ସରୋଜ କୁନମାର କର୍ଣ୍ଣ ତାଙ୍କ ଭାଇ ନିଲୁ  ଏବଂ ବାପା ନବଘନ ରାଜେନ୍ଦ୍ରଙ୍କ ଘର ସମ୍ମୁଖରେ ରାଜେନ୍ଦ୍ରଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଉତ୍ତ୍ୟକ୍ତ ସରପଞ୍ଚ ସରୋଜ ହଠାତ୍‌ ରାଜେନ୍ଦ୍ରଙ୍କ ଉପରକୁ ପ୍ରଥମେ ଗୋଟିଏ ରାଉଣ୍ଡ ଫାଙ୍କା ଗୁଳିଚାଳନା କରିଥିଲେ। ପରେ ରାଜେନ୍ଦ୍ର ଦୁଇ ଗୋଡ଼କୁ ଦୁଇ ରାଉଣ୍ଡ ଗୁଳି ଚଳାଇଥିଲେ। ଫଳରେ ରାଜେନ୍ଦ୍ର ତଳେ ପଡ଼ିଯାଇଥିଲେ। ପରେ ସରପଞ୍ଚ ସରୋଜ ଏବଂ ତାଙ୍କ ବାପା ଓ ଭାଇ ମିଶି ରାଜେନ୍ଦ୍ରଙ୍କୁ ଲାଠିରେ ନିସ୍ତୁକ ମାଡ଼ ମାରିଥିଲେ। ଗୁରୁତର ରାଜେନ୍ଦ୍ରଙ୍କୁ ପରିବାର ଲୋକ ଉଦ୍ଧାର କରି ପ୍ର୍ରଥମେ ମନମୁଣ୍ଡା ଓ ପରେ ସୋନପୁର ଡାକ୍ତରଖାନରେ ଭର୍ତ୍ତି କରିଛନ୍ତି। ଦୋଷୀମାନଙ୍କୁ କଠୋର ଦଣ୍ଡବିଧାନ ପାଇଁ ଏବେ ଦାବି କରିଛନ୍ତି। ଗୁରୁତର ଆହତ ରାଜେନ୍ଦ୍ର ଏବଂ ତାଙ୍କ ପରିବାର ଲୋକେ। ଖବର ପାଇ ମନମୁଣ୍ଡା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରର PNG ଓ ଗାଡ଼ିର CNGରେ ହେବ ବଡ଼ ପରିବର୍ତ୍ତନ! କେନ୍ଦ୍ର ସରକାର ମିଶାଇବେ…

ନୂଆଦିଲ୍ଲୀ,୬।୮: ଦେଶରେ ପରିବେଶ ଅନୁକୂଳ ଇନ୍ଧନକୁ ପ୍ରୋତ୍ସାହନ ଦେବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆଗାମୀ ଦିନରେ ଘରୋଇ ରୋଷେଇ ଗ୍ୟାସ…

‘ଡିସେମ୍ବର କାହିଁକି? ସେମାନେ ଏବେ ଆସିବା ଉଚିତ’- ଶେଖ ହାସିନାଙ୍କୁ ଚ୍ୟାଲେଞ୍ଜ କଲେ ତାରିକ ରହମାନଙ୍କ ଜଣେ ସହଯୋଗୀ

ଢାକା/ନୂଆଦିଲ୍ଲୀ,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ ୨୦୨୪ରେ କ୍ଷମତା ଛାଡିବା ପରେ ତାଙ୍କର ପ୍ରଥମ ଭର୍ଚୁଆଲ ପ୍ରେସ କନଫରେନ୍ସରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଥିଲେ।…

DSP-୧.୨ କୋଟି, BDO-୯୦ ଲକ୍ଷ… ବିକ୍ରି ହେଉଛି ଚାକିରି, ବିଧାୟକ ଆଣିଲେ ସାଂଘାତିକ ଅଭିଯୋଗ

ରାଞ୍ଚି,୬।୮: ଝାଡ଼ଖଣ୍ଡର ରାଞ୍ଚିରେ ଛାତ୍ର ପ୍ରତିବାଦ କ୍ରମାଗତ ଭାବରେ ତୀବ୍ର ହେବାରେ ଲାଗିଛି। JPSC ଏବଂ JSSC ପରୀକ୍ଷାରେ ଅନିୟମିତତା ବିରୋଧରେ ପ୍ରତିବାଦ କରିବା ପାଇଁ ଅନେକ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ଟ୍ୱିଷ୍ଟ! ଅମିତ ଶାହାଙ୍କ ସହ ଏହି ଏମପିଙ୍କ ବୈଠକଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ନୂଆ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି । ତୃଣମୂଳ କଂଗ୍ରେସ (TMC) ଛାଡ଼ିଥିବା ତିନିଜଣ ମୁସଲିମ ଏମପି ଆଜି ସଂସଦ…

କେଜରିୱାଲଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବ୍ଲକ! ଏଏପି ମୁଖ୍ୟ କହିଛନ୍ତି – ‘ମେଟା ମୋଦି ସରକାରଙ୍କ ଆଗରେ ମୁଣ୍ଡ ନୁଆଁଇବା ଉଚିତ ନୁହେଁ’

ନୂଆଦିଲ୍ଲୀ,୬।୮: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି (ଏଏପି)ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ଏକ ଭିଡିଓ ଶେୟାର କରି ପ୍ରକାଶ କରିଛନ୍ତି ଯେ…

ହଷ୍ଟେଲ ଛାଡ଼ିଲେ ଶତାଧିକ ଛାତ୍ର, ହାତରେ ବ୍ୟାଗ୍‌ ଧରି ୧୦ କିଲୋମିଟର ଚାଲିଲେ

ଝରିଗାଁ,୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ସରକାର କେଜିରୁ ପିଜି ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ପାଇଁ ଗୁରୁତ୍ୱ ଦେଉଥିବା ବେଳେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନଟେମରା…

ଭାରତର ଏହି ସ୍ଥାନରେ ଏଯାଏଁ ପହଞ୍ଚିନି କଳିଯୁଗ? ରହସ୍ୟ ଜାଣିଲେ କାବା ହୋଇଯିବେ…

ନୂଆଦିଲ୍ଲୀ,୬।୮: ହିନ୍ଦୁ ଧର୍ମଶାସ୍ତ୍ରଗୁଡ଼ିକରେ ଚାରୋଟି ଯୁଗ— ତ୍ରେତାୟୁଗ, ସତ୍ୟଯୁଗ, ଦ୍ୱାପର ଯୁଗ ଏବଂ କଳିଯୁଗର ବର୍ଣ୍ଣନା କରାଯାଇଛି। ତିନୋଟି ଯୁଗ ଶେଷ ହୋଇସାରିଛି ଏବଂ ଏବେ ଶେଷ…

ବଳାତ୍କାର ମାମଲାରେ ତରୁଣ ତେଜପାଲଙ୍କୁ ୧୦ ବର୍ଷ ଜେଲଦଣ୍ଡ

ମୁମ୍ବାଇ,୬।୮: ବମ୍ବେ ହାଇକୋର୍ଟ ତେହେଲକା ପତ୍ରିକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଳାତ୍କାର ମାମଲାରେ ୧୦ ବର୍ଷ ଜେଲଦଣ୍ଡ ଦେଇଛନ୍ତି। ନିମ୍ନ ଅଦାଲତର ରାୟକୁ ପ୍ରତ୍ୟାଖ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri