ବିଜେଡି କର୍ମୀଙ୍କୁ ଗୁଳିମାଡ଼

କାମାକ୍ଷାନଗର, ୧୫।୬(ସୁଧୀର କୁମାର ପରିଡ଼ା) ଢେଙ୍କାନାଳ ଜିଲା କାମାକ୍ଷାନଗର ବିଜେଡି କର୍ମୀ ତଥା ଠିକାଦାର କାହ୍ନୁଚରଣ ସାହୁଙ୍କ ଉପରେ ବୁଧବାର ରାତି ପ୍ରାୟ ୧୧ଟା ବେଳେ ଗୁଳିମାଡ଼ ହୋଇଛି। ସେ କାର୍‌ରେ ଫେରୁଥିବାବେଳେ ଘର ସମ୍ମୁଖରେ ଦୁର୍ବୃତ୍ତମାନେ ତାଙ୍କ ଉପରକୁ ଆଖିବୁଜା ଗୁଳି ଚଳାଇ ଫେରାର ହୋଇଯାଇଥିଲେ। ତାଙ୍କ ଡାହାଣ ଜଙ୍ଘ ଏବଂ ଡାହାଣ କହୁଣିରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
ଗୁଳିମାଡ଼ର ଶିକାର ହେବା ପରେ କାହ୍ନୁଙ୍କୁ ପ୍ରଥମେ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କୁ ଜିଲା ଚିକିତ୍ସାଳୟ ଏବଂ ସେଠାରୁ କଟକ ସ୍ଥାନାନ୍ତର କରାଯାଇଛି। ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିବା ଜଣାପଡ଼ିଛି। ଏ ସଂକ୍ରାନ୍ତରେ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟର ଜରୁରିକାଳୀନ ଓ୍ବାର୍ଡ ଦାୟିତ୍ୱରେ ଥିବା ଡାକ୍ତର ସିଦ୍ଧାର୍ଥ ବେଉରା ସୂଚନା ଦେଇ କହିଛନ୍ତି, କେତେଜଣ ବ୍ୟକ୍ତି ତାଙ୍କୁ ଡାକ୍ତରଖାନାକୁ ଆଣିଥିଲେ। କ୍ଷତରୁ ଏହା ଗୁଳିମାଡ଼ ବୋଲି ସ୍ପଷ୍ଟ ଜଣାପଡୁଛି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସୂଚନା ପାଇ କାମାକ୍ଷାନଗର ଥାନା ପୋଲିସ କାହ୍ନୁଙ୍କ ଘର ସମ୍ମୁଖରେ ପହଞ୍ଚତ୍ଥିଲା। ତାଙ୍କ ଉପରେ ଆକ୍ରମଣ ହୋଇଛି ଏବଂ ଏ ନେଇ ତଦନ୍ତ କରାଯାଉଥିବା ପୋଲିସ କହିଛି।
ସୂଚନାଯୋଗ୍ୟ, ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କ ଜଣେ ଦୃଢ଼ ସମର୍ଥକ ଭାବେ ପରିଚିତ କାହ୍ନୁଙ୍କ ଉପରେ ଏହା ପ୍ରଥମ ଆକ୍ରମଣ ନୁହେଁ। ଏଥିପୂର୍ବରୁ କାମାକ୍ଷାନଗର ମଢ଼ିସାହିସ୍ଥିତ ତାଙ୍କ ଘର ଉପରକୁ ବୋମାମାଡ଼ ହୋଇଥିଲା। କୌଣସି କାର୍ଯ୍ୟରେ ଢେଙ୍କାନାଳ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟକୁ ଆସିଥିବାବେଳେ କେତେଜଣ ବ୍ୟକ୍ତି ତାଙ୍କୁ ଅପହରଣ କରିନେବାକୁ ଉଦ୍ୟମ କରିଥିଲେ। ଏଥିରେ ବିଫଳ ହେବାରୁ କାହ୍ନୁଙ୍କ କାର ଏବଂ ମୋବାଇଲ ଛଡ଼ାଇ ନେଇଥିଲେ। ପୋଲିସ ଘଟଣା ପରଦିନ କାର୍‌ ଉଦ୍ଧାର କରିଥିଲା। ବୁଧବାର ପୁନର୍ବାର ତାଙ୍କୁ ହତ୍ୟା ଉଦ୍ୟମ କରାଯିବା ଚର୍ଚ୍ଚାର ବିଷୟ ହୋଇଛି। ଏହା ପଛରେ ଠିକାଦାରି ବିବାଦ କିମ୍ବା ରାଜନୈତିକ ଆକ୍ରୋଶ ରହିଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri