ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି ପ୍ରାୟ ୯ଟାରେ ଗୁଳିମାଡ଼ ହୋଇଛି। ଫଳରେ ନାମଯଜ୍ଞରେ କର୍ତ୍ତାକାର୍ଯ୍ୟ ତୁଲାଉଥିବା ବିଶ୍ୱାମିତ୍ର ଜାନି ଗୁରୁତର ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ ଯୋଗେ କଣ୍ଟାମାଳ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସପିଟାଲକୁ ନିଆଯାଇ ସେଠାରୁ ପୁଣି ଅଧିକ ଚିକିତ୍ସା ପାଇଁ ଛତିଶଗଡ଼ ରାୟପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ତାଙ୍କର ଛାତିରେ ଗୁଳି ବାଜିଥିବାରୁ ଏବେବି ଅବସ୍ଥା ସଙ୍କଟାପନ୍ନ ରହିଛି। ନାମଯଜ୍ଞର ପ୍ରହର ସମୟରେ ପୂର୍ବରୁ ଜଗି ରହିଥିବା ଦୁର୍ବୁତ୍ତମାନେ ଠାକୁରଙ୍କ ଦର୍ଶନ ଆଳରେ ବିଶ୍ୱାମିତ୍ରଙ୍କୁ ପାଖରୁ ଗୁଳିମାଡ଼ କରିଥିଲେ।

ସଙ୍ଗେ ସଙ୍ଗେ ଦର୍ଶନାର୍ଥୀମାନେ ଜଣେ ଦୁର୍ବୁତ୍ତଙ୍କୁ କାବୁ କରି କଣ୍ଟାମାଳ ପୋଲିସକୁ ଖବର ଦେଇଥିଲେ। ସଙ୍ଗେ ସଙ୍ଗେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁଳି କରିଥିବା ଯୁବକଙ୍କୁ ଥାନାକୁ ନେଇ ଅଟକ ରଖି ଅଧିକ ତଦନ୍ତ କରୁଛି। ପୂର୍ବ ଶତ୍ରୁତାରୁ ଏହି ଗୁଳିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ପୋଲିସ କହିଛି।

ଉକ୍ତ ଗୁଳିକାଣ୍ଡକୁ ନେଇ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଚାଲିଥିବା କଣ୍ଟାମାଳ ଥାନା ଅଧିକାରୀ ଭାବାନନ୍ଦ ପ୍ରଧାନ ସୂଚନା ଦେଇଛନ୍ତି। ଏହି ଗୁଳିକାଣ୍ଡରେ ଅନେକ ବ୍ୟକ୍ତି ସମ୍ପୃକ୍ତ ଥିବା ଅନୁମାନ କରାଯାଉଛି। ତେବେ ଏ ସମ୍ପର୍କରେ ପରିବାର ଲୋକଙ୍କଠାରୁ କିଛି ପ୍ରତିକ୍ରିୟା ମିଳିପାରିନାହିଁ l


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri