ଜୁଏଲେରି ଦୋକାନ ମାଲିକଙ୍କୁ ଗୁଳି ମାଡ଼: ଧରାପଡ଼ିଲେ ମାଷ୍ଟରମାଇଣ୍ଡ

ସମ୍ବଲପୁର,୨୯ା୨(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଏକ ଜୁଏଲେରି ଦୋକାନ ମାଲିକଙ୍କୁ ଗୁଳିକରି ଲୁଟ୍‌ ଉଦ୍ୟମ ଘଟଣାରେ ପୋଲିସ ଗୁରୁବାର ୨ ଅଭିଯୁକ୍ତଙ୍କୁ ଗିରଫ କରିଛି।

ଜିଲା ପୋଲିସ ମୁଖ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ମୁକେଶ ଭାମୁ ସୂଚନା ଦେଇ କହିଛନ୍ତି, ଗତ ୧୬ ତାରିଖରେ ସହରର ପାୟଲ ଜୁଏଲେରି ଦୋକାନରେ ଘଟିଥିବା ଗୁଳିକାଣ୍ଡ ଘଟଣାକୁ ନେଇ ଧନୁପାଲି ଥାନାରେ ଏକ ମାମଲା (ନଂ.୭୫/୨୪) ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ବେଳେ ଘଟଣାରେ ୮ଜଣ ସମ୍ପୃକ୍ତ ଥିବା ଜଣାପଡିଥିଲା। ସେମାନଙ୍କ ମଧ୍ୟରୁ ୨ଜଣଙ୍କୁ ଗିରଫ କରାଯାଇଛି।

ସେମାନେ ହେଲେ ମାଷ୍ଟରମାଇଣ୍ଡ ବିହାର ସମସ୍ତିପୁର ଜିଲା ଦଲସିଂସରାଇ ଥାନା ମଇପୁର ଗ୍ରାମର ମୂଳବାସିନ୍ଦା ତଥା ବର୍ତ୍ତମାନ ଧନୁପାଲି ଥାନା ଟାଙ୍ଗରପାଲିରେ ରହୁଥିବା ସଞ୍ଜୟ ସାହା ଓରଫ ସାହୁ(୪୫) ଓ ଅଇଁଠାପାଲି ଥାନା ଅନୁଗୁଳିଆ ପଡ଼ାରେ ରହୁଥିବା ବଲାଙ୍ଗୀର ଜିଲା ସଇଁତଲା ଥାନା ଗୁମସର ଗ୍ରାମର ମୂଳବାସିନ୍ଦା ଟିକେଶ୍ୱର ସାହୁ(୫୧)। ସେମାନଙ୍କ ନିକଟରୁ ୨ ବାଇକ୍‌, ୩ ବନ୍ଧୁକ, ୭ ଜୀବନ୍ତ ଗୁଳି, ୨ମୋବାଇଲ ଫୋନ, ସୁନା ଅଳଙ୍କାର, ୯ ହଜାର ଟଙ୍କା ଜବତ କରାଯାଇଛି। ଏମାନେ ସମ୍ବଲପୁର ଓ ବରଗଡ଼ ଜିଲାର ୭ଟି ସୁନା ଦୋକାନ ଲୁଟ୍‌ ଘଟଣାରେ ସମ୍ପୃକ୍ତି ନେଇ ବିଭିନ୍ନ ଥାନାରେ ମାମଲା ରୁଜୁ ହୋଇଛି। ଏଥିରେ ଆଉ କେଉଁମାନଙ୍କର ସମ୍ପୃକ୍ତି ରହିଛି ସେ ନେଇ ଅଧିକ ତଦନ୍ତ ପାଇଁ ଗିରଫଦ୍ୱୟଙ୍କୁ ରିମାଣ୍ଡରେ ନିଆଯିବ ବୋଲି ସେ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଉକ୍ତଦିନ ସ୍ପଷ୍ଟ ଦିବାଲୋକରେ ଅଭିଯୁକ୍ତମାନେ ଗୋବିନ୍ଦତୋଲାସ୍ଥିତ ନ୍ୟୁପାୟଲ ଜୁଏଲେରିରେ ଡକାୟତି ଉଦ୍ୟମ କରିଥିଲେ। ମାତ୍ର ଦୋକାନ ମାଲିକ ସୁଜିତ ସ୍ବର୍ଣ୍ଣକାର ବାଧାଦେବାରୁ ସେମାନେ ଲୁଟ୍‌ କରିବାରେ ବିଫଳ ହୋଇ ତାଙ୍କ ଉପରକୁ ଗୁଳି ଚାଳନାକରି ଫେରାର ହୋଇଯାଇଥିଲେ। ଗୁଳିମାଡ଼ରେ ଆହତ ସୁଜିତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ସେ ଚିକିତ୍ସାଧୀନ ଥିବା ଏସ୍‌ପି ଭାମୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?