ଘାସ ପୋଷାକ ପିନ୍ଧି ପୋଲିସ କ୍ୟାମ୍ପରେ ରକେଟ୍‌ ଲଞ୍ଚର ମାଡ଼

ମାଲକାନଗିରି,୨୬ା୧(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ଦମନ ନେଇ ପୋଲିସ ଡାଳେ ଡାଳେ ଗଲେ ମାଓବାଦୀ ପତ୍ରେ ପତ୍ରେ ଯାଇ ତାକୁ ଭଣ୍ଡୁର କରିବାକୁ ଚେଷ୍ଟା କରୁଛନ୍ତି। ପୋଲିସ ଫୋର୍ସ ଓ କ୍ୟାମ୍ପ ଉପରେ ଆକ୍ରମଣ କରିବାର ନୂଆ ତରିକା ଆପଣେଇଛନ୍ତି ମାଓବାଦୀ। ଏବେ ଜଙ୍ଗଲୀ ଘାସ ପୋଷାକ ପିନ୍ଧିବା ଆରମ୍ଭ କରିଦେଇଛନ୍ତି। ଏମିତି ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ। ମାଓବାଦୀଙ୍କ ଆକ୍ରମଣର ନୂଆ କୌଶଳ ଜଙ୍ଗଲୀ ଘାସ ପୋଷାକ ପିନ୍ଧି ପୋଲିସ କ୍ୟାମ୍ପ ଉପରେ ଶତାଧିକ ରକେଟ ଲଞ୍ଚର ମାଡ଼ କରି ପୋଲିସ ଓ ଯବାନଙ୍କ ନିଦ ହଜାଇ ଦେଇଛନ୍ତି। ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକୁମା ଜିଲାର ଧର୍ମାଭରମ ପୋଲିସ କ୍ୟାମ୍ପ ଉପରେ ମାଓବାଦୀମାନେ ଆକ୍ରମଣ କରିଥିଲେ। ବିଜାପୁର ଓ ସୁକ୍‌ମା ଜିଲା ସୀମାରେ ଥିବା ଧର୍ମାଭରମ ପୋଲିସ କ୍ୟାମ୍ପର ଅସ୍ତ୍ରଶସ୍ତ୍ର ଲୁଟ୍‌ କରିବା ଉଦ୍ଦେଶ୍ୟରେ ମାଓବାଦୀମାନେ ଏହି ଆକ୍ରମଣ କରିଥିଲେ।
ସୂଚନା ଅନୁଯାୟୀ, ଜାନୁଆରୀ ୧୬ ରାତିରେ ମାଓବାଦୀ ସଂଗଠନ ପକ୍ଷରୁ ଧର୍ମାଭରମ ପୋଲିସ କ୍ୟାମ୍ପ ଉପରେ ଆକ୍ରମଣ କରାଯିବା ସହ ଶତାଧିକ ରକେଟ ଲଞ୍ଚର ମାଡ଼ କରାଯାଇଥିଲା। ଆକ୍ରମଣ ପରେ ଧର୍ମାଭରମ ପୋଲିସ କ୍ୟାମ୍ପ ଆଖ ପାଖରୁ ପ୍ରାୟ ୩ ଶହ ଜୀବନ୍ତ ସେଲ୍‌ ରକେଟ ବୋମା ପୋଲିସ ଜବତ କରିଛି। ମାଓବାଦୀମାନେ ସୁରକ୍ଷା ବାହିନୀ ଶିବିର ଭିତରେ ପ୍ରବେଶ କରିବା ଲାଗି ଜଙ୍ଗଲି ଘାସରେ ତିଆରି ସ୍ବତନ୍ତ୍ର ପୋଷାକ ପିନ୍ଧିଥିଲେ। ଆକ୍ରମଣର ପାଲଟା ଜବାବ ମଧ୍ୟ ଦେଇଥିଲେ ଯବାନ। ସୁରକ୍ଷା କର୍ମୀଙ୍କ ଗୁଳିରେ ୩ ମାଓବାଦୀ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

NEET ପେପର ଲିକ୍ ପ୍ରସଙ୍ଗ; ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ରାହୁଲ, ଶିକ୍ଷାମନ୍ତ୍ରୀଙ୍କୁ କାହିଁକି….

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ NEET ପେପର ଲିକ୍ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ କଡା ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ ଉଠାଇ ସେ…

IPL 2026ରେ ହଠାତ ବଦଳିଲେ RCB କ୍ୟାପଟେନ, ରଜତ ପାଟିଦାରଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୭।୫: ରଜତ ପାଟିଦାର IPL 2026 ର 61 ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳୁନାହାଁନ୍ତି। ଏହି ମୁକାବିଲା ଉଭୟ ପଞ୍ଜାବ କିଙ୍ଗସ ଏବଂ…

ନିଆରା ପ୍ରେମ… ଚତୁର୍ଥ ଥର ପାଇଁ ବର ହେଲେ ୬୫ ବର୍ଷୀୟ ବୃଦ୍ଧ, ୬୨ ବର୍ଷୀୟ ବୃଦ୍ଧାଙ୍କୁ କଲେ ବିବାହ

ପାଟନା,୧୭ା୫: କୁହାଯାଏଯେ ପ୍ରେମ ଏବଂ ସାଥିର କୌଣସି ବୟସ ନଥାଏ । ଏହି ଭାବନାର ଏକ ହୃଦୟସ୍ପର୍ଶୀ ଉଦାହରଣ ବିହାରର ଜାମୁଇ ଜିଲାରୁ ସାମ୍ନାକୁ ଆସିଛି ।…

ମହଜୁଦ୍‌ ଅଛି ପର୍ଯ୍ୟାପ୍ତ ତେଲ, ଆତଙ୍କିତ ନ ହେବାକୁ ଅନୁରୋଧ

ବଞ୍ଚୋ,୧୭ା୫(ପ୍ରଦୋଷ କୁମାର ବିଶ୍ୱାଳ):କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଥିବା ସୂଚନା ମିଳିଛି। ଇନ୍ଧନ ସଙ୍କଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri