ମା’ଙ୍କ ଆଖି ଆଗରେ ପୁଅଙ୍କୁ ଗୁଳି ମାଡ଼

ଝାରସୁଗୁଡ଼ା,୬।୯: ନୂଆଁଖାଇ ପୂର୍ବରୁ ଅଶାନ୍ତ ହୋଇପଡିଛି ଝାରସୁଗୁଡ଼ା ସହର। ଦିନ ଦ୍ୱି ପ୍ରହରରେ ଘରେ ପଶି ଜଣେ ଯୁବକଙ୍କୁ ଗୁଳି କରି ଚମ୍ପଟ ମାରିଛନ୍ତି ଅଭିଯୁକ୍ତ। ଶୁକ୍ରବାର ମଧ୍ୟାହ୍ନରେ ଏପରି ଏକ ଘଟଣା ଘଟିଛି ଝାରସୁଗୁଡ଼ା ଶାନ୍ତିନଗର ଅଞ୍ଚଳରେ। ଗୁଳି ମାଡ଼ରେ ଯୁବକ ଜଣକ ଗୁରୁତର ଆହତ ହୋଥଇ ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ମଧ୍ୟାହ୍ନରେ ରାକେଶ ଓରାମ ଓ ତାଙ୍କ ମା’ ଘରେ ବସି କଥା ହେଉଥିଲେ। ସେତିକିବେଳେ ୨ଜଣ ଯୁବକ ସ୍କୁଟିରେ ଆସି ଘର ଆଗରେ ଅଟକି ଥିଲେ। ପରେ ସେମାନେ ଘରେ ପଶି କୌଣସି କଥାବାର୍ତ୍ତା ନ କରି ରାକେଶଙ୍କୁ ଲକ୍ଷ୍ୟ କରି ଦୁଇ ରାଉଣ୍ଡ ଗୁଳି ଚଳାଇଥିଲେ। ସୌଭାଗ୍ୟ କ୍ରମେ ଗୁଳି ରାକେଶଙ୍କ କାନ୍ଧରେ ବାଜି ଚାଲି ଯାଇଥିଲା। ହେଲେ ରାଜେଶଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ପହଞ୍ଚି ଯିବାରୁ ଦୁର୍ବୃତ୍ତମାନେ ସ୍କୁଟି ଧରି ଫେରାର ହୋଇଯାଇଥିଲେ। ପରିବାର ଲୋକେ ରାକେଶଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ଖୋଳତାଡ ଆରମ୍ଭ କରିଛି।

ସୂଚନା ଯୋଗ୍ୟ, ଗୁରୁବାର କୌଣସି କଥାକୁ ନେଇ ରାକେଶ ଏବଂ ଅଭିଯୁକ୍ତମାନଙ୍କ ମଧ୍ୟରେ ବଚସା ହୋଇଥିଲା। ହେଲେ ଶୁକ୍ରବାରେ ଅଭିଯୁକ୍ତମାନେ ରାକେଶଙ୍କ ଘରେ ପଶି ତାଙ୍କୁ ଗୁଳିମାଡ଼ କରିଛନ୍ତି। ପୋଲିସ ଘଟଣାର ତଦନ୍ତ କରି ତୁରନ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ରାଜେଶଙ୍କ ମା’ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri