ଦାଣ୍ଡ ମଝିରେ ଯୁବକଙ୍କୁ ଗୁଳି, କାନ୍ଧରେ ବାଜି…

ନବରଙ୍ଗପୁର/ଝରିଗାଁ,୧୬ା୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ପଞ୍ଚାୟତ ଅଧୀନ ବାସୁଦେବଗୁଡ଼ା ଗାଁର ଡମନା ଭତରା(୩୦)ଙ୍କୁ ସେହିଗାଁର କପୁର ଭତରା ଦେଶୀ ବନ୍ଧୁକରେ ଗୁଳି କରିଛନ୍ତି। ଡମନାଙ୍କ ଡାହାଣ କାନ୍ଧରେ ଗୁଳି ବାଜିଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ନବରଙ୍ଗପୁର ସଦର ମହକୁମା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଶନିବାର ସନ୍ଧ୍ୟାରେ ଡମନା ଘରୁ ବାହାରି ଖଳାକୁ ଯାଉଥିଲେ। ଏହି ସମୟରେ ରାସ୍ତାରେ କିଛିଲୋକ ଠିଆ ହୋଇଥିଲେ। କପୁର ଡମନା ଆସୁଛି କହି ଦେଶୀ ବନ୍ଧୁକରେ ଗୁଳି ମାରିଥିଲେ। ଗୁଳି ଆସି କାନ୍ଧରେ ବାଜିଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ୧୦୮ ଆମ୍ବୁଲାନ୍ସ ଯୋଗେ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରେ ନବରଙ୍ଗପୁରକୁ ସ୍ଥାନାନ୍ତର କରାଯାଇଛି। ଡମନା ବିଜେଡି ପଞ୍ଚାୟତ ସଭପତି ଅଛନ୍ତି। ପୂର୍ବରୁ କପୁର ସହିତ କୌଣସି ଶତ୍ରୁତା ନ ଥିବା ଓ କେଉଁ କାରଣରୁ ଗୁଳି ଚଳାଇଛନ୍ତି ତାହା ସେ ଜାଣି ନ ଥିବା ଡମନା କହିଛନ୍ତି। କପୁର ମଦ ପିଇବା ସହିତ ଦେଶୀ ବନ୍ଧୁକ ଧରିବା ଜାଣିଛନ୍ତି। କିନ୍ତୁ ତାହା ନକଲି ବନ୍ଧୁକ ଭାବୁଥିଲି ବୋଲି ଡମନା କହିଛନ୍ତି। ଏହି ଘଟଣା ପରେ ସ୍ଥାନୀୟ ଲୋକେ କପୁରଙ୍କୁ ମାଡ଼ ମାରିଛନ୍ତି। ଏଥିରେ କପୁରଙ୍କ ମୁହଁରେ ଜୋରରେ ଆଘାତ ହୋଇଛି।

ଝରିଗାଁ ଏଏସ୍‌ଆଇ କେଦାର ନାଥ ରାଉତ ଓ ବେଦବ୍ୟାସ ବଞ୍ଜରା,ହାବିଲଦାର ମୁରଲୀ ବିଶୋଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। କପୁର ଗୁଳି କରିଥିବା ବନ୍ଧୁକ ବାହାରେ କେଉଁ ଆଡେ ଫିଙ୍ଗି ଦେଇଛନ୍ତି। ପୋଲିସ କପୁରଙ୍କୁ ଥାନାରେ ଆଣି ଅଟକ ରଖି ଅଧିକ ପଚରାଉଚରା ଜାରି ରଖିଛି। ଖବର ଲେଖାହେବା ପର୍ଯ୍ୟନ୍ତ ଥାନାରେ କୌଣସି ମାମଲା ରୁଜୁ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri