ଆମେରିକାରେ ପୁଣି ଗୁଳିକାଣ୍ଡ, ହସ୍ପିଟାଲ ପରିସରରେ ୪ ମୃତ…

ଓ୍ବାଶିଂଟନ, ୨।୬ : ପୁଣି ଥରେ ଆମେରିକାରେ ଗୁଳିକାଣ୍ଡ ଘଟଣା ଘଟିଛି। ଏଥର ଓକଲାହୋମାର ତୁଲସା ସହରର ସେଣ୍ଟ ଫ୍ରାନ୍ସିସ ହସ୍ପିଟାଲ କମ୍ପ୍ଲେକ୍ସରେ ଥିବା ନୈଟାଲୀ ବିଲଡିଂରେ ଏହି ଗୁଳିକାଣ୍ଡ ଘଟିଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତୁଲସା ପୋଲିସର ସୂଚନାନୁସାରେ, ଜଣେ ଅଜ୍ଞାତ ବ୍ୟକ୍ତିଙ୍କ ୪ ଜଣଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସୂଚନା ପାଇବା ମାତ୍ରେ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଥିଲା।

ପୋଲିସ ସହିତ ଗୁଳି ବିନିମୟରେ ସମ୍ପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଆମେରିକାର ତ୍ରୁଟିଯୁକ୍ତ ଅସ୍ତ୍ରଶସ୍ତ୍ର ଲାଇସେନ୍ସ ଆଇନ ଯୋଗୁ ଏଭଳି ଗୁଳିକାଣ୍ଡ ବଢ଼ିବାରେ ଲାଗିଛି।

ମେ ୨୪ ରେ ଏକ ଉଭାଲଡେସ୍ଥିତ ଏକ ପ୍ରାଥମିକ ବିଦ୍ୟାଳୟରେ ଗୁଳିକାଣ୍ଡ ଯୋଗୁ ୧୯ ଜଣ ଶିଶୁଙ୍କ ସମେତ ୨୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଚିନ୍ତା ପ୍ରକଟ କରି ରାଷ୍ଟ୍ରପତି ଜୋ ବାଇଡେନ କହିଥିଲେ ଯେ ବର୍ତ୍ତମାନ ଏସମ୍ପର୍କରେ ପଦକ୍ଷେପ ନେବାର ସମୟ ଆସିଛି।

ବାଇଡେନଙ୍କୁ ତୁଲସା ହସ୍ପିଟାଲ କମ୍ପ୍ଲେକ୍ସରେ ହୋଇଥିବା ଗୁଳିକାଣ୍ଡ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। ହ୍ବାଇଟ ହାଉସ ଦ୍ୱାରା ଜାରି ଏକ ବିବୃତ୍ତିରେ ପରିସ୍ଥିତି ଉପରେ ନଜର ରଖାଯାଇଥିବା କୁହାଯାଇଛି। ସିଏନଏନ ଅନୁଯାୟୀ ତୁଲସା ପୋଲିସ ଏକ ଫେସବୁକ ପୋଷ୍ଟରେ କହିଛି ଯେ ଜଣେ ଅଜ୍ଞାତ ରାଇଫଲମ୍ୟାନ ନୈଟାଲୀ ବିଲଡିଂରେ ପଶି ଗୁଳି ଚଳାଇଛନ୍ତି। ତୁଲସା ଗୁଳକାଣ୍ଡର ଗୋଟିଏ ଦିନ ପୂର୍ବରୁ ନ୍ୟୁ ଓରଲିୟନ୍ସର ସ୍ନାତକୋତ୍ତର ଦୀକ୍ଷାନ୍ତ ସମାରୋହରେ ଗୁଳିକାଣ୍ଡ ଘଟିଥିଲା। ଏଥିରେ ଜଣେ ବୃଦ୍ଧ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଆହତ ହୋଇଥିଲେ।

ସୂଚନାଯୋଗ୍ୟ ଯେ ଦେଶରେ ଗୁଳି ବିନିମୟକୁ ନିୟନ୍ତ୍ରଣ କରିବା ପାଇଁ ଆମେରିକାର ରାଷ୍ଟ୍ରପତି ବାଇଡେନ ଇତିମଧ୍ୟରେ ନ୍ୟୁଜିଲାଣ୍ଡର ପ୍ରଧାନମନ୍ତ୍ରୀ ଜାକିଣ୍ଡା ଆର୍ଡନଙ୍କ ସହ ଆଲୋଚନା କରିଛନ୍ତି। ୨୦୧୯ରେ ନ୍ୟୁଜିଲାଣ୍ଡର ଖ୍ରୀଷ୍ଟଚର୍ଚ୍ଚରେ ସରକାରଙ୍କ ଦ୍ୱାରା ଗ୍ରହଣ କରାଯାଇଥିବା କଡା ପଦକ୍ଷେପ ସମ୍ପର୍କରେ ବାଇଡେନ ଆର୍ଡନଙ୍କ ସହ ପରାମର୍ଶ ଲୋଡିଛନ୍ତି। ନ୍ୟୁଜିଲାଣ୍ଡରେ ସେନା ରାଇଫଲ ବିକ୍ରି ଉପରେ ପ୍ରତିବନ୍ଧକ ଲଗାଇବା ସହିତ ସରକାର ଲୋକଙ୍କଠାରୁ ପୁଣି ବନ୍ଧୁକ କିଣିଥିବା ସମ୍ପର୍କରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri