ଶପିଂ ମଲରେ ଗୁଳିକାଣ୍ଡ,ସନ୍ଦିଗ୍ଧଙ୍କ ସମେତ ୪ ଜଣଙ୍କ ମୃତ୍ୟୁ…

ଓ୍ବାଶିଂଟନ,୧୮।୭ : ଆମେରିକାରେ ବନ୍ଧୁକ ସଂସ୍କୃତି ଯୋଗୁ ବିଭିନ୍ନ ସମୟରେ ଗୁଳିକାଣ୍ଡ ଘଟଣା ଘଟିବାରେ ଲାଗିଛି। ଏଭଳି ଘଟଣା ଧୀରେଧୀରେ ବଢ଼ିବାରେ ମଧ୍ୟ ଲାଗିଛି। ସିଏନଏନ ରିପୋର୍ଟ ଅନୁଯାୟୀ, ରବିବାର ସାରେ ଇଣ୍ଡିଆନାର ଗ୍ରୀନଉଡ ପାର୍କ ଶପିଂ ମଲରେ ଗୁଳିକାଣ୍ଡ ଘଟିଛି।

ଏହି ଘଟଣାରେ ସନ୍ଦିଗ୍ଧଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ବହୁ ଲୋକ ଆହତ ହୋଇଥିବା ଜଣାପଡିଛି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗ୍ରୀନଉଡ ମେୟର ମାର୍କ ମାୟର୍ସଙ୍କ ଅନୁଯାୟୀ ସନ୍ଦିଗ୍ଧ ସୁଟର ମୃତକଙ୍କ ମଧ୍ୟରେ ଅଛନ୍ତି। ଏନକାଉଣ୍ଟର ସମୟରେ ବନ୍ଧୁକଧାରୀଙ୍କୁ ଗୁଳି କରାଯାଇଥିଲା। ମେୟର ମାର୍କ ମାୟର୍ସ ଟୁଇଟ କରି କହିଛନ୍ତି, ଏହି ଦୁଃଖଦ ଘଟଣା ଆମକୁ ଗଭୀର ଆଘାତ ଦେଇଛି।

ଗ୍ରୀନଉଡ ପୋଲିସ ବିଭାଗର ମୁଖ୍ୟ ଜିମ ଆଇସନ କହିଛନ୍ତି ଯେ ଜଣେ ବ୍ୟକ୍ତି ରାଇଫଲ ଏବଂ ଗୁଳି ନେଇ ଗ୍ରୀନଉଡ ପାର୍କ ଶପିଂ ମଲ ଭିତରକୁ ପ୍ରବେଶ କରିଥିଲେ। ସେ ଫୁଡ କୋର୍ଟରେ ଗୁଳି ଚଳାଇବା ଆରମ୍ଭ କରିଥିଲେ। ଏକ ଗଣମାଧ୍ୟମ ସମ୍ମିଳନୀରେ ଇସାନ କହିଛନ୍ତି ଯେ ବନ୍ଧୁକଧାରୀଙ୍କୁ ଜଣେ ସଶସ୍ତ୍ର ନାଗରିକ ହତ୍ୟା କରିଛନ୍ତି। ଗ୍ରୀନଉଡ ମେୟର ମାର୍କ ମାୟର୍ସ କହିଛନ୍ତି ଯେ ଗ୍ରୀନଉଡ ପୋଲିସ ବିଭାଗ ଏହି ମଲକୁ ନିୟନ୍ତ୍ରଣରେ ରଖିଛି। ମୁଁ କମାଣ୍ଡ ପୋଷ୍ଟ ସହିତ ସିଧାସଳଖ ଯୋଗାଯୋଗରେ ଅଛି । ଏହି ଅଞ୍ଚଳଠାରୁ ଦୂରରେ ରହିବାକୁ ସେ ଲୋକଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri