କୋଇଲା ବ୍ୟବସାୟୀଙ୍କ ଘର ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼, ୧୭।୫ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ପ୍ରତିଷ୍ଠିତ କୋଇଲା ପରିବହନ ବ୍ୟବସାୟୀ ସଞ୍ଜୟ ନନ୍ଦ (ପିଲୁ)ଙ୍କ ବାସଭବନ ଉପରକୁ ଶନିବାର ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି। କେଉଁ କାରଣରୁ ଏହି ଗୁଳିମାଡ଼ ହୋଇଛି ତାହା ସ୍ପଷ୍ଟ ଜଣାପଡ଼ି ନଥିଲେ ମଧ୍ୟ, ଦୁର୍ବୃତ୍ତମାନେ ବାଇକ୍ ଓ କାର୍‌ରେ ଆସି ରାତି ପ୍ରାୟ ୧ଟା ୩୦ ମିନିଟ୍‌ରେ ଏହି କାଣ୍ଡ ଭିଆଇଥିବା ସଦର ଏସଡିପିଓ (SDPO) ନିର୍ମଳ ମହାପାତ୍ର ସୂଚନା ଦେଇଛନ୍ତି। ତେବେ ଏହି ଅଗ୍ନିକାଣ୍ଡ କିମ୍ବା ଗୁଳିମାଡ଼ରେ କାହାରି କୌଣସି କ୍ଷତି ହୋଇନାହିଁ।

ସୂଚନା ଅନୁସାରେ, ଶନିବାର ରାତି ପ୍ରାୟ ୧୨ଟା ୩୦ ମିନିଟ୍ ସମୟରେ କିଛି ଯୁବକ ବାଇକ୍‌ରେ ଆସି ପିଲୁ ନନ୍ଦଙ୍କ ବାସଭବନ ଆଗରେ ପ୍ରବଳ ପାଟିତୁଣ୍ଡ କରିଥିଲେ। କୋଇଲା ପରିବହନରେ ନିୟୋଜିତ ତାଙ୍କ ଟ୍ରକଗୁଡ଼ିକୁ କୋଇଲା ଖଣିରେ କାହିଁକି କଳା ତାଲିକାଭୁକ୍ତ (Blacklisted) କରାଯାଇଛି, ସେ ନେଇ ଯୁବକମାନେ ଉତ୍ତେଜନା ପ୍ରକାଶ କରିଥିଲେ। ଏହି କଳା ତାଲିକା ନହଟିଲେ ପିଲୁ ନନ୍ଦଙ୍କୁ ଅପହରଣ କରି ଜୀବନରେ ମାରିଦେବେ ବୋଲି ସେମାନେ ଧମକ ଦେଇଥିଲେ। ଏହି ସମୟରେ ଘରେ ନିୟୋଜିତ ସୁରକ୍ଷା କର୍ମୀଙ୍କ ସହ ଉକ୍ତ ଯୁବକମାନଙ୍କର ପ୍ରବଳ ଯୁକ୍ତିତର୍କ ହୋଇଥିଲା। ଏହାର କିଛି ସମୟ ପରେ ଦୁର୍ବୃତ୍ତମାନେ ଘର ଉପରକୁ ଗୁଳିମାଡ଼ କରି ସେଠାରୁ ଫେରାର ହୋଇଯାଇଥିଲେ।

ଗୁଳିମାଡ଼ ପରେ ଟାଉନ ଥାନାର ପାଟ୍ରୋଲିଂ ପୋଲିସ ଗାଡ଼ି ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା। ପରେ ସାଇଣ୍ଟିଫିକ ଟିମ୍ ସହ ପୋଲିସର ବରିଷ୍ଠ ଅଧିକାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ଏବଂ ଘଟଣାସ୍ଥଳରୁ ଗୋଟିଏ ବ୍ୟବହୃତ ଗୁଳିର ଖୋକା ଜବତ କରାଯାଇଛି। କୋଇଲା ପରିବହନକୁ ନେଇ ରହିଥିବା ଏହି ବିବାଦରୁ ହିଁ ଗୁଳିମାଡ଼ ହୋଇଥିବା ପୋଲିସ ପ୍ରାଥମିକ ସନ୍ଦେହ କରୁଛି।

ଅପରପକ୍ଷରେ, ରାଜ୍ୟର ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ବ୍ୟବସାୟିକ ସହଯୋଗୀ କୁହାଯାଉଥିବା ପିଲୁ ନନ୍ଦଙ୍କୁ ଗତ ୨ ବର୍ଷ ପୂର୍ବେ ମଧ୍ୟ ଫୋନ୍ ଯୋଗେ ମୋଟା ଅଙ୍କର ଚାନ୍ଦା ମଗାଯାଇଥିଲା ଏବଂ ଚାନ୍ଦା ନଦେଲେ ଜୀବନରୁ ମାରିଦେବାକୁ ଧମକ ଆସିଥିଲା। ପୋଲିସ ଏହି ସବୁ ପୁରୁଣା ଓ ନୂଆ ଦିଗକୁ ଆଧାର କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?