ବିବାହ ପାର୍ଟିରେ ଗୁଳିମାଡ, ଜଣେ ମୃତ ୫ ଆହତ

ପ୍ୟାରିସ,୩୦।୬: ଉତ୍ତର-ପୂର୍ବ ଫ୍ରାନ୍ସର ଏକ ବିବାହ ଉତ୍ସବରେ ଅଜ୍ଞାତ ମାସ୍କ ବନ୍ଧୁକଧାରୀମାନେ ହଠାତ୍‌ ଗୁଳି ଚଳାଇଥିଲେ। ଯେଉଁଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୫ଜଣ ଆହତ ହୋଇଥିବା ଖବର ମିଳିଛି। ରବିବାର ପୋଲିସ ସୂତ୍ରରୁ ଏହି ସୂଚନା ଦିଆଯାଇଛି। ସୂତ୍ରରୁ ପ୍ରକାଶ ଯେ ଉତ୍ତର-ପୂର୍ବ ସହର ଥିଓନଭିଲରେ ହୋଇଥିବା ଏହି ଆକ୍ରମଣ ଡ୍ରଗ୍ସ ବେପାରୀଙ୍କ ମଧ୍ୟରେ ପ୍ରତିଶୋଧ ନେବା ସହ ଜଡିତ ଥିଲା।
କୁହାଯାଉଛି ଯେ ସେହି ସମୟରେ ମାସ୍କେଡ ବନ୍ଧୁକଧାରୀମାନେ ରିସେପ୍ସନ ହଲରେ ଗୁଳି ଚଳାଇଥିଲେ। ସେତେବେଳେ ହଲରେ ପ୍ରାୟ ୧୦୦ ଲୋକ ଉପସ୍ଥିତ ଥିଲେ। ଏହି ଗୁଳି ବିନିମୟରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତର ରହିଛି।
ପୋଲିସର ସୂଚନାନୁସାରେ, ଗୁଳି ଚଳାଇଥିବା ଅପରାଧୀମାନେ ଘଟଣାସ୍ଥଳରୁ ପଳାୟନ କରିଛନ୍ତି। ପୋଲିସ ସୂତ୍ରରୁ ପ୍ରକାଶ, ଏହା ଏକ ବିବାହ ସମୟରେ ଘଟିଥିଲା। ସକାଳ ୧ଟା ୧୫ସମୟରେ ଏକ ଗୋଷ୍ଠୀ ହଲ ସମ୍ମୁଖରେ ଏମାନେ ଧୂମ୍ରପାନ କରିବାକୁ ବାହାରିଥିଲେ ଏବଂ ତା’ପରେ ତିନିଜଣ ସଶସ୍ତ୍ର ଲୋକ ଆସି ସେମାନଙ୍କ ଆଡକୁ ଗୁଳି ଚଳାଇବା ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri