ସୁନ୍ଦରଗଡ଼/ବେଦବ୍ୟାସ (ଡି.ଏନ୍.ଏ)/ ରାଉରକେଲା ଅଫିସ୍ ୧୫।୧୨ – ରାଉରକେଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ସିଂଘଟୋଲାଠାରେ ସୋମବାର ରାତି ସାଢେ ୮ଟାରେ ମହିଳାଙ୍କ ଉପରକୁ ଗୁଳିମାଡ଼ ହୋଇଛି। ପୁଅ ସହ ବାଇକ୍ରେ ଯାଉଥିବା ଜଣେ ମହିଳାଙ୍କ ଉପରକୁ ଅନ୍ୟ ଏକ ବାଇକ୍ରେ ଆସି ୩ଜଣ ଦୁର୍ବୃତ୍ତ ଗୁଳିଚାଳନା କରି ଫେରାର୍ ହୋଇଯାଇଥିଲେ। ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଇସ୍ପାତ ଜେନେରାଲ ହସ୍ପିଟାଲ (ଆଇଜିଏଚ୍)ରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମହିଳାଙ୍କ ଉପରକୁ ଗୁଳିଚାଳନା କରିବାର କାରଣ ଜଣାପଡିନାହିଁ। ମହିଳାଙ୍କ ନାମ ଠିକଣା ଜଣାପଡ଼ିନାହିଁ। ଘଟଣାର ତଦନ୍ତ ଚାଲିଛି ବୋଲି ବ୍ରାହ୍ମଣୀତରଙ୍ଗ ଥାନା ଆଇଆଇସି ସଂଗ୍ରାମ ବିଶ୍ୱାଳ କହିଛନ୍ତି।
୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ
ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...
ବସ୍ କାଚ ଭାଙ୍ଗି ଜାଳିଦେଲେ …
ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍ର କାଚ ଭାଙ୍ଗି ଜାଳି...
ଜେଲ୍ରେ କଏଦୀଙ୍କ ଆନ୍ଦୋଳନ
ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...
ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍ ସହ ରହିଛି…
ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର...
ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ
ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...
ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ
ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...
୧୦ମ ଶ୍ରେଣୀ ଛାତ୍ରୀ ହେଲେ ଗର୍ଭବତୀ , ବଳାତ୍କାର କରିବା ସହ…
କୁଆଁରମୁଣ୍ଡା,୨୦ା୧୨ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳର ଜଣେ ନାବାଳିକା ୫ ମାସର ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ବୀରମିତ୍ରପୁର...
ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ
ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...
Archives


