ସୁନ୍ଦରଗଡ଼/ବେଦବ୍ୟାସ (ଡି.ଏନ୍.ଏ)/ ରାଉରକେଲା ଅଫିସ୍ ୧୫।୧୨ – ରାଉରକେଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ସିଂଘଟୋଲାଠାରେ ସୋମବାର ରାତି ସାଢେ ୮ଟାରେ ମହିଳାଙ୍କ ଉପରକୁ ଗୁଳିମାଡ଼ ହୋଇଛି। ପୁଅ ସହ ବାଇକ୍ରେ ଯାଉଥିବା ଜଣେ ମହିଳାଙ୍କ ଉପରକୁ ଅନ୍ୟ ଏକ ବାଇକ୍ରେ ଆସି ୩ଜଣ ଦୁର୍ବୃତ୍ତ ଗୁଳିଚାଳନା କରି ଫେରାର୍ ହୋଇଯାଇଥିଲେ। ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଇସ୍ପାତ ଜେନେରାଲ ହସ୍ପିଟାଲ (ଆଇଜିଏଚ୍)ରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମହିଳାଙ୍କ ଉପରକୁ ଗୁଳିଚାଳନା କରିବାର କାରଣ ଜଣାପଡିନାହିଁ। ମହିଳାଙ୍କ ନାମ ଠିକଣା ଜଣାପଡ଼ିନାହିଁ। ଘଟଣାର ତଦନ୍ତ ଚାଲିଛି ବୋଲି ବ୍ରାହ୍ମଣୀତରଙ୍ଗ ଥାନା ଆଇଆଇସି ସଂଗ୍ରାମ ବିଶ୍ୱାଳ କହିଛନ୍ତି।
ପରିବହନକୁ ନେଇ ଗୋଷ୍ଠୀ ସଂଘର୍ଷ; ମରଣାତ୍ମକ ଆକ୍ରମଣରେ ୪ରୁ ଅଧିକ ଗୁରୁତର
ସୁନ୍ଦରଗଡ଼,୪।୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ହେମଗିରି ଥାନା ଅନ୍ତର୍ଗତ ଗର୍ଜନବାହାଲ କୋଇଲା ଖଣିରେ ଗୁରୁବାର ବିଳମ୍ବିତ ରାତିରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଗାଡ଼ି ଧାଡ଼ିରେ…
ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର
ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…
ଶୋଇଥିବାବେଳେ ମହିଳାଙ୍କୁ ଚୋଟ ମାରିଲା ସାପ, ଚାଲିଗଲା ଜୀବନ
କୂଆଁରମୁଣ୍ଡା,୩ା୯(ମହେନ୍ଦ୍ର କୁମାର ସାହୁ): ବିଷାକ୍ତ ସାପ କାମୁଡ଼ିବା ପରେ ପ୍ରଥମେ ଝଡ଼ା ଫୁଙ୍କା ଓ ପରେ ନକଲି ଡାକ୍ତରଙ୍କ ନିକଟକୁ ଯାଇ ପରିସ୍ଥିତି ସଙ୍କଟାପନ୍ନ ହେବାରୁ ଶେଷରେ…
Archives

