କ୍ରିକେଟ ଖେଳ ବେଳେ ଗୁଳିକାଣ୍ଡ

ବିଶ୍ରା,୧୩।୬(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ବିଶ୍ରା ମିନି ଷ୍ଟାଡିୟମରେ କ୍ରିକେଟ ଖେଳକୁ ନେଇ ସୋମବାର ଗୁଳିକାଣ୍ଡ ହୋଇଛି। ଏଥିରେ କେହି ମୃତାହତ ହୋଇନାହାନ୍ତି। ବିଶ୍ରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତନାଘନା ଚଳାଇଛି।
ସୂଚନା ଅନୁସାରେ, ସୋମବାର ସକାଳେ ବିଶ୍ରା ମିନି ଷ୍ଟାଡିୟମରେ କ୍ରିକେଟ ମ୍ୟାଚ୍‌ ହେଉଥିଲା। ଆର୍‌.ଏସ୍‌. ଇଂରାଜୀ ସ୍କୁଲ ନିକଟରେ ରହୁଥିବା ଜରେଇକେଲା ନିବାସୀ ବିକି ସିଂ ମ୍ୟାଚ୍‌ ଦେଖିବା ପାଇଁ ଯାଇଥିଲେ। ସେଠାରେ ୩ଜଣ ଯୁବକ ଓ ବିକିଙ୍କ ମଧ୍ୟରେ କୌଣସି କାରଣରୁ ଝଗଡ଼ା ହୋଇଥିଲା। ସନ୍ଧ୍ୟାରେ ଉକ୍ତ ଯୁବକମାନେ ପୁଣି ସେଠାକୁ ଆସି ବିକିଙ୍କ ଉପରକୁ ୨ ରାଉଣ୍ଡ ଗୁଳି ଚଳାଇଥିଲେ। ତେବେ ଗୋଟିଏ ଗୁଳି କାନ୍ଥ ଏବଂ ଅନ୍ୟଟି ରାସ୍ତାରେ ବାଜିବାରୁ ସୌଭାଗ୍ୟବଶତଃ ବିକି ବର୍ତ୍ତିଯାଇଥିଲେ। ପରେ ଉକ୍ତ ଯୁବକମାନେ ସେଠାରୁ ଫେରାର ହୋଇଯାଇଥିଲେ। ଖବର ପାଇ ବିଶ୍ରା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିବା ସହ ପାଟ୍ରୋଲିଂକୁ କଡ଼ାକଡି କରିଛି। ଉକ୍ତ ୩ ଅଭିଯୁକ୍ତଙ୍କୁ ଧରିବା ପାଇଁ ଉଦ୍ୟମ ଜାରି ରହିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri