ଫ୍ଲୋରିଡାରେ ଗୁଳିକାଣ୍ଡ: ୩ ମୃତ…

ଓ୍ବାଶିଂଟନ,୨୭।୮ : ଆମେରିକାର ଫ୍ଲୋରିଡାସ୍ଥିତ ଏକ ଜେନେରାଲ ଷ୍ଟୋରରେ ତିନି ଜଣଙ୍କୁ ଜାତିଆଣ ବିବାଦ ନେଇ ୩ ଜଣଙ୍କୁ ଗୁଳିକରି ହତ୍ୟା କରାଯାଇଛି। ପୋଲିସ ଅଧିକାରୀ କହିଛନ୍ତି ଗୁଳି ଚଳାଇଥିବା ବ୍ୟକ୍ତିଙ୍କର ମଧ୍ୟ ମୃତ୍ୟୁ ଘଟିଛି। ସେ କହିଛନ୍ତି ହତ୍ୟାକାରୀ ଜାତିଭିତ୍ତିକ ଆକ୍ରମଣ କରିଥିବା ସନ୍ଦେହ କରାଯାଉଛି। କାରଣ ଆକ୍ରମଣକାରୀ କୃଷ୍ଣକାୟ ଲୋକଙ୍କୁ ଘୃଣା କରୁଥିଲେ।

ଗଣମାଧ୍ୟମକୁ ସୂଚନା ଦେଇ ପୋଲିସ ଅଧିକାରୀ କହିଛନ୍ତି ଆକ୍ରମଣ ପରେ ଶ୍ୱେତାଙ୍ଗ ଆକ୍ରମଣକାରୀ ନିଜକୁ ଗୁଳି ଚଳାଇଥିଲା। ପ୍ରାଥମିକ ଅନୁସନ୍ଧାନରୁ ମିଳିଥିବା ପ୍ରମାଣ ସୂଚିତ କରୁଛି ଆକ୍ରମଣକାରୀ ଘୃଣାର ଚିନ୍ତାଧାରା ଦ୍ୱାରା ପ୍ରଭାବିତ ହୋଇଥିଲେ, ଯାହାକି ଏହି ଆକ୍ରମଣର ମୁଖ୍ୟ କାରଣ। ତେବେ ଜ୍ୟାକସନଭିଲରେ ହୋଇଥିବା ଆକ୍ରମଣରେ କେତେ ଲୋକ ଆହତ ହୋଇଛନ୍ତି ସେ ସମ୍ପର୍କରେ ସୂଚନା ଶେୟାର କରାଯାଇ ନାହିଁ।

ଏଥି ସହିତ ଶନିବାର ପୂର୍ବାହ୍ନରେ ଆମେରିକାର ବୋଷ୍ଟନରେ ପ୍ରସିଦ୍ଧ ବୋଷ୍ଟନ ପରେଡରେ ଗୁଳିକାଣ୍ଡ ଘଟିଥିଲା। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏଥିରେ ୭ ଜଣ ଆହତ ହୋଇଛନ୍ତି। ଏଥି ସହ ଗୁଳି ବିନିମୟ ହେତୁ ପରେଡକୁ ବନ୍ଦ କରିବାକୁ ପଡିଥିଲା। ପୀଡିତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ପୋଲିସ କହିଛି। ସମସ୍ତଙ୍କର ଅବସ୍ଥା ସ୍ଥିର ଅଛି। କାହାର ଜୀବନ ପାଇଁ କୌଣସି ବିପଦ ନାହିଁ। ପୋଲିସ କହିଛି ଘଟଣା ପରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ଏବଂ ଅସ୍ତ୍ରଶସ୍ତ୍ର ମଧ୍ୟ ଉଦ୍ଧାର କରାଯାଇଛି।

ବୋଷ୍ଟନ ପୋଲିସ ଏହା ପୂର୍ବରୁ ସହରର ମୁଖ୍ୟ କାରିବିଆନ କାର୍ନିଭାଲର ଅଂଶବିଶେଷ ଥିବା ଜୁଭର୍ଟ ପ୍ୟାରେଡ ସମୟରେ ଘଟିଥିବା କହିଥିଲେ। ତେବେ ପରେ ପରେ ପୋଲିସ କମିଶନର ମାଇକେଲ କକ୍ସ ସ୍ପଷ୍ଟ କରିଛନ୍ତି ଗୁଳି ବିନିମୟ ପରେଡରେ ନୁହେଁ ବରଂ ନିକଟବର୍ତ୍ତୀ ଅଞ୍ଚଳରେ ଘଟିଛି। ଗୁଳି ବିନିମୟ ହେତୁ ପରେଡ ବନ୍ଦ ହୋଇଯାଇଥିବା କକ୍ସ କହିଛନ୍ତି। ଯଦିଓ ଇଭେଣ୍ଟ ସହିତ ଏହାର କୌଣସି ସମ୍ପର୍କ ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ବିଦେଶୀ ମଦ ଦୋକାନ ବନ୍ଦ ଦାବି: ଉପଜିଲାପାଳ କାର୍ଯ୍ୟାଳୟ ଘେରାଉ

ବୀରମହାରାଜପୁର, ୧୦/୯ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ନୁଆଁପଡ଼ାଠାରେ ଥିବା ବିଦେଶୀ ମଦ ଦୋକାନ ବନ୍ଦ ଦାବିରେ ମହିଳାମାନେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

ଓଲଟିଲା କୋଇଲା ବୋଝେଇ ଟ୍ରକ୍‌, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍‌

ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍‌ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri