ଗର୍ଜନବାହାଲ କୋଇଲା ଖଣିରେ ଫୁଟିଲା ଗୁଳି: ୩ ଆହତ, ୧୦ ଅଟକ

ସୁନ୍ଦରଗଡ଼,୫ା୭(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିରି ବ୍ଲକ ସ୍ଥିତ ଗର୍ଜନବାହାଲ କୋଇଲା ଖଣି ନିକଟ ବରପାଲିରେ ଥିବା ଏକ କୋଲ ଓ୍ବାସେରୀରେ ଗୁରୁବାର ସନ୍ଧ୍ୟାରେ ଗୁଳିକାଣ୍ଡ ଘଟିଛି। ଏଥିରେ ୩ ଜଣ ଆହତ ହୋଇଥିବା ଖବର ମିଳିଛି। ଖବର ପାଇ ସୁନ୍ଦରଗଡ଼ ଏସପି ପ୍ରତ୍ୟୁଷ ଦିବାକର, ସଦର ଏସ୍‌ଡିପିଓ ହିମାଂଶୁ ଭୂଷଣ ବେହେରାଙ୍କ ସମେତ ୫ଟି ଥାନାର ଆଇଆଇସି ସେହି ଅଞ୍ଚଳକୁ ସାଇଣ୍ଟିଫିକ୍‌ ପୋଲିସ ଟିମ୍‌ ସହିତ ପହଞ୍ଚି ଛନ୍ତି।
ମିଳିଥିବା ସୂଚନାନୁସାରେ, ପାର୍ଟନରଶିପ୍‌କୁ ନେଇ ଏହି ଗୁଳିକାଣ୍ଡ ଘଟିଛି। ଘଟଣାସ୍ଥଳରେ ୨୦୦ରାଉଣ୍ଡ ଗୁଳିଚାଳନା ହୋଇଛି। ଆହତମାନଙ୍କୁ ପଡ଼ୋଶୀ ଛତିଶଗଡ଼ ରାଜ୍ୟ ରାୟଗଡ଼ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହେଲେ ଘଟଣାସ୍ଥଳରେ ଗୋଟିଏ ମଧ୍ୟ ଖୋକା ପଡ଼ି ନ ଥିବା ଜଣେ ପୋଲିସ ଅଧିକାରୀ କହିଛନ୍ତି। ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିଲେ ପ୍ରଫୁଲ୍ଲ ପଣ୍ଡା, କହିଲେ ଭାରତକୁ ସମଗ୍ର ବିଶ୍ୱରେ…

ଦିଗପହଣ୍ଡି, ୨୧।୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ବର୍ଗତ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳନ କରାଯାଇଥିଲା। ପୁଞ୍ଜିକଂୟା ଛକ…

ଭାରତର ଆଉ ଜଣେ ଶତ୍ରୁ ନିପାତ, ପୁଲୱାମା ଆକ୍ରମଣର ଥିଲେ ମାଷ୍ଟରମାଇଣ୍ଡ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ୧୪ ଫେବୃଆରୀ, ୨୦୧୯ରେ ପୁଲୱାମା ଆତଙ୍କବାଦୀ ଆକ୍ରମଣ ସହିତ ଜଡିତ ବୋଲି ବିଶ୍ୱାସ କରାଯାଉଥିବା ଆତଙ୍କବାଦୀ ହମଜା ବୁରହାନଙ୍କୁ ପାକ ଅଧିକୃତ କଶ୍ମୀରରେ ଗୁଳି କରି…

ଏହି ରାଶିଙ୍କ ପାଇଁ ଜୁନ ମାସରେ ଘଟିବାକୁ ଯାଉଛି ଏମିତି, ଲିଷ୍ଟରେ ଆପଣଙ୍କ ରାଶି ଅଛି କି?

ଜୁନ ମାସ ଆରମ୍ଭ ହେବାକୁ ଯାଉଛି। ମାସ ଆରମ୍ଭରେ ବୃହସ୍ପତି କର୍କଟ ରାଶିରେ ପ୍ରବେଶ କରିବେ, ଯାହା ଅନେକ ରାଶିର ଭାଗ୍ୟକୁ ଉଜ୍ଜ୍ୱଳ କରିପାରେ। ଏହା ବ୍ୟତୀତ,…

ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ…

ବୈଶିଙ୍ଗାରେ ଛାତିଥରା ହତ୍ୟାକାଣ୍ଡ, ଶୋଇଥିବା ବେଳେ ମହିଳାଙ୍କ ତଣ୍ଟି ଚିପି ହତ୍ୟା

ବୈଶିଙ୍ଗା,୨୧।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଗଣେଶ୍ବରପୁର ଗ୍ରାମରେ ଏକ ଛାତିଥରା ହତ୍ୟାକାଣ୍ଡ ହୋଇଛି । ବୁଧବାର ରାତିରେ ଜନୈକା ୫୦ ବର୍ଷିୟା ମହିଳାଙ୍କୁ…

୩ ବର୍ଷ ପରେ ଧାନ ଖଳା ନିର୍ମାଣ ଶେଷ: ବିଡିଓଙ୍କୁ ଧନ୍ୟବାଦ ଜଣାଇଲେ ଚାଷୀବୃନ୍ଦ

କେସିଙ୍ଗା,୨୧।୫(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

ମେଲୋଡି ଦେଖିବାକୁ ଯାଇଥିଲେ ଦିନେଶ, ହଠାତ୍‌ ହେଲା ମରଣାନ୍ତକ ଆକ୍ରମଣ: ଆଉ ତା’ପରେ…

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଖେଳ ପଡିଆଠାରେ ବୁଧବାର ରାତିରେ ଭବାନୀପାଟଣା ସଦର ବିଧାୟକଙ୍କ ଦ୍ୱାରା ଖେଳ ମେଳା କାର୍ଯ୍ୟକ୍ରମ ଆୟୋଜିତ…

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ, ୭ଟି ସ୍ଥାନରେ ଏକକାଳୀନ ରେଡ୍‌

ଗୁଣପୁର,୨୧।୫(ସୁଜାତା ପାଢ଼ୀ) : ଭିଜିଲାନ୍ସ ଜାଲରେ ରାୟଗଡ଼ା କୋଲନରା ବ୍ଲକ୍‌ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ । ଆୟ ବହିର୍ଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri