ଆମେରିକା ରାସ୍ତାରେ ଫୁଟିଲା ଗୁଳି, ୩ ମୃତ ୨ ଆହତ

ଓ୍ବାଶିଂଟନ,୬।୮: ଅଗଷ୍ଟ ୫ ଶନିବାର ରାତିରେ ଆମେରିକାର ରାଜଧାନୀ ୱାଶିଂଟନର ଏକ ରାସ୍ତାରେ ଭୟଙ୍କର ଗୁଳି ବିନିମୟ ହୋଇଥିଲା। ଏହି ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ଏହି ସମୟରେ ଅନ୍ୟ ଦୁଇଜଣ ଆହତ ହୋଇଥିଲେ। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସ ଏ ସମ୍ପର୍କରେ ସୂଚନା ଦେଇଛି।

ଅଧିକାରୀମାନେ କହିଛନ୍ତି ଯେ ପାଖାପାଖି ରାତି ୮ଟା ସମୟରେ ଗୁଡ ହୋପ ରୋଡ ଦକ୍ଷିଣ ପୂର୍ବର ୧୬୦୦ ବ୍ଲକରେ ଗୁଳି ବିନିମୟ ହୋଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ବେଳେକୁ ୫ଜଣଙ୍‌କୁ ଗୁଳି ବାଜିଥିବା ଦେଖିଥିଲା।
ମହାନଗର ନିଗମର କାର୍ଯ୍ୟନିର୍ବାହୀ ମୁଖ୍ୟ ପାମେଲା ସ୍ମିଥ ଘଟଣାସ୍ଥଳରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ଦୁଇ ପୁରୁଷ ଓ ଜଣେ ମହିଳାଙ୍କୁ ଘଟଣାସ୍ଥଳରେ ମୃତ ଘୋଷଣା କରାଯାଇଥିଲା ଏବଂ ଦୁଇ ଜଣଙ୍କୁ ୱାଶିଂଟନ, ଡି.ସି.ର ଆଞ୍ଚଳିକ ଡାକ୍ତରଖାନାକୁ ନିଆଯାଇଥିଲା। ତେବେ ଡାକ୍ତରଖାନାରେ ପୀଡିତଙ୍କ ଅବସ୍ଥା ତୁରନ୍ତ ଜଣା ପଡି ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri