‘ଦ ଭ୍ୟାକ୍ସିନ ୱାର’ର ଶୁଟିଂ ଶେଷ

ମୁମ୍ବାଇ: ‘ଦ କଶ୍ମୀର ଫାଇଲ୍ସ’ ବକ୍ସ ଅଫସରେ ତେହଲକା ମଚାଇବା ପରେ ଏହାର ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ ଏବେ ତାଙ୍କ ଆଗାମୀ ମୁଭି ‘ଦ ଭ୍ୟାକ୍ସିନ ୱାର’କୁ ନେଇ ଖୁବ୍ ଚର୍ଚ୍ଚାରେ ରହିଛନ୍ତି । ନିର୍ଦ୍ଦେଶକଙ୍କ ଏହି ମୁଭି ଚିକିତ୍ସା କ୍ଷେତ୍ରରେ ଜଡିତ ବ୍ୟକ୍ତି ବିଶେଷଙ୍କ ପାଇଁ ଏକ ଟ୍ରିବ୍ୟୁଟ ହେବ ବୋଲି କୁହାଯାଉଛି । ଯେଉଁମାନେ କରୋନା ସମୟରେ ଦିନରାତି କାମ କରି ଲୋକଙ୍କ ଜୀବନ ବଞ୍ଚାଇଛନ୍ତି । ମୁଭିକୁ ନେଇ ଯେବେଠାରୁ ଘୋଷଣା କରାଗଲାଣି ସେବେଠାରୁ ବିବେକ ମୁଭିକୁ ନେଇ ଅପଡେଟ୍ସ ଦେଇ ଚାଲିଛନ୍ତି । ଏବେ ମୁଭିର ଶୁଟିଂ ଶେଷ ହୋଇଥିବା କୁହାଯାଇଛି ।
ବିବେକ ତାଙ୍କର ଏହି ମୁଭିର ଘୋଷଣା ୨୦୨୨ ନଭେମ୍ବରରେ କରିଥିଲେ । ଏହି ମୁଭିର ଶୁଟିଂ ଲକ୍ଷ୍ନୌରେ ଆରମ୍ଭ ହୋଇଥିଲା । ଏହାପରେ ଭିନ୍ନ ଭିନ୍ନ ସ୍ଥାନରେ ଏହାର ଶୁଟିଂ ହୋଇଥିଲା । ‘ଦ ଭ୍ୟାକ୍ସିନ ୱାର’ର ଲାଷ୍ଟ ସିଡ୍ୟୁଲ ହାଇଦ୍ରାବାଦରେ ଶେଷ ହୋଇଛି । ଶୁଟିଂ ଆରମ୍ଭ କରିବା ପୂର୍ବରୁ ବିବେକ ତାଙ୍କ ସମ୍ପୂର୍ଣ୍ଣ ଟିମ ସହ ମିଶି ଏକ ଲମ୍ବା ରିସର୍ଚ୍ଚ କରିଥିଲେ । ମେଡିକାଲ କ୍ଷେତ୍ରରେ ଜଡିତ ଲୋକଙ୍କ ସାମ୍ନାରେ କରୋନା ସମୟରେ କ’ଣ କ’ଣ ଅସୁବିଧା ଆସୁଥିଲା ତାହା ଜାଣିବାକୁ ଚେଷ୍ଟା କରିଥିଲେ । ଏହି ମୁଭିରେ ବିବେକ କରୋନା ସମୟର କିଛି କାହାଣୀ ଦେଖାଇବେ ।
ଫିଲ୍ମଟି ୨୦୨୩ ସ୍ୱାଧିନତା ଦିବସରେ ୧୧ଟି ଭାଷାରେ ରିଲିଜ୍ କରାଯିବାକୁ ଯୋଜନା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri