ପୂର୍ବ ଶତ୍ରୁତା, ବାଲି ବ୍ୟବସାୟକୁ କେନ୍ଦ୍ର କରି ଗୁଳିମାଡ଼, ୪ ଅଟକ

ବାଲେଶ୍ୱର,୧୩।୧୨( ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ଗିଲାଯୋଡ଼ି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ପୂର୍ବ ଶତ୍ରୁତା ଓ ବାଲି ବ୍ୟବସାୟକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି । ଗାଁରେ ଗଣ୍ତଗୋଳ ହେବା ସହ ଦୁର୍ବୃତ୍ତମାନେ ଫାଙ୍କା ଗୁଳି ଚାଳନା କରିଥିବା ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିବା ବେଳେ ୪ ଜଣ ଦୁର୍ବୃତ୍ତକୁ ଗ୍ରାମବାସୀ କାବୁ କରି ପୋଲିସରେ ଜିମା ଦେଇଛନ୍ତି । ଗ୍ରାମବାସୀଙ୍କ ସୂଚନା ଅନୁଯାୟୀ ବିଳମ୍ବିତ ରାତିରେ ୮ ଜଣ ଦୁର୍ବୃତ୍ତ ଦୁଇଟି କାର୍‌ରେ ଆସି ଗ୍ରାମବାସୀଙ୍କୁ ଭୟଭୀତ କରିବା ପାଇଁ ଫାଙ୍କା ଗୁଳିି ଚାଳନା କରିଥିଲେ । ଗ୍ରାମବାସୀ ଏକତ୍ରିତ ହୋଇ ଗୋଡାଇବାରୁ କାର ଛାଡି ଦୌଡି ପଳାଉ ଥିବା ସମୟରେ ୪ ଜଣଙ୍କୁ କାବୁ କରିଥିଲେ ଗ୍ରାମବାସୀ । ସୂଚାନା ଥାଉକି ସୁବର୍ଣ୍ଣରେଖା ନଦୀରୁ ବାଲି ଉତ୍ତୋଳନକୁ କେନ୍ଦ୍ର କରି ଗତ ନଭେମ୍ବର ୨୮ ତାରିଖରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ତଗୋଳ ହୋଇଥିଲା । ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଥିବାବେଳେ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇଥିଲା । ଏକାଧିକ ବ୍ୟକ୍ତି ଗୁରୁତର ହୋଇଥିଲେ। ତେବେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ମନ୍ଦିର ପୂଜାକୁ ନେଇ ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ବିବାଦ: ଶାନ୍ତି କମିଟି ବୈଠକ ବିଫଳ, ୭୫ ଜଣଙ୍କ ନାମରେ ମାମଲା ରୁଜୁ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅନ୍ତର୍ଗତ ପେଟାପଦର ଗ୍ରାମରେ ଗ୍ରାମଦେବତୀଙ୍କ ପୂଜାକୁ ନେଇ ଦୀର୍ଘ ବର୍ଷର ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି।…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

କାଲି ନିଖୋଜ, ଆଜି ମିଳିଲା ବୃଦ୍ଧଙ୍କ ମୃତଦେହ; କେନାଲରେ ଗୋଟିଏ ପରେ ଗୋଟିଏ ଅଘଟଣକୁ ନେଇ… 

କୋକସରା,୧୮।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ ଅଞ୍ଚଳରେ ଏକ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ବୁଧବାର ଦିନ ଇନ୍ଦ୍ରାବତୀ ଉଠା ଜଳସେଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri