ପାରୋଲରେ ଆସିଥିବା କଏଦୀଙ୍କୁ ଗୁଳି

ପରଜଙ୍ଗ, ୭ା୭(ଡି.ଏନ୍‌.ଏ.): ଏକ ହତ୍ୟା ଅଭିଯୋଗରେ ୧୦ବର୍ଷ ଜେଲ୍‌ରେ ସଜାକାଟି ପାରୋଲରେ ଆସିଥିବା ଜଣେ କଏଦୀଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ୪ଜଣ ବ୍ୟକ୍ତି ତାଙ୍କୁ ଘେରିଯାଇ ଆଖିବୁଜା ଗୁଳିଚାଳନା କରିଛନ୍ତି। କଏଦୀଙ୍କ ଶରୀରରେ ୩ଟି ଗୁଳି ବାଜିଛି। ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାମ୍‌ ପଞ୍ଚାୟତ ଅନ୍ତର୍ଗତ ଚାଉଳିଆଝରଣ ଗ୍ରାମରେ ବୁଧବାର ଏଭଳି ଲୋମଟାଙ୍କୁରା ଘଟଣା ଘଟିଥିବାବେଳେ ଗୁରୁତର କଏଦୀ ତଥା ବାଉଁଶମୁଣ୍ଡା ଗ୍ରାମର ଅର୍ଜୁନ ସୋରେନ୍‌ଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ପୋଲିସ ସୂଚନା ଅନୁଯାୟୀ, ପରକୀୟା ପ୍ରୀତିକୁ ନେଇ ୨୦୧୧ ଅଗଷ୍ଟ ୧୫ରେ ଚାଉଳିଆଝରଣ ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ଅର୍ଜୁନଙ୍କୁ ଜେଲଦଣ୍ଡ ହୋଇଥିଲା। ସେ ଦୀର୍ଘ ୧୦ବର୍ଷ ହେଲା ଜିଲା କାରାଗାରରେ ସଜା କାଟୁଥିଲେ। ତେବେ କରୋନା ସଂକ୍ରମଣ ବଢ଼ିବାପରେ ଗତବର୍ଷ ଜୁନ୍‌ ୫ରେ ତାଙ୍କୁ ପାରୋଲରେ ଛଡ଼ାଯାଇଥିଲା। ସେବେଠାରୁ ସେ ଘରେ ଥିଲେ। ବୁଧବାର ଅର୍ଜୁନ କଙ୍କଡ଼ାହାଡ଼ ବ୍ଲକର ଝିଲ୍ଲି ଗ୍ରାମ ସାପ୍ତାହିକ ହାଟରୁ ସଉଦା ନେଇ ଘରକୁ ଫେରୁଥିବାବେଳେ ଚାଉଳିଆଝରଣ ଗ୍ରାମ ନିକଟରେ ୪ଜଣ ବ୍ୟକ୍ତି ତାଙ୍କୁ ଘେରିଯାଇ ଗୁଳିମାଡ଼ କରିଥିଲେ। ଅର୍ଜୁନଙ୍କ ପିଠି, ଅଣ୍ଟା ଏବଂ ହାତରେ ଗୁଳି ବାଜିଛି। ଘଟଣାସ୍ଥଳରେ ଛଟପଟ ହେଉଥିବାବେଳେ ଅଭିଯୁକ୍ତମାନେ ଫେରାର ହୋଇଯାଇଥିଲେ। ସେଠାକାର କେତେଜଣ ଲୋକଙ୍କ ସହାୟତାରେ ତାଙ୍କୁ ୧୦୮ ଆମ୍ବୁଲାନ୍ସରେ ପ୍ରଥମେ କାମାକ୍ଷାନଗର ଏବଂ ଅବସ୍ଥା ସଙ୍କଟାପନ୍ନ ଥିବାରୁ ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଅର୍ଜୁନଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଏ ସଂକ୍ରାନ୍ତରେ ଥାନାରେ ଏକ ମାମଲା ରୁଜୁ ହୋଇଛି। ଅଭିଯୁକ୍ତଙ୍କୁ ଧରିବାକୁ ପୋଲିସ ପକ୍ଷରୁ ଚଢ଼ାଉ ଜାରି ରହିଥିବା ଏସ୍‌ଡିପିଓ ରଞ୍ଜନ କୁମାର ଦେଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri