Posted inଖେଳ

ଶୁଭମ, ସାଇନ୍ୟାମଙ୍କୁ ମିଳିଲା ସ୍ବର୍ଣ୍ଣ

ନୂଆଦିଲ୍ଲୀ,୧୬ା୭: କୋରିଆର ଚାଙ୍ଗଓନ୍‌ଠାରେ ଚାଲିଥିବା ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱ ଜୁନିୟର ଶୁଟିଂ ଚାମ୍ପିୟନଶିପ୍‌ରେ ଭାରତର ପ୍ରତିଭା ସମ୍ପନ୍ନ ଶୁଟର ଶୁଭମ ବିସ୍‌ଲା ଓ ସାଇନ୍ୟାମ ଯଥାକ୍ରମେ ପୁରୁଷ ଓ ମହିଳା ୧୦ମିଟର ଏୟାର ପିସ୍ତଲ ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଆଇଏସ୍‌ଏସ୍‌ଏଫ୍‌ ଜୁନିୟରସ୍ତରରେ ଶୁଭମଙ୍କର ଏହା ହେଉଛି ପ୍ରଥମ ସ୍ବର୍ଣ୍ଣ। ସାଇନ୍ୟାମଙ୍କର କିନ୍ତୁ ଏହା ଥିଲା ଦ୍ୱିତୀୟ ସ୍ବର୍ଣ୍ଣ। ପୂର୍ବରୁ ସେ ଗତ ମାସରେ ସୁହଲଠାରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ଭାରତ ପ୍ରଥମ ଦିବସରେ ଦୁଇ ପଦକ ଲାଭ କରିବା ଦ୍ୱାରା ପଦକ ତାଲିକାରେ ପ୍ରଥମ ସ୍ଥାନର ରହିଛି।

ପୁରୁଷ ଏୟାର ପିସ୍ତଲ ଫାଇନାଲରେ ୨୪୪. ୬ ପଏଣ୍ଟ ସ୍କୋର କରି ଶୁଭମ ଚାଇନାର ବୁ ଶୁଆଇହାଙ୍ଗ୍‌ (୨୩୯.୬)ଙ୍କୁ ପଛରେ ପକାଇ ଦେଇଥିଲେ। କୋରିଆର କିମ୍‌ କାଙ୍ଗହ୍ୟୁନ୍‌ (୨୧୮.୨) ବ୍ରୋଞ୍ଜ ପାଇଥିଲେ। ଶୁଭମ (୫୭୮) ପୂର୍ବରୁ କ୍ୱାଲିଫାଇଂ ରାଉଣ୍ଡରେ ବୁ’ (୫୮୫)ଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ରହିଥିଲେ। ଅନ୍ୟପକ୍ଷରେ ସାଇନ୍ୟାମ ୨୪୨.୨ ଶୁଟିଂ ସହ ମହିଳା ଫାଇନାଲ ଜିତିଥିଲେ। କୋରିଆର ଓହ୍‌ ୟେ ଜିନ୍‌ (୨୩୯.୪) ରୌପ୍ୟ ଏବଂ ଚାଇନାର ୟାଓ କ୍ୱିଆନ୍‌ଜୁନ୍‌ (୨୧୮.୬) ବ୍ରୋଞ୍ଜ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ରଙ୍ଗାରଙ୍ଗ ଉଦ୍‌ଘାଟନୀରେ ଟି୨୦ ବିଶ୍ୱକପ୍‌ ଆରମ୍ଭ

ମୁମ୍ବାଇ, ୭ା୨: ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଶନିବାର ସନ୍ଧ୍ୟାରେ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ସହ ଆରମ୍ଭ ହୋଇଛି। ଭାରତ ଓ ଆମେରିକା…

ଶ୍ରୀଲଙ୍କାର ବଡ଼ ଅନୁରୋଧ: ମ୍ୟାଚ୍‌ ବର୍ଜନ ଉପରେ ପୁନଃ ବିଚାର କରିପାରେ ପାକିସ୍ତାନ

କରାଚୀ,୭ା୨- ଆସନ୍ତା ୧୫ ତାରିଖରେ କଲମ୍ବୋରେ ଭାରତ ବିପକ୍ଷ ଟି୨୦ ମ୍ୟାଚ୍‌କୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପାକିସ୍ତାନ ପୁନଃ ବିଚାର କରିପାରେ। ଭାରତ-ପାକିସ୍ତାନ ବହୁ ପ୍ରତିକ୍ଷିତ…

ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri