Posted inଖେଳ

ଶୁଟିଂ ସେନ୍‌ସେଶନ

ଭାରତର ନୂଆ ଶୁଟିଂ ସେନ୍‌ସେଶନ ଭାବେ ଉଭା ହୋଇଛନ୍ତି ଟିନ୍‌ଏଜର ରିଦିମ୍‌ ସାଙ୍ଗଓ୍ବାନ। ନିକଟରେ କାଇରୋରେ ଅନୁଷ୍ଠିତ ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପର ମିକ୍ସଡ ଟିମ୍‌ ଇଭେଣ୍ଟରେ ସେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ତାଙ୍କର ସାଥୀ ଶୁଟରଥିଲେ ବରୁଣ ତୋମାର। ୨୦୦୩ ନଭେମ୍ବର ୨୯ରେ ଦିଲ୍ଲୀରେ ଜନ୍ମିତ ରିଦିମ୍‌ଙ୍କୁ ଏବେ ୧୯ ବର୍ଷ। ମାତ୍ର ଏହା ମଧ୍ୟରେ ସେ ଅନେକ ସଫଳତା ହାସଲ କରି ନିଜ ଉଜ୍ଜ୍ୱଳ ଭବିଷ୍ୟତର ସୂଚନା ଦେଇଛନ୍ତି। ଜଣେ ଭାରତୀୟ ପିସ୍ତଲ ଶୁଟରଭାବେ ପରିଚିତ ରିଦିମ୍‌ ସାଧାରଣତଃ ୧୦ ମିଟର ଓ ୨୫ ମିଟର ଏୟାର ପିସ୍ତଲ ଏବଂ ୨୫ ମିଟର ରାପିଡ୍‌ ଫାୟାର ପିସ୍ତଲ ଇଭେଣ୍ଟରେ ପ୍ରତିଦ୍ୱନ୍ଦ୍ୱିତା କରିଥାନ୍ତି। ସେ ଉଭୟ ଜୁନିୟର ଓ ସିନିୟର ସ୍ତରରେ ଶୁଟିଂ ବିଶ୍ୱକପରେ ପ୍ରଦର୍ଶନର ଛାପ ଛାଡ଼ିବାରେ ସକ୍ଷମ ହୋଇଛନ୍ତି। ୨୦୨୧ରେ ଶୁଟିଂକୁ ସିରିୟସଭାବେ ନେଇଥିବା ଏହି ପ୍ରତିଭାସମ୍ପନ୍ନ ଶୁଟର ଏହା ମଧ୍ୟରେ ଆଇଏସ୍‌ଏସ୍‌ଏଫ୍‌ ଜୁନିୟର ବିଶ୍ୱ ଚାମ୍ପିୟନଶିପ୍‌ରେ ୩ ସ୍ବର୍ଣ୍ଣ, ୨ ରୌପ୍ୟ, ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପରେ ୩ ସ୍ବର୍ଣ୍ଣ, ୧ ରୌପ୍ୟ, ୧ ବ୍ରୋଞ୍ଜ ଏବଂ ଜୁନିୟର ବିଶ୍ୱକପରେ ୨ଟି ସ୍ବର୍ଣ୍ଣ ପଦକ ହାସଲ କରିସାରିଛନ୍ତି। ଫଳରେ ତାଙ୍କର ମୋଟ ପଦକ ସଂଖ୍ୟା ୮ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୧ ବ୍ରୋଞ୍ଜରେ ପହଞ୍ଚତ୍ଛି। ୨୦୨୨ରେ ସେ ଅନେକ ସଫଳତା ପାଇଥିଲେ। ଏହା ମଧ୍ୟରେ ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପର ୨୫ ମିଟର ପିସ୍ତଲ ମହିଳା ଟିମ୍‌ ଇଭେଣ୍ଟରେ ସ୍ବର୍ଣ୍ଣ, ୨୫ ମିଟର ର଼୍ୟାପିଡ୍‌ ଫାୟାର ପିସ୍ତଲ ମିକ୍ସଡ ଟିମ୍‌ ଇଭେଣ୍ଟରେ ସ୍ବର୍ଣ୍ଣ, ୧୦ ମିଟର ଏୟାର ପିସ୍ତଲ ମହିଳା ଟିମ୍‌ରେ ରୌପ୍ୟ, ୨୫ ମିଟର ର଼୍ୟାପିଡ ଫାୟାର ପିସ୍ତଲ ମିକ୍ସଡ ଟିମ୍‌ ଇଭେଣ୍ଟରେ ବ୍ରୋଞ୍ଜ ପଦକ ସାମିଲ। ଏହା ବ୍ୟତୀତ ସେ ୨୦୨୨ ଏସିଆନ ଏୟାରଗନ୍‌ ଚାମ୍ପିୟନଶିପ୍‌ ୧୦ ମିଟର ଏୟାର ପିସ୍ତଲ ଇଣ୍ଡିଭିଜୁଆଲ ଇଭେଣ୍ଟରେ ସ୍ବର୍ଣ୍ଣ ଏବଂ ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ୍‌ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ୨୦୨୧ରେ ଲିମାଠାରେ ଅନୁଷ୍ଠିତ ବିଶ୍ୱ ଜୁନିୟର ଶୁଟିଂ ଚାମ୍ପିୟନଶିପ୍‌ର ବିଭିନ୍ନ ଇଭେଣ୍ଟରେ ସେ ୪ ସ୍ବର୍ଣ୍ଣ ପଦକ ଅର୍ଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri