ଘରକୁ ଯାଇଥିଲେ ମାଲିକ ,ଆସି ଦେଖିଲା ବେଳକୁ ହୁହୁ ହୋଇ ଜଳୁଛି ଦୋକାନ

ଭବାନୀପାଟଣା,୧୯ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ ନିକଟରେ ଥିବା ଏକ ଖେଳ ସାମଗ୍ରୀ ଦୋକାନରେ ମଙ୍ଗଳବାର ଅପରାହ୍ନରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି। ଦୋକାନ ମାଲିକ ଅଶୋକ ପତି ଦୋକାନ ବନ୍ଦ କରି ଘରକୁ ଯାଇଥିବାବେଳେ କୌଣସି କାରଣ ବଶତଃ ଭିତର ପଟୁ ନିଆଁ ଲାଗି ଯାଇଥିଲା। ତେବେ ଦୋକାନ ଉପରେ ଥିବା ସ୍କାଏ ଲାଇଟ ପଟେ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକେ ଅଶୋକଙ୍କୁ ଜଣାଇଥିଲେ। ଅଶୋକ ପହଞ୍ଚତ୍ ଦୋକାନ ଖୋଲିବା ପରେ ଭିତରେ ନିଆଁ ଜଳୁଥିବା ଦେଖିବାକୁ ପାଇଥିଲା। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ହେଲେ ସେତେବେଳକୁ ଦୋକାନର ପ୍ରାୟ ସମସ୍ତ ଖେଳ ସାମଗ୍ରୀ ଜଳି ପୋଡି ପାଉଁଶ ହୋଇଯାଇଥିଲା। ନଷ୍ଟ ସାମଗ୍ରୀ ମୂଲ୍ୟ ପ୍ରାୟ ୧୫ ଲକ୍ଷ ଟଙ୍କା ହେବ ବୋଲି ଅଶୋକ କହିଛନ୍ତି। ତେବେ କେଉଁ କାରଣରୁ ନିଆଁ ଲାଗିଲା ତାହା ଅସ୍ପଷ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୨।୨(ରବିନାରାୟଣ ଜେନା): ସରକାରୀ ଚାକିରିରେ ବଦଳି ଏକ ନିୟମିତ ପ୍ରକ୍ରିୟା। ଯଦି କୌଣସି କର୍ମଚାରୀ ବା ଅଧିକାରୀ ଏହାକୁ ନ ମାନନ୍ତି ତେବେ ତାଙ୍କ ବିରୋଧରେ ଚାକିରି…

ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌: ଓଡ଼ିଶାର କ୍ଲିନ ସୁଇପ୍‌

ଭୁବନେଶ୍ୱର,୧ା୨(ଅନାଦି କର): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌ ରବିବାର ଉଦ୍‌ଯାପିତ ହୋଇଯାଇଛି। ସବ୍‌-ଜୁନିୟର ବାଳିକା(୧୫ ବର୍ଷରୁ କମ୍‌), ଜୁନିୟର ବାଳିକା…

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର…

ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା…

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri