ବିଭିନ୍ନ ସମସ୍ୟା ନେଇ ବନ୍ଦ ହେଲା ଦୋକାନ

ଛତ୍ରପୁର,୧୦ା୭(ସନ୍ତୋଷ ପାଢ଼ୀ ): ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ବିଭିନ୍ନ ସମସ୍ୟା ନେଇ ସୋମବାର ଦୋକାନ ବନ୍ଦ କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ଏନ୍‌ଏସି ନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଉଠାଦୋକାନୀ ସଂଘ ଡାକରାରେ ଛତ୍ରପୁରର ସମସ୍ତ ପରିବା ଓ ଅନ୍ୟାନ୍ୟ ଖୁଚୁରା ମାର୍କେଟର ବ୍ୟବସାୟୀମାନେ ଦୋକାନ ବନ୍ଦ କରିଥିଲେ। ସମସ୍ତେ ଅପରବସଷ୍ଟାଣ୍ଡରୁ ରାଲିରେ ବାହାରି ବିଭିନ୍ନ ସ୍ଲୋଗାନ ଦେଇ ସହର ପରିକ୍ରମା କରିବା ସହ ଲକ୍ଷ୍ମଣ ଭବନଠାରେ ପହଞ୍ଚିଥିଲେ । ସେଠାରେ ଜନସଭା ଆୟୋଜନ କରାଯାଇ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା। ଭଗ୍ନ ଅବସ୍ଥାରେ ଥିବା ପୁରୁଣା ମାର୍କେଟକୁ ନବୀକରଣ କରି ଦୋକାନୀଙ୍କୁ ଥଇଥାନ କରିବାକୁ ଦାବି କରାଯାଇଥିଲା । ଅପରବସଷ୍ଟାଣ୍ଡରେ ନୂତନ ଭାବେ ହେବାକୁ ଥିବା ଭେଣ୍ଡିଂଜୋନ୍‌ରେ ସମସ୍ତଙ୍କୁ ଥଇଥାନ କରିବା ସହ ଛୋଟ ବେପାରୀଙ୍କୁ ସ୍ଥାନ ଦେବା ବାବଦରେ ଆଲୋଚନା ନ ହେବା ଯାଏଁ ଉଚ୍ଛେଦ ସ୍ଥଗିତ ରଖିବା, ପୁନର୍ବାର ସର୍ଭେ ପ୍ରକ୍ରିୟା କରିବା, ଦୋକାନର ଓସାର ୧୪ ପୁଟ ରଖିବା, ଯେଉଁ ଜାଗାର ବ୍ୟବସାୟୀ ସେହି ସ୍ଥାନରେ ଥଇଥାନ କରିବା, ଟାଉନ ଭେଣ୍ଡିଂଜୋନ କମିଟିକୁ (ଟିଭିସି) କ୍ରିୟାଶୀଳ କରି ବୈଠକ ଡାକିବା, ଭେଣ୍ଡିଂଜୋନରେ ଶୌଚାଳୟ ପାନୀୟଜଳ ବ୍ୟବସ୍ଥା ଆଦି ୭ ଦଫା ଦାବି ସମ୍ପର୍କରେ ଆଲୋଚନା ହୋଇଥିଲା। ଏହି ଅବସରରେ ଏକ ପ୍ରତିନିଧିଦଳ ଛତ୍ରପୁର ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ଭେଟି ଦାବିପତ୍ର ଦେଇଥିଲେ । ସଂଘ ସଭାପତି ତଥା ପୂର୍ବତନ ବିଧାୟକ ଏନ. ନାରାୟଣ ରେଡ୍ଡୀ , କାର୍ଯ୍ୟକାରୀ ସଭାପତି ଇଜୁ ଆମିନ ଖାନ, ସମ୍ପାଦକ ଏମ. ଲାଛେନା ରେଡ୍ଡୀ, ସହ ସମ୍ପାଦକ ଖଗେଶ୍ୱର ବେହେରା ,କୋଷାଧ୍ୟକ୍ଷ ନାଗା ରେଡ୍ଡୀ, ଶ୍ରମିକ ନେତା ନୀଳକଣ୍ଠ ଦାସ, ଲୋକ ଶକ୍ତି ଅଭିଯାନର ରାଜ୍ୟ ସମ୍ପାଦକ କଲ୍ୟାଣ ଆନନ୍ଦ, ସାମାଜିକ କର୍ମୀ ଜଲାଲ ଖାନ, କମିଟି ସଦସ୍ୟ ରାଜୁ ରେଡ୍ଡୀ, ରୀନା ପ୍ରଧାନ, ବୁଲି ରେଡ୍ଡୀ,ହରି ରେଡ୍ଡୀ, ଶଙ୍କର ସାହୁ, ଶିବ ସାହୁ, ବୁଡୁ ରେଡ୍ଡୀ ପ୍ରମୁଖ ଦାବିପତ୍ର ପ୍ରଦାନ ବେଳେ ଉପସ୍ଥିତ ରହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri